୨ରୁ ରାଜ୍ୟରେ ବର୍ଷା ବଢ଼ିବ – bajravana
[ad_1]
ଭୁବନେଶ୍ବର: ମୌସୁମୀ ଟ୍ରଫ୍ ଲାଇନ୍ ଏବେ ହିମାଳୟ ପାଦଦେଶରେ ରହିଥିବାରୁ ରାଜ୍ୟରେ ମୌସୁମୀର ଦୁର୍ବଳ ପ୍ରବାହ ଜାରି ରହିଛି। ୩୧ ତାରିଖ ଆଡ଼କୁ ବିଭିନ୍ନ ସ୍ଥାନରେ କାଁ ଭାଁ ବର୍ଷା ହୋଇପାରେ। ବିଶେଷ କରି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଧା, ପୁରୀ, ଢେଙ୍କାନାଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ହାଲୁକା ବର୍ଷା ହୋଇପାରେ। ସେହିଭଳି ୧ ତାରିଖ ଦିନ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ୨ ତାରିଖରୁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କେନ୍ଦୁଝର, ଅନୁଗୁଳ, ମୟୂରଭଞ୍ଜ ଓ ଦେବଗଡ଼ ଆଦି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏଣୁ ଏସବୁ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବୁଧବାର ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳର ପାଗ ଆଂଶିକ ମେଘୁଆ ରହିବ। ରାଜ୍ୟର ସର୍ବୋଚ୍ଚ ଦିନ ତାପମାତ୍ରା ୩୫ ଡିଗ୍ରି ଓ ସର୍ବନିମ୍ନ ରାତି ତାପମାତ୍ରା ୨୫ ଡିଗ୍ରି ରହିବ।
[ad_2]