ଖେଳ ଖବର

ଏସିଆ କପ୍ : ରାହୁଲଙ୍କ ପରେ ବିରାଟ ବି ମାରିଲେ ଅର୍ଦ୍ଧଶତକ, ବଡ଼ ସ୍କୋର ଅଭିମୁଖେ ଭାରତ – bajravana

[ad_1]

କଲମ୍ବୋ : କଲମ୍ବୋର ପ୍ରେମଦାସା ଷ୍ଟାଡିୟମଠାରେ ପୁଣି ଆରମ୍ଭ ହୋଇଛି ଭାରତ-ପାକିସ୍ତାନ ମ୍ୟାଚ । ରବିବାର ପରି ସୋମବାର ମଧ୍ୟ ବର୍ଷା ଯୋଗୁଁ ମ୍ୟାଚ ପ୍ରଭାବିତ ହୋଇଥିଲା । ମ୍ୟାଚ ଅପରାହ୍ଣ ୩ଟା ସମୟରେ ଆରମ୍ଭ ହେବାର କାର୍ଯ୍ୟକ୍ରମ ଥିବାବେଳେ ପ୍ରାୟ ଦେଢ ଘଣ୍ଟା ବିଳମ୍ବ ରେ ମ୍ୟାଚ ଆରମ୍ଭ ହୋଇଥିଲା ।

ଭାରତ ଗତକାଲିର ନିଜର ଅସମାପ୍ତ ଇନିଂସ ୧୪୭/୨ରୁ ଆଗକୁ ଖେଳିଥିଲା । ଦଳର ଦୁଇ ବ୍ୟାଟର୍ ବିରାଟ କୋହଲି ଓ କେଏଲ ରାହୁଲ ଲଢୁଆ ବ୍ୟାଟିଂ କରି ଦଳୀୟ ସ୍କୋରକୁ ଆଗେଇ ନେଉଛନ୍ତି । ସର୍ବଶେଷ ସୂଚନା ଅନୁସାରେ ଭାରତୀୟ ଦଳ ୩୮ ଓଭରରେ ୨୩୭ ରନ କରିଛି । ଦଳର ଦୁଇ ବ୍ୟାଟର କେଏଲ ରାହୁଲ ଓ ବିରାଟ କୋହଲି ନିଜ ନିଜର ଅର୍ଦ୍ଧଶତକ ପୂରଣ କରିଛନ୍ତି ଓ ଉଭୟଙ୍କ ମଧ୍ୟରେ ପାର୍ଟନରସିପ ୧୦୦ ଟପିଯାଇଛି ।

ଏହି ମ୍ୟାଚରେ ପାକିସ୍ତାନ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା । ଭାରତର ଦୁଇ ଓପନର ଶୁଭମନ ଗିଲ ଓ ରୋହିତ ଶର୍ମା ଶତର୍କତାର ସହ ଖେଳି ଭାରତକୁ ଏକ ଦୃଢ ମୂଳଦୁଆ ପ୍ରଦାନ କରିଥିଲେ । ଉଭୟ ଅର୍ଦ୍ଧଶତକମାରି ଆଉଟ ହୋଇଥିଲେ ।



[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button