ଓଡିଶା

ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି, ଆଉ ତିନି ଦିନ ବର୍ଷିବା ସମ୍ଭାବନା – bajravana

[ad_1]

ଭୁବନେଶ୍ୱର: ବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ମଙ୍ଗଳବାର ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ବଙ୍ଗୋପସାଗରର କେନ୍ଦ୍ରୀୟ ଅଂଶରେ ବୁଧବାର ସକାଳେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ବର୍ତ୍ତମାନ ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ରହିଛି ଏବଂ ସମୁଦ୍ର ପତ୍ତନଠାରୁ ୭.୬ କିଲୋମିଟର ଉଚ୍ଚତା ସହିତ ଦକ୍ଷିଣ-ପଶ୍ଚିମ ଦିଗକୁ ଗତି କରୁଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ଆସନ୍ତା ୩ ଦିନ ମଧ୍ୟରେ ଦକ୍ଷିଣ ଓଡ଼ିଶା ଓ ଦକ୍ଷିଣ ଛତିଶଗଡ଼ ଦେଇ ଗତି କରିବାର ସମ୍ଭାବନା ରହିଛି ବୋଲି  ଜାରି ସତର୍କ ସୂଚନାରେ କହିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର। ଫଳରେ ଆସନ୍ତା ୩ ଦିନ ମଧ୍ୟରେ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ପୂର୍ବାନୁମ‌ାନ ଅନୁସାରେ ବୁଧବାର ଅପରାହ୍ଣରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି। ଗତ ରାତିରୁ ତୁହାକୁ ତୁହା ବର୍ଷା ଜାରି ରହିଛି। ରାଜଧାନୀ ଭୁବନେଶ୍ବର ଓ କଟକରେ ବର୍ଷା ଚାଲିଛି। ସେହିପରି ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଯାଜପୁର, ବାଲେଶ୍ୱର, ଭଦ୍ରକ, କୋରାପୁଟ. ସମ୍ବଲପୁର, ବଲାଙ୍ଗୀର, ସୋନପୁର ଆଦି ଜିଲ୍ଲାରେ ବର୍ଷା ଲାଗି ରହିଛି । ସକ୍ରିୟ ଲଘୁଚାପ ପ୍ରଭାବରେ ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବ ।

ତେବେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ୧୪ ସେପ୍ଟେମ୍ବର, ଗୁରୁବାର ଅପରାହ୍ନ ମଧ୍ୟରେ ୫ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷର (୨୦ ସେମିରୁ ଅଧିକ), ୮ ଜିଲ୍ଲାରେ ଅତି ପ୍ରବଳ ବର୍ଷା (୭ରୁ ୨୦ ସେମି) ଓ ୧୨ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

୫ ଜିଲ୍ଲାକୁ ରେଡ୍‌ ଓ୍ଵାର୍ଣ୍ଣିଂ

ଏହି ସମୟ ମଧ୍ୟରେ କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ସୋନପୁର ଓ ବଲାଙ୍ଗୀର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୨୦ ସେମିରୁ ଅଧିକ) ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ଲାଲ୍‌ ଚେତାବନୀ ବା ରେଡ୍‌ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

୮ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ

ସେହିପରି ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ସମ୍ବଲପୁର, ନୟାଗଡ଼, କଟକ, ଅନୁଗୁଳ ଓ ଗଞ୍ଜାମ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୭ରୁ ୨୦ ସେମି) ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ କମଳା ଚେତାବନୀ ବା ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

୧୨ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ଦେବଗଡ଼, ଝାରସୁଗୁଡ଼ା, ଗଜପତି, ରାୟଗଡ଼ା, କୋରାପୁଟ ଓ ଢେଙ୍କାନାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା (୭ରୁ ୧୨ ସେମି) ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।



[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button