ଓଡିଶା

୧୮ରୁ ପୁଣି ବର୍ଷା, ୧୯ରେ ବଢ଼ିବ – bajravana

[ad_1]

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ଏବେ ବର୍ଷା ଜାରି ରହିଥିବା ବେଳେ ଆସନ୍ତା ୧୮ ତାରିଖରୁ ବର୍ଷା ବଢ଼ିବ। ୧୮ ତାରିଖ ଦିନ ରାଜ୍ୟର ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ, ମାଲକାନଗିରି, ଢେଙ୍କ‌ାନାଳ, ଅନୁଗୁଳ, ବୌଦ୍ଧ ଓ ରାୟଗଡ଼ା ଆଦି ଜିଲ୍ଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ସେହିଭଳି ଗଞ୍ଜାମ, ନୟାଗଡ଼, କନ୍ଧମାଳ, କଟକ ଓ ଅନୁଗୁଳ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ୧୯ ତାରିଖ ଦିନ ରାଜ୍ୟରେ ବର୍ଷାର ବିସ୍ତୃତି ଓ ପରିମାଣ ବଢ଼ିବ।

ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ ଓ କନ୍ଧମାଳ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବା ସହ ଗଞ୍ଜାମ, କନ୍ଧମାଳ, କୋ‌ରାପୁଟ, ମାଲକାନଗିରି, ନବରଙ୍ଗପୁର, ଗଜପତି, ଖୋର୍ଧା ଓ କଟକରେ ପ୍ରବଳ ବର୍ଷାର ସମ୍ଭାବନା ରହୁଛି। ସେହିଭଳି ୨୦ ତାରିଖ ଦିନ ମଧ୍ୟ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହୁଛି। ଆସନ୍ତାକାଲି ଭୁବନେଶ୍ବରରେ ବର୍ଷା ହେବ। ଦିନର ସର୍ବୋଚ୍ଚ ତାପମାତ୍ରା ୩୨ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୫ ଡିଗ୍ରି ମଧ୍ୟରେ ରହିବ।



[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button