ଓଡିଶା

ପୁଣି ଦାନାବାନ୍ଧୁଛି ଲଘୁଚାପ: ୨୪ ଘଣ୍ଟା ୧୦ ଜିଲ୍ଲାରେ ପ୍ରବଳ ବର୍ଷା; ୧୨ ଜିଲ୍ଲାରେ ଝଡ଼ବର୍ଷା ସମ୍ଭାବନା – bajravana

[ad_1]

ଭୁବନେଶ୍ୱର: ଉତ୍ତର-ପୂର୍ବ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ଏବଂ ଏହା ସମୁଦ୍ର ପତ୍ତନଠାରୁ ୫.୮ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି। ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଜି (ସୋମବାର) ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

ଏଥିସହ ସମୁଦ୍ର ପତ୍ତନରେ ମୌସୁମୀ ଲଘୁଚାପ ଏବେ ଜୈସଲମେର, ଆଜମେର, ଶିବପୁରୀ, ସିଦ୍ଧି, ଡାଲଟନଗଞ୍ଜ, ଦିଘା ଦେଇ ଦକ୍ଷିଣ-ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରକୁ ଗତି କରୁଛି।

ଏସବୁର ପ୍ରଭାବରେ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ଆସନ୍ତା ୪ ଦିନ ମଧ୍ୟରେ ଓଡ଼ିଶାର କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ଆସନ୍ତା ୨ ଦିନ ମଧ୍ୟରେ ବଜ୍ରପାତ ସହ ଝଡ଼ବର୍ଷା ହେବାର ସମ୍ଭାବନା ଥିବାରୁ ବଜ୍ରପାତରୁ ରକ୍ଷା ପାଇବା ପାଇଁ ବଜ୍ରପାତ ସମୟରେ ସୁରକ୍ଷିତ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି।

ଫଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୧୯ ସେପ୍ଟେମ୍ବର, ମଙ୍ଗଳବାର ଅପରାହ୍ନ ମଧ୍ୟରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ଧରଣର ବର୍ଷା/ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ଗଞ୍ଜାମ, ଗଜପତି ଓ ରାୟଗଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା (୭ରୁ ୧୧ ସେମି) ହେବାର ସମ୍ଭାବନା ରହିଛି।

ସେହିପରି, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ସୋନପୁର, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଅନ୍ୟପକ୍ଷରେ ଟୁଇନ୍‌ ସିଟି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି (ସୋମବାର) ସକାଳୁ ଆକାଶ ଖରାଟିଆ ରହିଛି। ତେବେ, ଟୁଇନ୍‌ ସିଟି କଟକ ଓ ଭୁବନେଶ୍ୱର ଅଞ୍ଚଳରେ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ବଜ୍ରପାତ ସହ ଅସରାଏ, ଦୁଇଅସରା ମଧ୍ୟମରୁ ପ୍ରବଳ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।



[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button