ସ୍ୱାସ୍ଥ୍ୟ

ଆସନ୍ତାକାଲିଠୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା – bajravana

[ad_1]

ଭୁବନେଶ୍ୱର, ୨୯/୦୯ : ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ଯେ ସେପ୍ଟେମ୍ବର ୩୦ରୁ ୪ ଦିନ ଯାଏଁ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ମିଆଁମାର ଓ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପୂର୍ବ-କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଲଘୁଚାପଟି ସ୍ପଷ୍ଟ ଲଘୁଚାପରେ ପରିଣତ ହୋଇ ଉତ୍ତର ଓଡ଼ିଶା ଓ ଏହାର ଆଖପାଖ ପଶ୍ଚିମବଙ୍ଗ ଉପକୂଳ ଆଡ଼କୁ ଉତ୍ତର ପଶ୍ଚିମ ଦିଗକୁ ଗତି କରିବ ବୋଲି ପୂର୍ବାନୁମାନ କରାଯାଇଛି । ଏହାର ପ୍ରଭାବରେ ସେପ୍ଟେମ୍ବର ୩୦ ଓ ଅକ୍ଟୋବର ୩ ତାରିଖରେ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button