ମୌସୁମୀ ଫେରିବାକୁ ପାଗ ଅନୁକୂଳ – bajravana
[ad_1]
ଭୁବନେଶ୍ୱର: ଆସନ୍ତା ୨ରୁ ୩ ଦିନ ମଧ୍ୟରେ ରାଜ୍ୟର କିଛି ଅଞ୍ଚଳରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅପସାରଣ ପାଇଁ ପାଗ ସମ୍ପୂର୍ଣ୍ଣ ଭାବେ ଅନୁକୂଳ ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହେବ। ଏଥିସହ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବା ସହ ବଡ଼ ବର୍ଷାର କୌଣସି ପ୍ରକାର ସମ୍ଭାବନା ନାହିଁ। ଆକାଶ ନିର୍ମଳ ରହିବା ସହ ଖରା ବଢ଼ିବ।
ଦିନର ସର୍ବୋଚ୍ଚ ତାପମାତ୍ରା ୩୩ ଡିଗ୍ରି ଓ ସର୍ବନିମ୍ନ ରାତି ତାପମାତ୍ରା ୨୫ଡିଗ୍ରି ମଧ୍ୟରେ ରହିବ। ଶନିବାର ଉପକୂଳ ଓଡ଼ିଶା ସମେତ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ୧୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ କାଁ ଭାଁ ହାଲୁକା ବର୍ଷା ହୋଇପାରେ। ୮ ତାରିଖରେ ମଧ୍ୟ ଅଭ୍ୟନ୍ତରୀଣ ଓଡ଼ିଶାର ପାଗ ମୁଖ୍ୟତଃ ଶୁଖିଲା ରହିବ ଏବଂ ଉପକୂଳ ସମେତ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ଆଉ କିଛି ସ୍ଥାନରେ ହାଲୁକା ବର୍ଷା ହେବ। ୯ ଓ ୧୦ ତାରିଖରେ ଶୁଖିଲା ପାଗ ରହିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।
[ad_2]