ଖେଳ ଖବର

ଅହମଦାବାଦରେ ଭାରତୀୟ ବୋଲରଙ୍କ ଘାତକ ବୋଲିଂ, ପାକିସ୍ତାନ ୧୯୧ ରନରେ ଅଲଆଉଟ୍ – bajravana

[ad_1]

ଅହମଦାବାଦ : ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଆଇସିସି ବିଶ୍ବକପର ସବୁଠାରୁ ହାଇପ୍ରୋଫାଇଲ ମ୍ୟାଚ ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯାଉଛି । ଏହି ମ୍ୟାଚରେ ପାକିସ୍ତାନ ବ୍ୟାଟ୍ସମ୍ୟାନମାନେ ଆରମ୍ଭରୁ ସତର୍କତାର ସହ ଖେଳି ଏକ ବଡ଼ ସ୍କୋର ଆଡକୁ ଆଗକୁ ଥିବାବେଳେ ଭାରତୀୟ ବୋଲରମାନେ ଘାତକ ବୋଲିଂ କରି ପାକିସ୍ତାନର ବ୍ୟାଟିଂ ବିପର୍ଯ୍ୟୟ କରାଇଥିଲେ । ଫଳରେ ପାକିସ୍ତାନ ମାତ୍ର  ରନରେ ଅଲଆଉଟ ହୋଇଯାଇଥିଲା ।

ଏହି ମ୍ୟାଚରେ ଭାରତ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା । ଅଧିନାୟକ ରୋହିତ ଶର୍ମାଙ୍କ ଏହି ନିଷ୍ପତ୍ତିକୁ ଅନେକ ବିଶେଷଜ୍ଞ ପ୍ରଶ୍ନ ଉଠାଇଥିଲେ ବି ଭାରତୀୟ ବୋଲରମାନେ ତାହାକୁ ଠିକ ବୋଲି ପ୍ରମାଣିତ କରି ଗୋଟିକ ପରେ ଗୋଟିଏ ଓ୍ବିକେଟ ନେଇଚାଲିଥିଲେ । ପାକିସ୍ତାନର ଆଗଧାଡ଼ିର ୪ ଜଣ ବ୍ୟାଟ୍ସମ୍ୟାନ ଭଲ ବ୍ୟାଟିଂ କରିଥିଲେ ବି ବଡ଼ ସ୍କୋର କରିପାରିନଥିଲେ । ବିଶେଷକରି ବାବର ଆଜମ୍ ଓ ମହମ୍ମଦ ରିଜଓ୍ବାନ ଲଢୁଆ ବ୍ୟାଟିଂ କରି ଏକ ଭଲ ପାର୍ଟନରସିପ କରି ଭାରତୀୟ ଶିବିରରେ ଚିନ୍ତା ଉଦ୍ରେକ କରାଇଥିଲେ । ବାବର ୫୦ ରନ କରିଥିବାବେଳେ ରିଜଓ୍ବାନ ୪୯ ରନ କରିଥିଲେ । କିନ୍ତୁ ଏହି ଦୁଇ ବ୍ୟାଟ୍ସମ୍ୟାନ ଆଉଟ ହେବା ପରେ ସ୍ଥିତି ବଦଳିଯାଇଥିଲା । ଭାରତୀୟ ବୋଲରମାନେ ଘାତକ ବୋଲିଂ ଫଳରେ ପାକିସ୍ତାନର ମଧ୍ୟକ୍ରମ ଓ ନିମ୍ନକ୍ରମ ଭୁସୁଡ଼ି ପଡ଼ିଥିଲା ଓ ପାକିସ୍ତାନ ୧୯୧ରନରେ ଅଲଆଉଟ ହୋଇଯାଇଥିଲା ।

ଭାରତ ପକ୍ଷରୁ ଯଶପ୍ରୀତ ବୁମରା, ମହମ୍ମଦ ସିରାଜ,କୁଳଦୀପ ଯାଦବ, ହାର୍ଦ୍ଦିକ ପାଣ୍ଡ୍ୟା ଓ ରବୀନ୍ଦ୍ର ଜାଦେଜା ୨ଟି ଲେଖାଏଁ ଓ୍ବିକେଟ ନେଇଥିଲେ ।



[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button