ଖେଳ ଖବର

ବିଶ୍ବକପ୍ : ଅଷ୍ଟ୍ରେଲିଆ ଆଗରେ ୨୧୦ ରନର ଲକ୍ଷ୍ୟ ରଖିଲା ଶ୍ରୀଲଙ୍କା – bajravana

[ad_1]

ଲକ୍ଷ୍ନୌ : ଲକ୍ଷ୍ନୌର ଭାରତରତ୍ନ ଅଟଳବିହାରୀ ବାଜପେୟୀ ଏକନା କ୍ରିକେଟ ଷ୍ଟାଡିୟମଠାରେ ଖେଳାଯାଉଥିବା ଆଇସିସି ବିଶ୍ବକପର ଏକ ମ୍ୟାଚରେ ଅଷ୍ଟ୍ରେଲିଆ ଆଗରେ  ୨୧୦ ରନର  ଲକ୍ଷ୍ୟ ରଖିଛି ଶ୍ରୀଲଙ୍କା ।

ଏହି ମ୍ୟାଚରେ ଶ୍ରୀଲଙ୍କା ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା । ଦଳର ଦୁଇ ଓପନର ପଥୁମ ନିଶଙ୍କା ଓ କୁଶଲ ପରେରା ଆରମ୍ଭରୁ ଲଢୁଆ ବ୍ୟାଟିଂ କରି ଏକ ଶତକୀୟ ପାର୍ଟନରସିପ କରିଥିଲେ । ଲାଗୁଥିଲା ଶ୍ରୀଲଙ୍କା ଏକ ବଡ଼ ସ୍କୋର ଛିଡ଼ା କରିବ । କିନ୍ତୁ ପରେରା ୭୮ ରନ ଓ ନିଶଙ୍କା ୬୧ ରନ କରି ଆଉଟ ହେବା ପରେ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା । କେବଳ ଅଶଲଙ୍କାଙ୍କୁ ଛାଡ଼ିଦେଲେ ଅନ୍ୟ ବ୍ୟାଟ୍ସମ୍ୟାନମାନେ ଦୁଇ ଅଙ୍କ ଛୁଇଁପାରିନଥିଲେ । ଫଳରେ ଏକଦା ୩୦୦ ରନ କରିବାପରି ଲାଗୁଥିବା ଶ୍ରୀଲଙ୍କା ଦଳ ମାତ୍ର ୨୦୯  ରନରେ ଅଲଆଉଟ ହୋଇଯାଇଥିଲା । ଅଷ୍ଟ୍ରେଲିଆ ପକ୍ଷରୁ ଆଡାମ ଜାମ୍ପା ୪ଟି ଓ୍ବିକେଟ ନେଇଥିବାବେଳେ ପାଟ କମିନ୍ସ ଓ ମିଚେଲ ଷ୍ଟାର୍କ ୨ଟି ଲେଖାଏଁ ଓ୍ବିକେଟ ନେଇଥିଲେ ।

ଉଭୟ ଶ୍ରୀଲଙ୍କା ଓ ଅଷ୍ଟ୍ରେଲିଆ ନିଜ ନିଜର ପୂର୍ବ ମ୍ୟାଚ ହାରିଥିବାରୁ ଏହି ମ୍ୟାଚର ଉଭୟ ଦଳ ପାଇଁ ଗୁରୁତ୍ବପୂର୍ଣ୍ଣ ହୋଇପଡ଼ିଛି ।

 



[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button