ଓଡିଶା

ରାଷ୍ଟ୍ରପତିଙ୍କ ଜନ୍ମମାଟିରୁ ପ୍ରଥମ ଥର ଗଡ଼ିବ ମେଲ୍‌ ଏକ୍ସପ୍ରେସ୍‌ ଟ୍ରେନ୍‌ – bajravana

[ad_1]

ରାଇରଂଗପୁର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମମାଟିକୁ ଚଳିତ ପାର୍ବଣ ଋତୁରେ ୪ଟି ନୂତନ ଟ୍ରେନ୍ ଉପହାର ମିଳିଛି। ଦକ୍ଷିଣ ପୂର୍ବ ରେଳପଥ ପାଇଁ ଟାଟା ଠାରୁ ରାଇରଙ୍ଗପୁର/ବାଦାମପାହାଡ଼ ଅଞ୍ଚଳକୁ ପ୍ରଥମ ମେଲ ଏକ୍ସପ୍ରେସ ଟ୍ରେନ୍‌ ଅନ୍ତର୍ଭୁକ୍ତ ହୋଇପାରିଛି। ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ହସ୍ତକ୍ଷେପ ଯୋଗୁଁ ବାଦାମପାହାଡ଼ବାସୀ ପୂର୍ବରୁ ୨ଟି ଟ୍ରେନ୍‌ରେ ଯାତାୟତ କରୁପାରୁଥିବା ବେଳେ ଏବେ ଏହି ସଂଖ୍ୟା ୬କୁ ବୃଦ୍ଧି ପାଇଛି। ଏହି ଅଞ୍ଚଳରେ ଟ୍ରେନ୍‌ ଚଳାଚଳ ବୃଦ୍ଧି କରାଇବା ଏକ ଦୀର୍ଘ ବିଚାରାଧୀନ ଚାହିଦା ଥିଲା ଏବଂ ଏହା ସ୍ଥାନୀୟ ଲୋକଙ୍କ ଆକାଂକ୍ଷା ପୂରଣ କରିବ ବୋଲି ଆଶା କରାଯାଉଛି।

ଏହି ଟ୍ରେନଗୁଡିକ ହେଉଛି ଶାଲିମାର-ବାଦାମପାହାଡ଼-ଶାଲିମାର (ସାପ୍ତାହିକ), ବାଦାମପାହାଡ଼-ରାଉରକେଲା-ବାଦାମପାହାଡ଼ (ସାପ୍ତାହିକ), ରାଉରକେଲା-ଟାଟାନଗର- ରାଉରକେଲା (ସପ୍ତାହରେ ୬ ଦିନ) ଏବଂ ଟାଟାନଗର-ବାଦାମପାହାଡ଼-ଟାଟାନଗର (ସପ୍ତାହରେ ୬ ଦିନ) ଚଳାଚଳ କରିବ। ଏହା ସ୍ଥାନୀୟ ଅର୍ଥନୀତିକୁ ବୃଦ୍ଧି କରିବା ସହିତ ଦୁର୍ଗମ ଆଦିବାସୀ ଅଞ୍ଚଳର ବିକାଶରେ ସାହାଯ୍ୟ କରିବ ଏବଂ ଆଶାୟୀ ଜିଲ୍ଲାମାନଙ୍କୁ ଅତିରିକ୍ତ ଗମନାଗମନ ସଂଯୋଗ ଯୋଗାଇବ। ଏବେ ମେଲ/ଏକ୍ସପ୍ରେସ ଟ୍ରେନ୍‌ ସେବା ଏହି ଅଞ୍ଚଳରେ ଯୋଗାଇବ ଓ ଟାଟା-ବାଦାମପାହାଡ଼ ରେଳ ସେକ୍ସନ ରେ ମେଲ/ଏକ୍ସପ୍ରେସ ଟ୍ରେନ ଚଳାଚଳ କରିବ।ଏହା ଖୁବ ଶୀଘ୍ର ପ୍ରଚଳନ କରାଯିବ।

ଶାଲିମାର-ବାଦାମପାହାଡ଼-ଶାଲିମାର ସାପ୍ତାହିକ ଏକ୍ସପ୍ରେସ୍‌

ଶାଲିମାର-ବାଦାମପାହାଡ଼ ସାପ୍ତାହିକ ଏକ୍ସପ୍ରେସ ପ୍ରତ୍ୟେକ ଶନିବାର ଦିନ ରାତ୍ରି ୧୧ଟା ୫ରେ ଶାଲିମାର ଛାଡିବ ଏବଂ ପରଦିନ ଭୋର ୫ଟା୪୦ରେରେ ବାଦାମପାହାଡ଼ରେ ପହଞ୍ଚିବ। ଫେରିବା ମାର୍ଗରେ ବାଦାମପାହାଡ଼- ଶାଲିମାର ଏକ୍ସପ୍ରେସ ପ୍ରତି ରବିବାର ଦିନ ରାତ୍ରି ୯ଟା ୩୦ରେ ବାଦାମପାହାଡ଼ ଛାଡିବ ଏବଂ ପରଦିନ ଭୋର ୫ଟାରେ ଶାଲିମାରରେ ପହଞ୍ଚିବ। ଏହି ଟ୍ରେନ୍ ଉଭୟ ପାର୍ଶ୍ୱରୁ ଶାଲିମାର ଏବଂ ବାଦାମପାହାଡ଼ ମଧ୍ୟରେ ସାନ୍ତ୍ରାଗାଛି, ଖଡ଼ଗ୍ପୁର, ଝାରଗ୍ରାମ, ଘଟଶିଳା, ଆସାନବୋନି, ଟାଟାନଗର, ବାହାଲଦା ରୋଡ୍, ଅଁଳାଜୋରୀ ଏବଂ ରାଇରଙ୍ଗପୁର ଷ୍ଟେସନ ଠାରେ ରହଣି କରିବ।

ବାଦାମପାହାଡ଼-ରାଉରକେଲା-ବାଦାମପାହାଡ଼ ସାପ୍ତାହିକ ଏକ୍ସପ୍ରେସ୍‌

ବାଦାମପାହାଡ଼-ରାଉରକେଲା ଏକ୍ସପ୍ରେସ ପ୍ରତି ରବିବାର ଦିନ ସକାଳ ୬ଟାରେ ବାଦାମପାହାଡ଼ ଛାଡି ସେହିଦିନ ପୂର୍ବାହ୍ନ ୧୧ଟା ୪୦ରେ ରାଉରକେଲାରେ ପହଞ୍ଚିବ।ଫେରିବା ମାର୍ଗରେ ରାଉରକେଲା-ବାଦାମପାହାଡ଼ ଏକ୍ସପ୍ରେସ ପ୍ରତି ରବିବାର ଦିନ ଅପରାହ୍ନ ୨ଟା ୨୦ରେ ରାଉରକେଲା ଛାଡି ସନ୍ଧ୍ୟା ୭ଟା ୨୫ରେ ବାଦାମପାହାଡ଼ରେ ପହଞ୍ଚିବ। ଏହି ଟ୍ରେନ୍ ଉଭୟ ପାର୍ଶ୍ୱରୁ ବାଦାମପାହାଡ଼ ଓ ରାଉରକେଲା ମଧ୍ୟରେ ରାଇରଙ୍ଗପୁର, ଅଁଳାଜୋରୀ, ବାହାଲଦା ରୋଡ୍, ଟାଟାନଗର, ସିନି, ରାଜଖରସୁଆଁ, ଚକ୍ରଧରପୁର, ଗୋଇଲକେରା ଏବଂ ମନୋହରପୁରରେ ଷ୍ଟେସନ ଠାରେ ରହଣି କରିବ।

ରାଉରକେଲା- ଟାଟାନଗର-ରାଉରକେଲା ଏକ୍ସପ୍ରେସ୍‌

ରାଉରକେଲା-ଟାଟାନଗର ଏକ୍ସପ୍ରେସ ରବିବାର ବ୍ୟତୀତ ପ୍ରତିଦିନ ଭୋର ୪ଟା ୫୦ରେ ରାଉରକେଲା ଛାଡିବ ଏବଂ ସେହି ଦିନ ପୂର୍ବାହ୍ନ ୯ଟା ୧୫ରେ ଟାଟାନାଗର ଠାରେ ପହଞ୍ଚିବ। ଫେରିବା ମାର୍ଗରେ, ଟାଟାନଗର – ରାଉରକେଲା ଏକ୍ସପ୍ରେସ ରବିବାର ବ୍ୟତୀତ ପ୍ରତିଦିନ ଅପରାହ୍ନ ୩ଟା ୨୫ରେ ଟାଟାନଗର ଛାଡିବ ଏବଂ ସେହି ଦିନ ସନ୍ଧ୍ୟା ୭ଟା ୩୫ରେ ରାଉରକେଲାରେ ପହଞ୍ଚିବ। ଏହି ଟ୍ରେନ ରାଉରକେଲା ଏବଂ ଟାଟାନଗର ମଧ୍ୟରେ ବିସ୍ରା, ମନୋହରପୁର, ଚକ୍ରଧରପୁର, ସିନି ଏବଂ ଆଦିତ୍ୟପୁର ଷ୍ଟେସନ ମାନଙ୍କରେ ରହଣି କରିବ।

ଟାଟାନଗର-ବାଦାମପାହାଡ଼-ଟାଟାନଗର ଏକ୍ସପ୍ରେସ୍‌

ଟାଟାନଗର-ବାଦାମପାହାଡ଼ ଏକ୍ସପ୍ରେସ ରବିବାର ବ୍ୟତୀତ ପ୍ରତିଦିନ ପୂର୍ବାହ୍ନ ୯ଟା ୫୫ରେ ଟାଟାନଗର ଛାଡିବ ଏବଂ ସେହି ଦିନ ବାଦାମପାହାଡ଼ରେ ଅପରାହ୍ନ ୧୨ଟା ୧୫ରେ ପହଞ୍ଚିବ।ଫେରିବା ମାର୍ଗରେ ବାଦାମପାହାଡ଼-ଟାଟାନଗର ଏକ୍ସପ୍ରେସ ରବିବାର ବ୍ୟତୀତ ପ୍ରତିଦିନ ଅପରାହ୍ନ ୧୨ଟା ୪୫ରେ ବାଦାମପାହାଡ଼ ଛାଡିବ ଏବଂ ସେହି ଦିନ ଅପରାହ୍ନ ୧୫ଟା ୨୦ରେ ଟାଟାନଗରରେ ପହଞ୍ଚିବ। ଏହି ଟ୍ରେନ୍ ଉଭୟ ପାର୍ଶ୍ୱରୁ ଟାଟାନଗର ଏବଂ ବାଦାମପାହାଡ଼ ମଧ୍ୟରେ ହଲୁଦପୁକୁର, ଅଁଳାଜୋରୀ, ରାଇରଙ୍ଗପୁର, କୁଲଡିହା ଏବଂ ଛାନଭା ଷ୍ଟେସନ ମାନଙ୍କରେ ରହଣି କରିବ।



[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button