ଓଡିଶା

୭୨୨୫ଟି ପ୍ରକଳ୍ପ ପାଇଁ ୨୭୩କୋଟି; ବିକଶିତ ଗାଁ ହେବ ଆଧୁନିକ ଓଡ଼ିଶାର ପରିଚୟ: ମୁଖ୍ୟମନ୍ତ୍ରୀ – bajravana

[ad_1]

ଭୁବେନଶ୍ବର: ରାଜ୍ୟର ପ୍ରତି ପଞ୍ଚାୟତ ଓ ଗାଁର ବିକାଶ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଥିବା ‘ଆମ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମର ତୃତୀୟ ଦିନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଭାସୀ ମାଧ୍ୟମରେ ମୟୂରଭଞ୍ଜ, ବରଗଡ଼ ଓ ଦେବଗଡ଼ ଜିଲ୍ଲାରେ ଏହି ଯୋଜନାର ଆରମ୍ଭ କରିଛନ୍ତି। ମୟୂରଭଞ୍ଜ ଜିଲ୍ଲାର ୫ଟି ନିର୍ବାଚନମଣ୍ଡଳୀ ପାଇଁ ୧୧୧ କୋଟି ୫୦ ଲକ୍ଷ, ବରଗଡ଼ ଜିଲ୍ଲାର ୫ଟି ନିର୍ବାଚନମଣ୍ଡଳୀ ପାଇଁ ୧୨୬ କୋଟି ୫୦ ଲକ୍ଷ ଓ ଦେବଗଡ଼ର ଗୋଟିଏ ନିର୍ବାଚନମଣ୍ଡଳୀ ପାଇଁ ୩୫ କୋଟି ଟଙ୍କା ଅନୁ ମୋଦନ କରାଯାଇଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସବୁ ଗାଁର ବିକାଶ ଆମର ଲକ୍ଷ୍ୟ। ଗାଁ ଗାଁରେ ସଂସ୍କୃତିର ସୁରକ୍ଷା ହେବ ଓ ଆଧୁନିକତାର ବିକାଶ ହେବ। ଗାଁ ଲୋକ ସମସ୍ତେ ଶିକ୍ଷା ଓ ସ୍ବାସ୍ଥ୍ୟର ଗ୍ୟାରେଣ୍ଟି ପାଇବେ। ବିକଶିତ ଗାଁ ହେବ ଆଧୁନିକ ଓଡ଼ିଶାର ପରିଚୟ। ‘ଆମ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟସ୍ଥଳୀ ଗୁଡ଼ିକର ସଂରକ୍ଷଣ କରାଯିବ। ଆମର ଭବିଷ୍ୟତ ବଂଶଧରମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀଗୁଡ଼ିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ। ଗାଁରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ। ୫-ଟି ସଚିବ ଭି.କେ ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରି କହିଥିଲେ,‘ଆମ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମ ସହିତ ‘ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ସହାୟତା କାର୍ଯ୍ୟକ୍ରମ’ରେ ମୁଖ୍ୟମନ୍ତ୍ରୀ ସବୁ ଜିଲ୍ଲା ପାଇଁ ଅର୍ଥ ମଞ୍ଜୁର କରିଛନ୍ତି। ମୟୂରଭଞ୍ଜ ଜିଲ୍ଲାରେ ବାରିପଦା ସହରର ରିଂ ରୋଡ୍‌ ତଥା ବନ୍ୟା ନିୟନ୍ତ୍ରଣ ବନ୍ଧ ପାଇଁ ୧୫୪.୧୨ କୋଟି, ବାରିପଦା ଏମ୍‌ପିସି କଲେଜର ଉନ୍ନତୀକରଣ ପାଇଁ ୧.୫୦ କୋଟି ଟଙ୍କା, ମାଣତ୍ରୀଠାରେ ବାବା କଖାରୁଆ ବୈଦନାଥ ଶିବ ମନ୍ଦିରର ଉନ୍ନତିକରଣ ପାଇଁ ୧ କୋଟି, ବାରିପଦାରୁ ପ୍ରତାପପୁର ବଡ଼ସାହି ଦେଇ ମାଣିତ୍ରୀ ପର୍ଯ୍ୟନ୍ତ ରାସ୍ତାର ଉନ୍ନତିକରଣ ପାଇଁ ୩୭.୦୪ କୋଟି, ବେତନଟୀ-ବଡ଼ସାହି ରାସ୍ତାର ଉନ୍ନତିକରଣ ପାଇଁ ୧୯.୪୪ କୋଟି ପ୍ରଦାନ କରାଯାଇଛି।

ମୟୂରଭଞ୍ଜ, ବରଗଡ଼ ଓ ଦେବଗଡ଼ରେ ଆରମ୍ଭ ହେଲା ‘ଆମ ଓଡ଼ିଶା ନବୀନ ଓଡ଼ିଶା’
ରୂପାନ୍ତର ଲୋକଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି କରିଛି: ୫ଟି ସଚିବ

ବରଗଡ଼ ଜିଲ୍ଲାରେ ତୁରୁଙ୍ଗା ବୈଷ୍ଣୋଦେବୀ ମନ୍ଦିର ପାଇଁ ୧.୩୬ କୋଟି, ବରଗଡ଼ ମହିଳା କଲେଜ ପାଇଁ ୧.୨୫ କୋଟି, ବରଗଡ଼ ପଞ୍ଚାୟତ କଲେଜ ପାଇଁ ୧.୨୫ କୋଟି, ସରଣ୍ଡା ବିଶେଶ୍ବର ମନ୍ଦିର ପାଇଁ ୨.୬୦ କୋଟି, ପପଙ୍ଗା ପାହାଡ଼ ପର୍ଯ୍ୟଟନ କେନ୍ଦ୍ର ପାଇଁ ୧.୮୦ କୋଟି, ଅତାବିରା ରାମଚଣ୍ଡୀ ମନ୍ଦିର ପାଇଁ ୧.୪୦ କୋଟି, ଲରମ୍ଭା କଲେଜ ପାଇଁ ୧.୨୫ କୋଟି ପ୍ରଦାନ କରାଯାଇଛି। ଦେବଗଡ଼ ଜିଲ୍ଲାରେ ଗୋହିରା ଡ୍ୟାମ୍‌ର କେନାଲ ଲାଇନିଂ ପାଇଁ ୧୭.୬୮ କୋଟି, ତିଲେଇବଣି ହକି ଟ୍ରେନିଂ ସେଣ୍ଟରରେ ସିନ୍ଥେଟିକ ଟର୍ଫ ପାଇଁ ୧୨ କୋଟି, ଝାଡ଼େଶ୍ବର ମନ୍ଦିରର ବିକାଶ ପାଇଁ ୩.୧୦ କୋଟି, ଦେବଗଡ଼ ମଡେଲ ଡିଗ୍ରି କଲେଜ ପାଇଁ ୧.୨୫ କୋଟି, ଦେବଗଡ଼ କଲେଜ ପାଇଁ ୧ କୋଟି, ପ୍ରଧାନପାଟ ଜଳପ୍ରପାତ ପର୍ଯ୍ୟଟନ ବିକାଶ ପାଇଁ ୦.୯୨ କୋଟି, କୁରୁଡ଼କୋଟ ଜଳପ୍ରପାତ ପର୍ଯ୍ୟଟନ ବିକାଶ ପାଇଁ ୦.୭୫ କୋଟି, ଦେଓଝରଣ ଜଳପ୍ରପାତ ପର୍ଯ୍ୟଟନ ବିକାଶ ପାଇଁ ୦.୭୭ କୋଟି, ଗୋହିରା ନିକଟରେ ପର୍ଯ୍ୟଟନ କ୍ଷେତ୍ରର ବିକାଶ ପାଇଁ ୦.୬୨ କୋଟି, ରିଆମାଳ ଯୋଗୀହୁଲି ପର୍ଯ୍ୟଟନ କ୍ଷେତ୍ର ପାଇଁ ୦.୬ କୋଟି ଏବଂ ରିଆମାଳ ଭିତରପଡ଼ା ଠାରେ ଡୋକ୍ରା କାରିଗଙ୍କ ସୁବିଧା କେନ୍ଦ୍ରର ବିକାଶ ପାଇଁ ୦.୪୦ କୋଟି ଟଙ୍କା ପ୍ରଦାନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ସୁଦାମ ମାର୍ଣ୍ଡି, ରୀତା ସାହୁ, ସାଂସଦ ମମତା ମହନ୍ତ, ବିଧାୟକ ରାଜକିଶୋର ଦାସ, ସ୍ନେହାଙ୍ଗିନୀ ଛୁରିଆ, ଦେବେଶ ଆଚାର୍ଯ୍ୟ, ବର୍ଷା ସିଂହ ବରିହା, ଜିଲ୍ଲାପରିଷଦ ସଭାପତି, ସଦସ୍ୟଗଣ, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଆଭାସୀ ମାଧ୍ୟମରେ ଯୋଗଦେଇଥିଲେ। କାର୍ଯ୍ୟକ୍ରମ ଶେଷରେ ୩ଟି ଜିଲ୍ଲାର ଜିଲ୍ଲାପାଳ ଧନ୍ୟବାଦ ଦେଇଥିଲେ ।



[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button