ଦେଶ ବିଦେଶ

ଦୀପାବଳି ପାଇଁ କେନ୍ଦ୍ର ସରକାରଙ୍କ ବୋନସ ଘୋଷଣା – bajravana

[ad_1]

ନୂଆଦିଲ୍ଲୀ, ୧୭/୧୦ : ଦିପାବଳୀ ପାଇଁ କେନ୍ଦ୍ରୀୟ କର୍ମଚାରୀଙ୍କୁ ସରକାର ଦିପାବଳୀ ବୋନସ ଘୋଷଣା କରିଛନ୍ତି । ଏହା ଅଧୀନରେ ଗ୍ରୁପ୍ ବି ଏବଂ ଗ୍ରୁପ୍ ସି ବର୍ଗର କର୍ମଚାରୀମାନେ ୩୦ ଦିନର ବେତନ ସହିତ ସମାନ ଟଙ୍କା ପାଇବେ । ଦିପାବଳୀ ଅବସରରେ କେନ୍ଦ୍ର ସରକାରୀ କର୍ମଚାରୀମାନଙ୍କୁ ଆଡ୍-ହକ୍ ବୋନସ୍ ଦେବାକୁ ଅର୍ଥ ମନ୍ତ୍ରଣାଳୟ ଘୋଷଣା କରିଛି । ଅଣ-ଗେଜେଟେଡ୍ କର୍ମଚାରୀ କେନ୍ଦ୍ର ସରକାରଙ୍କ ଗ୍ରୁପ୍ ବି ଏବଂ ଗ୍ରୁପ୍ ସି ଅଧୀନରେ ଥିବା, ଯେଉଁମାନେ କୌଣସି ବୋନସ୍ ସ୍କିମ୍ ଅଧୀନରେ ନାହାଁନ୍ତି, ସେମାନଙ୍କୁ ମଧ୍ୟ ଏହି ବୋନସ୍ ମିଳିବ । ଅର୍ଥ ମନ୍ତ୍ରଣାଳୟର ସୂଚନା ଅନୁସାରେ ୨୦୨୨-୨୩ ପାଇଁ କେନ୍ଦ୍ର ସରକାରଙ୍କ ଅଣ-ଗେଜେଟେଡ୍ କର୍ମଚାରୀଙ୍କ ପାଇଁ ୭୦୦୦ ଟଙ୍କା ବୋନସ୍ ଘୋଷଣା କରାଯାଇଛି । ବୋନସ ସେହି କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ଦିଆଯିବ ଯେଉଁମାନେ ମାର୍ଚ୍ଚ ୩୧, ୨୦୨୩ ପର୍ଯ୍ୟନ୍ତ ସେବା କରିଆସୁଛନ୍ତି ଏବଂ ୨୦୨୨-୨୩ ବର୍ଷ ମଧ୍ୟରେ ଅତି କମରେ ୬ ମାସ କାମ କରିଛନ୍ତି । ସେହିପରି ଆଜି ସକାଳ ୧୦ଟା ୩୦ ରେ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button