ସପୁରୀ ଜୁସ୍ : ଏଥିରୁ କଣ ମିଳିଥାଏ ଫାଇଦା ଜାଣନ୍ତୁ… – bajravana
[ad_1]
ଶରୀରକୁ ସୁସ୍ଥ ରଖିବା ପାଇଁ କିଏ ବା ନ ଚାହେଁ । ଶରୀରକୁ ଉପକାର କରୁଥିବା ଜିନିଷ ମଧ୍ୟରୁ ଗୋଟିଏ ହେଉଛି ପାଇନ୍ଆପଲ୍ ତଥା ସପୁରୀ ଜୁସ୍ । ସପୁରୀ ରସ ରୋଗ ପ୍ରତିରୋଧକ ଶକ୍ତି ଏବଂ ହଜମ ପାଇଁ ସବୁଠ ଭଲ ମେଡିସିନ । ସପୁରୀ ଜୁସ୍ ହେଉଛି ବ୍ରୋମେଲାଇନର ଏକମାତ୍ର ଖାଦ୍ୟ ଉତ୍ସ । ଖରାଦିନେ ଘଟୁଥିବା ଅନେକ ରୋଗର ଚିକିତ୍ସା ପାଇଁ ଏହି ଏନଜାଇମ୍ ବ୍ୟବହୃତ ହୁଏ । ତେବେ ଆସନ୍ତୁ ଜାଣିବା ସପୁରୀ ଜୁସ୍ ପିଇବା ଦ୍ଵାରା କଣ ମିଳିଥାଏ ଫାଇଦା । ସପୁରୀ ଜୁସ୍ରେ ଆଇରନ, ଭିଟାମିନ୍ ସି, ମାଙ୍ଗାନିଜ୍, କପର, ଫୋଲେଟ୍, ପୋଟାସିୟମ୍, ଭିଟାମିନ୍ କେ, ଭିଟାମିନ୍ ବି-୬, ଭିଟାମିନ୍ ବି -୧ (ଥିଏମାଇନ୍), କ୍ୟାଲସିୟମ୍, ଫସଫରସ୍, କୋଲାଇନ୍, ମ୍ୟାଗ୍ନେସିୟମ୍ ରହିଥାଏ।
ସପୁରୀ ରସ ପିଇବା ଦ୍ଵାରା ବ୍ରଣ ପରି ସମସ୍ୟାରୁ ମୁକ୍ତି ମିଳେ ଓ ଉଜ୍ଵଳ ତ୍ଵଚା ଫେରାଏ। ବୟସ ବଢିବା ସହିତ ଚର୍ମ ସତେଜ ରୁହେ ଏବଂ କୁଞ୍ଚନ ଦେଖାଯାଏ ନାହିଁ । ଯଦି ଆପଣ ନିୟମିତ ଭାବେ ସପୁରୀ ଜୁସ୍ ପିଅନ୍ତି, ତେବେ ଆପଣଙ୍କ ତ୍ୱଚା ସୁସ୍ଥ ଓ କୋମଳ ରହିବ ।
ଯେଉଁମାନେ ପ୍ରତିଦିନ ସପୁରୀ ଜୁସ୍ ପିଉଛନ୍ତି ସେମାନଙ୍କଠାରୁ ରୋଗ ମଧ୍ୟ ଦୂରରେ ରହିଥାଏ । ସେମାନଙ୍କର ପ୍ରତିରୋଧକୁ ଶକ୍ତି ବୃଦ୍ଧି ହୁଏ। ଏହା ଅନେକ ରୋଗ ସହିତ ମଧ୍ୟ ଲଢିଥାଏ ।
ସପୁରୀ ଜୁସ୍ରେ ହଜମ ପାଇଁ ଫାଇବର ଏବଂ ଭିଟାମିନ୍-ସି ର ଏକ ସମୃଦ୍ଧ ଉତ୍ସ ଥାଏ। ଯାହା ଖାଦ୍ୟ ହଜମ କରିବାରେ ସାହାଯ୍ୟ କରିଥାଏ। ଯଦି ଆପଣ ପ୍ରତିଦିନ ପିଅନ୍ତି ତାହାଲେ କୋଷ୍ଠକାଠିନ୍ୟ, ଗ୍ୟାସ୍ ଭଳି ସମସ୍ୟା ଦୂର ହୋଇଯିବ ।
[ad_2]