ଓଡିଶା

ଭି କେ ପାଣ୍ଡିଆନ୍‌ଙ୍କ ସ୍ବେଚ୍ଛାକୃତ ଅବସର ଆବେଦନକୁ ମଞ୍ଜୁର କଲେ କେନ୍ଦ୍ର ସରକାର – bajravana

[ad_1]

ଭୁବନେଶ୍ବର: ବରିଷ୍ଠ ଆଇଏଏସ୍‌ ଅଧିକାରୀ ଭି କାର୍ତ୍ତିକେୟ ପାଣ୍ଡିଆନ୍‌ ସ୍ବେଚ୍ଛାକୃତ ଅବସର ନେଇଥିବା ନେଇ ସୂଚନା ହସ୍ତଗତ ହୋଇଛି । ଶ୍ରୀ ପାଣ୍ଡିଆନ୍‌ଙ୍କ ସ୍ବେଚ୍ଛାକୃତ ଅବସରକୁ କେନ୍ଦ୍ର କାର୍ମିକ ମନ୍ତ୍ରାଳୟ ମଂଜୁର କରିଥିବା ନେଇ ପତ୍ର ଗଣମାଧ୍ୟମ ନିକଟରେ ପହଞ୍ଚିଛି । ଆମର ହସ୍ତଗତ ହୋଇଥିବା ପତ୍ରରେ କେନ୍ଦ୍ର ସରକାରଙ୍କ ଅନୁସଚିବ ଭୁପିନ୍ଦର ପାଲ ସିଂ ଏ ସଂକ୍ରାନ୍ତରେ ପତ୍ର ଲେଖି ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବଙ୍କୁ ଅବଗତ କରିଛନ୍ତି।

ଗତ ୨୦ ତାରିଖ ଦିନ ଭି କେ ପାଣ୍ଡିଆନ୍ ସ୍ବେଚ୍ଛାକୃତ ଅବସର ଲାଗି ଆବେଦନ କରିଥିଲେ ଓ ରାଜ୍ୟ ସରକାର ଏହାକୁ ଗ୍ରହଣ  କରିବା ସହ କେନ୍ଦ୍ରର ଅନୁମୋଦନ ଲାଗି ପଠାଇଥିଲେ। ଏହାପରେ ଓଡ଼ିଶା କ୍ୟାଡରର ୨୦୦୦ ବ୍ୟାଚ୍‌ର ଆଇଏଏସ୍‌ ଅଫିସର ପାଣ୍ଡିଆନଙ୍କ ସ୍ବେଚ୍ଛାକୃତ ଅବସର ନେଇ କେନ୍ଦ୍ର ସରକାର ସାଧାରଣ ପ୍ରଶାସନ ବିଭାଗକୁ ଜଣାଇଛନ୍ତି। ଶ୍ରୀ ପାଣ୍ଡିଆନ୍‌ଙ୍କ ପ୍ରସ୍ତାବ କ୍ଷମତାପ୍ରାପ୍ତ ଅଧିକାରୀଙ୍କ ଦ୍ବାରା ଗୃହୀତ ହୋଇଥିବା କେନ୍ଦ୍ର କାର୍ମିକ ବିଭାଗ ଜଣାଇଛି।

ସୂଚନାଯୋଗ୍ୟ, ଭିକେ ପାଣ୍ଡିଆନ୍‌ ମୟୂରଭଂଜ ଓ ଗଂଜାମ ଜିଲ୍ଲାର ଜିଲ୍ଲାପାଳ ଥିଲେ। ‌ପରେ ସେ ୨୦୧୧ ମସିହାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଭାବେ ଦାୟିତ୍ବ ଗ୍ରହଣ କରିଥିଲେ।



[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button