ଓଡିଶା

‘ମେରି ମାଟି ମେରା ଦେଶ’ କାର୍ଯ୍ୟକ୍ରମ ସମାପିତ: ସହିଦ ଓ ସଂଗ୍ରାମୀଙ୍କ ଅବଦାନ ଆଜିର ଭାରତ – bajravana

[ad_1]

ମାଟି କଳସ ଯାତ୍ରା ଦେଶର ଏକତା ଓ ଅଖଣ୍ଡତା ପାଇଁ ପ୍ରେରଣା ଯୋଗାଇବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଘଣ୍ଟ, ବାଦ୍ୟ, ଶଙ୍ଖ, ମହୁରୀ ଆଦି ବାଦ୍ୟ ଶବ୍ଦର ପ୍ରକମ୍ପନ ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟସ୍ତରୀୟ ‘ମେରି ମାଟି ମେରା ଦେଶ’ କାର୍ଯ୍ୟକ୍ରମ ଅବସରରେ ‘ମାଟି କଳସ ଯାତ୍ରା’ର ଶୁଭାରମ୍ଭ କରିଛନ୍ତି। ଦେଶ ତଥା ରାଜ୍ୟର ସବୁ ପଞ୍ଚାୟତରୁ ସଂଗୃହିତ ପବିତ୍ର ମାଟିରେ ନୂଆଦିଲ୍ଲୀରେ ଏକ ଅମୃତ ବାଟିକା ପ୍ରତିଷ୍ଠା କରାଯିବ। ଆସନ୍ତା କାଲିଠାରୁ ନୂଆଦିଲ୍ଲୀ ଅଭିମୁଖେ ଏହି ମାଟି କଳସ ଯାତ୍ରା ଆରମ୍ଭ ହେବ। ୭୫ତମ ସ୍ୱାଧୀନତା ଦିବସ ପାଳନର ଅନ୍ତିମ ପର୍ଯ୍ୟାୟ କାର୍ଯ୍ୟକ୍ରମ ଅବସରରେ ଆଜି ଲୋକସେବା ଭବନରେ ‘ମେରି ମାଟି ମେରା ଦେଶ’ର ରାଜ୍ୟସ୍ତରୀୟ ସମାପନ ଦିବସ ପାଳନ କରାଯାଇଥିଲା।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଜିର ଭାରତ ଆମର ପୂଜ୍ୟ ସହିଦ ଓ ସଂଗ୍ରାମୀମାନଙ୍କ ଅବଦାନ। ସେମାନେ ଆମ ମାନସପଟ୍ଟରେ ଚିରଦିନ ପାଇଁ ଅମର ହୋଇ ରହିବେ। ଦେଶର ଅଗଣିତ ସହିଦ ଓ ସ୍ୱାଧୀନତା ସଂଗ୍ରାମୀମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ମୁଖ୍ୟମନ୍ତ୍ରୀ କହିଥିଲେ, ଓଡ଼ିଶା ହେଉଛି ପୁଣ୍ୟ ଭୂମି। ଏ ମାଟିରେ ଦେଶର ସ୍ୱାଧୀନତା ତଥା ମାତୃଭୂମିର ଗୌରବ ପାଇଁ ଅନେକ ବୀର ସହିଦ ହୋଇଛନ୍ତି। ସେହି ବୀର ମାଟିର ସମ୍ମାନାର୍ଥେ ଆୟୋଜିତ ଏହି ମାଟି କଳସ ଯାତ୍ରା ଆମ ସମସ୍ତଙ୍କୁ ଦେଶର ଏକତା ଓ ଅଖଣ୍ଡତା ପାଇଁ କାମ କରିବାକୁ ପ୍ରେରଣା ଯୋଗାଇବ। ମୁଖ୍ୟମନ୍ତ୍ରୀ ଏହି ଅବସ‌ରରେ ଆହୁରି କହିଛନ୍ତି, ଏହି ସମସ୍ତ ପୁଣ୍ୟ ମାଟିର ସମାହାରରେ ନୂଆଦିଲ୍ଲୀରେ ନିର୍ମିତ ଅମୃତ ବାଟିକା ଆଗାମୀ ଦିନରେ ପ୍ରତ୍ୟେକ ଭାରତୀୟଙ୍କ ପାଇଁ ତୀର୍ଥ ସ୍ଥଳରେ ପରିଗଣିତ ହେବ। ଏହି ଅମୃତ ବାଟିକା ପ୍ରତ୍ୟେକ ଭାରତୀୟଙ୍କ ମଧ୍ୟରେ ଦେଶପ୍ରେମକୁ ଜାଗ୍ରତ କରିବା ସହ ଆଗାମୀ ପିଢିକୁ ସଂଗ୍ରାମୀମାନଙ୍କର ତ୍ୟାଗ ଓ ବଳିଦାନର ମୂଲ୍ୟବୋଧ ସମ୍ପର୍କରେ ଅବଗତ କରାଇବ। ଏହି କାର୍ଯ୍ୟକ୍ରମ ଆମ ସ୍ୱାଧୀନତା ସଂଗ୍ରାମର ଇତିହାସକୁ ଆହୁରି ଉଜ୍ଜ୍ୱଳ କରିବ। ଏକ ନୂଆ ଓଡ଼ିଶା ତଥା ନୂଆ ଭାରତ ଗଠନ ପାଇଁ ସମସ୍ତଙ୍କୁ ପ୍ରେରଣା ଯୋଗାଇବ। ଏହି ଅବସରରେ ସବୁ ପଞ୍ଚାୟତରେ ‘ମେରି ମାଟି ମେରା ଦେଶ’ କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ଓଡ଼ିଶାର ସମସ୍ତ ନାଗରିକଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ସୂଚନା ଲୋକ ସମ୍ପର୍କ ମନ୍ତ୍ରୀ ପ୍ରଦୀପ ଅମାତ ଓ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଅଶ୍ୱିନୀ ପାତ୍ର ଉଦ୍‌ବୋଧନ ଦେଇଥିଲେ। କାର୍ଯ୍ୟକ୍ରମ ପ୍ରାରମ୍ଭରେ ବନ୍ଦେ ଉତ୍କଳ ଜନନୀ ପରିବେଷଣ କରାଯାଇଥିଲା। କାର୍ଯ୍ୟକ୍ରମ ଶେଷରେ ଜାତୀୟ ସଙ୍ଗୀତ ପରିବେଷଣ କରାଯାଇଥିଲା। ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଉପରେ କ୍ଷୁଦ୍ର ଚଳଚ୍ଚିତ୍ର ପ୍ରଦର୍ଶିତ ହୋଇଥିଲା। କାର୍ଯ୍ୟକ୍ରମରେ ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ, ଉନ୍ନୟନ କମିସନର୍‌ ଅନୁ ଗର୍ଗ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ସଂସ୍କୃତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ସ୍ୱାଗତ ଭାଷଣ ଦେଇ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋକପାତ କରିଥିଲେ। ପଞ୍ଚାୟତିରାଜ ସ୍ୱତନ୍ତ୍ର ପ୍ରକଳ୍ପ ନିର୍ଦ୍ଦେଶକ ଜ୍ୟୋତିରଞ୍ଜନ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ।



[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button