ଅପରାଧ

ମୁକେଶ ଅମ୍ବାନୀଙ୍କୁ ହତ୍ୟା ଧମକ – bajravana

[ad_1]

ନୂଆଦିଲ୍ଲୀ, ୨୮/୧୦ : ‘ରିଲାଏନ୍‌ସ୍‌ ଇଣ୍ଡଷ୍ଟ୍ରିଜ୍‌’ର ଅଧ୍ୟକ୍ଷ ମୁକେଶ ଅମ୍ବାନି ହତ୍ୟା ଧମକ ଦିଆଯାଇଛି । ୨୦ କୋଟି ଟଙ୍କା ନ ଦେଲେ ତାଙ୍କୁ ହତ୍ୟା କରାଯିବ ବୋଲି ଜଣେ ଅଜ୍ଞାତ ବ୍ୟକ୍ତିଙ୍କ ଦ୍ୱାରା ମୁକେଶ ଅମ୍ବାନିଙ୍କ କମ୍ପାନିକୁ ଆସିଥିବା ଏହି ଇ-ମେଲ୍‌ରେ କୋଟିପତି ମୁକେଶଙ୍କୁ କୁହାଯାଇଛି ବୋଲି ପୁଲିସ ଗଣମାଧ୍ୟମକୁ ସୂଚନା ଦେଇଛି। ଇ-ମେଲ୍‌ରେ ଆପଣ ଆମକୁ ୨୦ କୋଟି ଟଙ୍କା ନ ଦେଲେ, ଆମେ ଆପଣଙ୍କୁ ହତ୍ୟା କରିବୁ । ମୁକେଶ ଅମ୍ବାନୀଙ୍କ ସୁରକ୍ଷା ଦାୟିତ୍ବରେ ଥିବା କର୍ମଚାରୀଙ୍କ ଅଭିଯୋଗ ଆଧାରରେ ମୁମ୍ବାଇର ଗାମଦେବୀ ପୁଲିସ ‘ଆଇପିସି’ ଧାରା ୩୮୭ ଓ ୫୦୬ (୨) ଅନୁଯାୟୀ ଉକ୍ତ ଅଜ୍ଞାତ ବ୍ୟକ୍ତିଙ୍କ ନାମରେ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ଗତବର୍ଷ ମୁକେଶ ଅମ୍ବାନୀ ଓ ତାଙ୍କ ପରିବାରବର୍ଗଙ୍କୁ ଫୋନ୍‌ ଯୋଗେ ହତ୍ୟା ଧମକ ଦେଇଥିବା ବିହାରର ଦରଭଙ୍ଗା ଅଞ୍ଚଳର ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଥିଲା । ୨୦୨୧ରେ ଦକ୍ଷିଣ ମୁମ୍ବାଇ ଅନ୍ତର୍ଗତ ମୁକେଶଙ୍କ ବାସଭବନ ‘ଆଣ୍ଟିଲିଆ’ ବାହାରେ ୨୦ଟି ବିସ୍ଫୋରକ ‌‘ଜେଲାଟିନ୍‌ ଷ୍ଟିକ୍‌’ ଥିବା ଗୋଟାଏ ସ୍କର୍ପିଓ କାର୍‌ରୁ ମଧ୍ୟ ଏକ ଧମକ-ପତ୍ର ଉଦ୍ଧାର କରାଯାଇଥିଲା। ସେଥିରେ ଲେଖାଯାଇଥିଲା: ଏ ‌ହେଉଛି କେବଳ ‌‘ଟ୍ରେଲର୍‌’।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button