ଦେଶ ବିଦେଶ

ବିଧାନସଭା ନିର୍ବାଚନ ପରେ ରାହୁଲଙ୍କ ଦ୍ୱିତୀୟ ପର୍ଯ୍ୟାୟ ଭାରତ ଯୋଡ଼ୋ ଯାତ୍ରା – bajravana

[ad_1]

ନୂଆଦିଲ୍ଲୀ: ମଧ୍ୟ ପ୍ରଦେଶ, ଛତିଶଗଡ଼, ରାଜସ୍ଥାନ, ତେଲେଙ୍ଗାନା ଓ ମିଜୋରାମରେ ଚଳିତ ବର୍ଷ ବିଧାନସଭା ଏବଂ ଆଗାମୀ ବର୍ଷ ୨୦୨୪ରେ ଲୋକସଭା ନିର୍ବାଚନ ଅନୁଷ୍ଠିତ ହେବ । ଏହାକୁ ଦୃଷ୍ଟିରେ ରଖି କଂଗ୍ରେସ ଜୋରଦାର ପ୍ରୟାସ ଆରମ୍ଭ କରିଦେଇଛି । କଂଗ୍ରେସ ନେତା ରାହୁଲ ଗାନ୍ଧୀ କର୍ଣ୍ଣାଟକ ନିର୍ବାଚନ ପୂର୍ବରୁ ଭାରତ ଯୋଡ଼ୋ ଯାତ୍ରା ଆରମ୍ଭ କରିଥିଲେ । ଏହାର ପ୍ରଭାବ ନିର୍ବାଚନ ଫଳାଫଳରେ ଦେଖିବାକୁ ମିଳିଥିଲା । ଏଭଳି ସ୍ଥିତିରେ ଡିସେମ୍ବରରୁ ଫେବୃୟାରୀ ମଧ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଭାରତ ଯୋଡ଼ୋ ଯାତ୍ରା ଆରମ୍ଭ ହେବ ବୋଲି ସୂଚନା ମିଳିଛି ।

ଏହାପୂର୍ବରୁ ମଧ୍ୟପ୍ରଦେଶରେ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ରାହୁଲ ଗାନ୍ଧୀ ନଭେମ୍ବର ୧୩ରେ ପଦଯାତ୍ରା ଆରମ୍ଭ କରିବେ । ବର୍ତ୍ତମାନ ରାହୁଲ ୩ ଦିନିଆ ଉତ୍ତରାଖଣ୍ଡ ଯାତ୍ରା କରିଛନ୍ତି । ଏହି ପରିପ୍ରେକ୍ଷୀରେ ରାହୁଲ ବାବା କେଦାରନାଥଙ୍କ ଦର୍ଶନ କରିଛନ୍ତି ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button