ଓଡିଶା

ସୃଷ୍ଟି ହେଲା ଲଘୁଚାପ: ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା – bajravana

[ad_1]

ଭୁବନେଶ୍ବର: ଦକ୍ଷିଣ ଆଣ୍ଡାମାନ ସାଗର ଓ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଛି ଲଘୁଚାପ। ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ ଏବଂ ନଭେମ୍ବର ୨୯ ତାରିଖରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏହାପରେ ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ ଏବଂ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରର ଦକ୍ଷିଣ ପୂର୍ବ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି କରିବ। ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ଆକଳନ କରିଛି।
ଏହାର ପ୍ରଭାବରେ ୨୮ ତାରିଖରେ କୋରାପୁଟ, ମାଲାକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି, କନ୍ଧମାଳ ଓ ନୂଆପଡ଼ା ଜିଲ୍ଲାର କେତେକାଂଶରେ ହାଲୁକା ବର୍ଷା ହୋଇପାରେ। ୨୯ ତାରିଖରୁ ମଧ୍ୟ ରାଜ୍ୟରେ ଶୁଖିଲା ଓ ଖରାଟିଆ ପାଗ ଦେଖିବାକୁ ମିଳିବ। ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଦେଖାଯିବ ନାହିଁ। ଆଜି ରାଜଧାନୀ ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳର ପାଗ ଶୁଖିଲା ରହିଛି। ଦିନର ସର୍ବୋଚ୍ଚ ତାପମାତ୍ରା ୩୦ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୧୮ ଡିଗ୍ରି ମଧ୍ୟରେ ରହିବ।



[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button