ଦେଶ ବିଦେଶ

ଆଜି ସଞ୍ଜୟ ସିଂଙ୍କ ଜାମିନ ଆବେଦନର ଶୁଣାଣି – bajravana

[ad_1]

ନୂଆଦିଲ୍ଲୀ, ୨୮/୧୧ : ଆଜି ଆମ ଆଦମୀ ପାର୍ଟି ସାଂସଦ ସଞ୍ଜୟ ସିଂଙ୍କ ଜାମିନ ଆବେଦନର ଶୁଣାଣି । ଦିଲ୍ଲୀ ମଦନୀତି ମାମଲାରେ ଗିରଫ ହୋଇଥିବା ସଞ୍ଜୟଙ୍କ ଜାମିନର ଶୁଣାଣି ଗତ ଶନିବାର ହେବାର ଥିଲା । ମାତ୍ର ତାହାକୁ ମଙ୍ଗଳବାରକୁ ଘୁଞ୍ଚାଇ ଦିଆଯାଇଥିଲା । ମଦ ନୀତି ମାମଲାରେ ଗତ ଅକ୍ଟୋବର ୪ ତାରିଖରେ ସଞ୍ଜୟଙ୍କୁ ଗିରଫ କରିଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ଇଡିର ଚାର୍ଜସିଟରେ କୁହାଯାଇଥିଲା- ଦିଲ୍ଲୀଭିତ୍ତିକ ବ୍ୟବସାୟୀ ତଥା ମଦ ଦୁର୍ନୀତି ଅଭିଯୁକ୍ତ ଦିନେଶ ଆରୋରା ଦିଲ୍ଲୀ ମୁଖ୍ଯମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ତାଙ୍କ ବାସଭବନରେ ଭେଟିଥିଲେ । ସେଠାରେ ସଞ୍ଜୟ ସିଂ ଉପସ୍ଥିତ ଥିଲେ । ଜେରା ବେଳେ ଦିନେଶ ଅତୀତରେ ସଞ୍ଜୟଙ୍କୁ ଏକ ଇଭେଣ୍ଟରେ ଭେଟିଥିଲେ ଏବଂ ପରେ ସେ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ସମ୍ପର୍କରେ ଆସିଥିଲେ । ଏହି ମାମଲାରେ ପୂର୍ବରୁ ଦିନେଶଙ୍କୁ ଗିରଫ କରିଥିଲା ଇଡି । ଦିଲ୍ଲୀ ମଦ ଦୁର୍ନୀତି ମାମଲାର ସିବିଆଇ ତଦନ୍ତ ଲାଗି ଦିଲ୍ଲୀର ଲେଫ୍ଟନାଣ୍ଟ ଗଭର୍ଣ୍ଣର ଭିକେ ସକ୍ସେନା ନିର୍ଦ୍ଦେଶ ଦେଇଥିଲେ । ପୂର୍ବରୁ ଦିଲ୍ଲୀ ମଦନୀତି ମାମଲାରେ ଗତ ଫେବ୍ରୁଆରୀ 26ରେ ମନୀଷ ସିସୋଦିଆ ହୋଇଥିଲେ ଗିରଫ ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button