୧୧୪୦ କୋଟିର ସ୍ବାସ୍ଥ୍ୟ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ: ୧୪୦ କୋଟିରେ ୧୦୩ଟି ପ୍ରକଳ୍ପର ଉଦ୍ଘାଟନ – bajravana
[ad_1]
ରାଜ୍ୟ ବାହାର ଓଡ଼ିଆଙ୍କ ପାଇଁ ବିଏସ୍କେୱାଇର ସ୍ୱତନ୍ତ୍ର ହେଲ୍ପଲାଇନ୍, ୧୦୦୦ କୋଟିରେ ୩୭୨ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର
ଭୁବନେଶ୍ବର: ରାଜ୍ୟରେ ଆଜି ୧୧୪୦ କୋଟିର ସ୍ବାସ୍ଥ୍ୟ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ ହୋଇଛି। ଭିଡିଓ କନ୍ଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୪୦ କୋଟି ଟଙ୍କା ବିନିଯୋଗରେ ୧୦୩ଟି ପ୍ରକଳ୍ପ ଉଦ୍ଘାଟନ କରିଥିବା ବେଳେ ହଜାର କୋଟି ଟଙ୍କା ବ୍ୟୟରେ ୩୭୨ଟି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସରକାରୀ ସ୍ୱାସ୍ଥ୍ୟ ବ୍ୟବସ୍ଥା ଉପରେ ଲୋକଙ୍କ ଭରସା ବଢ଼ିଛି। ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ୫-ଟି ଉପକ୍ରମରେ ବିଭିନ୍ନ ପଦକ୍ଷେପ ଦ୍ୱାରା ସରକାରୀ ହସ୍ପିଟାଲଗୁଡ଼ିକର ରୂପାନ୍ତରୀକରଣ ହୋଇପାରିଛି। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା(ବିଏସ୍କେୱାଇ) ଲୋକଙ୍କ ପାଇଁ ଆଶୀର୍ବାଦ ପାଲଟିଛି। ଲୋକମାନେ ବିନା ଖର୍ଚ୍ଚରେ ଉତ୍ତମ ସ୍ୱାସ୍ଥ୍ୟସେବା ପାଇପାରୁଛନ୍ତି। ପ୍ରତି ମାସରେ ୧ ଲକ୍ଷରୁ ଅଧିକ ରୋଗୀ ଚିକିତ୍ସା ସୁବିଧା ପାଉଛନ୍ତି। ଲୋକଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇଦେବା ପାଇଁ ସରକାରଙ୍କ ପ୍ରତିବଦ୍ଧତାର ଏହା ପ୍ରତିଫଳନ। ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଓଡ଼ିଶାକୁ ଏକ ରୋଲ ମଡେଲ୍ କରିବା ସରକାରଙ୍କ ଲକ୍ଷ୍ୟ।
୧୪୦ କୋଟିରେ ୧୦୩ଟି ପ୍ରକଳ୍ପର ଉଦ୍ଘାଟନ
୧୦୦୦ କୋଟିରେ ୩୭୨ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର
ରାଜ୍ୟ ବାହାର ଓଡ଼ିଆଙ୍କ ପାଇଁ ବିଏସ୍କେୱାଇର ସ୍ୱତନ୍ତ୍ର ହେଲ୍ପଲାଇନ୍
ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଓଡିଶାକୁ ଏକ ରୋଲ ମଡେଲ୍ କରିବା ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ, ଆଜିର ପ୍ରକଳ୍ପଗୁଡ଼ିକ ସ୍ୱାସ୍ଥ୍ୟ ଭିତ୍ତିଭୂମି କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ଆଣିବ। ରାଜ୍ୟର ସରକାରୀ ହସ୍ପିଟାଲଗୁଡ଼ିକର ଭିତ୍ତିଭୂମିରେ ବହୁତ ପରିବର୍ତ୍ତନ ଆସିଛି। ଏସ୍ସିବି ମେଡିକାଲ କଲେଜକୁ ବିଶ୍ୱସ୍ତରୀୟ କରିବା ପାଇଁ କାମ ଜାରି ରହିଛି। ନୂଆ ନୂଆ ମେଡିକାଲ କଲେଜ ଖୋଲୁଛି। ନିୟମିତ ଭାବେ ଡାକ୍ତର ଓ ସହାୟକ କର୍ମଚାରୀ ପଦବି ପୂରଣ ହେଉଛି। ମୁଖ୍ୟମନ୍ତ୍ରୀ ସ୍ୱାସ୍ଥ୍ୟ ସେବା ମିସନରେ ଭିତ୍ତିଭୂମି ବିକାଶ କାମ ଚାଲିଛି। ଗତ ୫ ବର୍ଷରେ ସ୍ୱାସ୍ଥ୍ୟ ଭିତ୍ତିଭୂମିର ବିକାଶ ପାଇଁ ୧୨ ହଜାର କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। ରାଜ୍ୟର ପ୍ରାଥମିକ ସ୍ୱାସ୍ଥ୍ୟ, ଗୋଷ୍ଠୀ ସ୍ୱାସ୍ଥ୍ୟ ଓ ଜିଲ୍ଲା ସ୍ୱାସ୍ଥ୍ୟ ସେବା ବ୍ୟବସ୍ଥାକୁ ସୁଦୃଢ କରିବା ସରକାରଙ୍କ ପ୍ରମୁଖ ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟ ବାହାରେ ରହୁଥିବା ଓଡ଼ିଆଙ୍କ ପାଇଁ ବିଏସ୍କେୱାଇର ଏକ ସ୍ୱତନ୍ତ୍ର ହେଲ୍ପ ଲାଇନ ୧୮୦୦ ୧୨୦ ୧୨୦ ୧୦୪ ଶୁଭାରମ୍ଭ କରିଥିଲେ।
ସ୍ବାସ୍ଥ୍ୟ ମନ୍ତ୍ରୀ ନିରଞ୍ଜନ ପୂଜାରୀ କହିଥିଲେ, ଗତ ଦୁଇ ଦଶନ୍ଧି ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱ ଓ ଦିଗଦର୍ଶନରେ ରାଜ୍ୟରେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଉଲ୍ଲେଖନୀୟ ପରିବର୍ତ୍ତନ ଆସିଛି। ଶିଶୁ ଓ ମାତୃ ମୃତ୍ୟୁହାର ହ୍ରାସରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ ପାଲଟିଛି। ମ୍ୟାଲେରିଆ, ଯକ୍ଷ୍ମା ନିରାକରଣ କ୍ଷେତ୍ରରେ ମଧ୍ୟ ଓଡ଼ିଶା ଆଗରେ ରହିଛି। ମୁଖ୍ୟମନ୍ତ୍ରୀଙ୍କର ପରିକଳ୍ପିତ ବିଏସ୍କେୱାଇ ଦେଶରେ ଯୁଗାନ୍ତକାରୀ ସାବ୍ୟସ୍ତ ହୋଇଥିବା ଶ୍ରୀ ପୂଜାରୀ କହିଥିଲେ। ୫-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ପ୍ରାରମ୍ଭରେ ସ୍ବାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ ସ୍ୱାଗତ ଭାଷଣ ଦେଇଥିଲେ। ଉନ୍ନୟନ କମିସନର ଅନୁ ଗର୍ଗ ଓ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ ଉପସ୍ଥିତ ଥିଲେ। ସବୁ ଜିଲ୍ଲାପାଳ ଓ ସ୍ୱାସ୍ଥ୍ୟ ଅଧିକାରୀମାନେ ଅନ୍ଲାଇନରେ ଏହି କାର୍ଯ୍ୟକ୍ରମରେ ଯୋଡ଼ି ହୋଇଥିଲେ।
[ad_2]