ଓଡିଶା
ରାଜ୍ୟ ଖାଦ୍ୟସୁରକ୍ଷା ଯୋଜନାର ଅବଧିକୁ ଆଉ ୫ ବର୍ଷ ବଢ଼ାଇଲେ ମୁଖ୍ୟମନ୍ତ୍ରୀ – bajravana
[ad_1]
ଭୁବନେଶ୍ୱର: ରାଜ୍ୟ ଖାଦ୍ୟସୁରକ୍ଷା ଯୋଜନାର ଅବଧିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଉ ୫ ବର୍ଷକୁ ବୃଦ୍ଧି କରିଛନ୍ତି।
Sambad is now on WhatsApp
Join and get latest news updates delivered to you via WhatsApp
ସୂଚନାଯୋଗ୍ୟ ଯେ, ରାଜ୍ୟ ଖାଦ୍ୟସୁରକ୍ଷା ଯୋଜନାରେ ରାଜ୍ୟର ୩,୧୪,୯୨୩ ପରିବାରର ୯,୯୭,୦୫୫ ଜଣ ବ୍ୟକ୍ତି ଅନ୍ତର୍ଭୁକ୍ତ ହୋଇଛନ୍ତି। ସେମାନେ ପ୍ରତ୍ୟେକ ମାଗଣାରେ ମାସକୁ ୫ କେଜି ଲେଖାଏ ଚାଉଳ ପାଉଛନ୍ତି। ଯୋଜନାର ଅବଧି ଆଉ ୫ ବର୍ଷ ବଢ଼ିବା ଦ୍ୱାରା ଏହି ହିତାଧିକାରୀମାନେ ୨୦୨୪ ଜାନୁଆରୀ ୧ ଠାରୁ ୨୦୨୮ ଡିସେମ୍ବର ୩୧ ପର୍ଯ୍ୟନ୍ତ ଏହି ସୁବିଧା ପାଇବେ।
ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ୨୫୦ କୋଟି ଟଙ୍କା ହିସାବରେ ୫ ବର୍ଷରେ ୧୨୫୦ କୋଟି ଟଙ୍କା ନିଜ ପାଣ୍ଠିରୁ ଖର୍ଚ୍ଚ କରିବେ। ରାଜ୍ୟର ଜଣେ ବି ଗରିବ ଲୋକ ଯେପରି ଖାଦ୍ୟସୁରକ୍ଷାରୁ ବଞ୍ଚିତ ନ ହୁଏ, ସେଥିପ୍ରତି ଦୃଷ୍ଟି ରଖିବାକୁ ମୁଖ୍ୟମନ୍ତ୍ରୀ ଦୃଢ଼ ନିର୍ଦ୍ଦେଶ ଦେଇଛନ୍ତି।
[ad_2]