ରାଉରକେଲାରେ ଡାଇରିଆ ଆତଙ୍କ: ମୃତ୍ୟୁସଂଖ୍ୟା ୭ ଛୁଇଁଲା, ୧୫ ଆକ୍ରାନ୍ତ ସୁସ୍ଥ – bajravana
[ad_1]
ରାଉରକେଲା: ରାଉରକେଲାରେ ଡାଇରିଆରେ ମୃତକଙ୍କ ସଂଖ୍ୟା ୭ରେ ପହଞ୍ଚିଛି। ଆକ୍ରାନ୍ତ ହୋଇଥିବା ଆଉ ଦୁଇଜଣ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ରାଉରକେଲା ପ୍ଲାଣ୍ଟସାଇଟ ଅଞ୍ଚଳର ମହମ୍ମଦ ଅସଲମ ଓ ରାଉରକେଲା ଗାନ୍ଧୀରୋଡର ଅତୁଲ କିସାନ (୭୦)। ପୂର୍ବରୁ ଗତକାଲି ରାତିରେ ରାଉରକେଲା ରେଳ ଷ୍ଟେସନ୍ ନିକଟ ନୀଳାଚଳ ହୋଟେଲର ମାଲିକ ପ୍ରଣବ କିଶୋର ସ୍ବାଇଁ(୫୨) ଆଖି ବୁଜିଥିଲେ। ସେ ହାଇଟେକ୍ ମେଡିକାଲ କଲେଜ୍ ଆଣ୍ଡ ହସ୍ପିଟାଲରେ ଆଖି ବୁଜିଥିଲେ। ପ୍ରଣବଙ୍କୁ ମିଶାଇ ମୋଟ ୫ଜଣଙ୍କ ଜୀବନ ନେଇଥିଲା ଡାଇରିଆ। ଗତ ଶୁକ୍ରବାର ଓ ଶନିବାର ଦୁଇଦିନରେ ୨ ବୃଦ୍ଧା, ଜଣେ ମହିଳାଙ୍କ ସମେତ ମୋଟ ୪ ଜଣ ଏଥିରେ ପ୍ରାଣ ହରାଇଲେଣି। ସେମାନେ ହେଲେ ରାଉରକେଲା ପାନପୋଷର ଗ୍ଲାସନ୍ ସାମନ୍ତ (୩୮), ଉଦିତନଗରର ନାନ୍ସି ଦୁବେ (୭୫), ପାନପୋଷ ତରକେରାର ଫୁଲତୋଳି ଗୌଡ଼ (୨୩) ଓ ଉଦିତନଗର ଓରାମପଡ଼ାର ଅହଲ୍ୟା ନାୟକ (୭୦)।
Sambad is now on WhatsApp
Join and get latest news updates delivered to you via WhatsApp
ଏଣେ ଆଜି ଆରଜିଇଚରୁ ୧୫ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ହାଇଟେକ ମେଡିକାଲ କଲେଜରେ ୨୫ଜଣ ଆକ୍ରାନ୍ତ ଭର୍ତ୍ତି ହୋଇଛନ୍ତି। ସୁନ୍ଦରଗଡ଼ ସାଂସଦ ଜୁଏଲ ଓରାମ ଓ ବିଜେପିର ବରିଷ୍ଠ ନେତା ନିହାର ରାୟ ବିଭିନ୍ନ ୱାର୍ଡ ବୁଲିବା ସହ ରୋଗୀଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ। ଜିଲ୍ଲାପାଳଙ୍କ ସହ ଆଲୋଚନା କରିବା ସହ ଉପଯୁକ୍ତ ଚିକିତ୍ସା ସେବା ଯୋଗାଇ ଦେବାକୁ ଦୁହେଁ କହିଛନ୍ତି। ସେପରି ଶ୍ରମ ମନ୍ତ୍ରୀ ସାରଦା ପ୍ରସାଦ ନାୟକ ମଧ୍ୟ ଆରଜିଏଚରେ ପହଞ୍ଚି ରୋଗୀଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିଛନ୍ତି।
[ad_2]