ଓଡିଶା

ରାଜ୍ୟରେ ବଢ଼ିବା‌ରେ ଲାଗିଛି ସଂକ୍ରମଣ: ପୁଣି ୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ – bajravana

[ad_1]

ଭୁବନେଶ୍ବର: ପୁଣି ରାଜ୍ୟରେ ୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପୂର୍ବରୁ ୫ଜଣଙ୍କଠାରେ ପଜିଟିଭ୍ ଚିହ୍ନଟ ହୋଇଥିଲେ। ଏହାଫଳରେ ମୋଟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୮ରେ ପହଞ୍ଚିଛି।

ଏନେଇ ସ୍ୱାସ୍ଥ୍ୟ ନିର୍ଦେଶକ ଡାକ୍ତର ବିଜୟ ମହାପାତ୍ର  କହିଥିଲେ, ସମସ୍ତ ସଂକ୍ରମିତଙ୍କ ଲକ୍ଷଣ କମ ଅଛି। ସେମାନଙ୍କର କେବଳ ଥଣ୍ଡା କାଶ ରହିଛି। କେହି ହସ୍ପିଟାଲରେ ନାହାନ୍ତି, ଘରେ ଚିକିତ୍ସିତ ହେଉଛନ୍ତି। ପ୍ରଥମ ଦୁଇ ରୋଗୀ କଟକର। ଅନ୍ୟ ରୋଗୀଙ୍କର ପ୍ରୋଟୋକଲ ଅନୁସାରେ ତଦନ୍ତ କରାଯାଉଛି। ପ୍ରଥମ ଦୁଇ ଜଣଙ୍କ ଟ୍ରାଭେଲ ହିଷ୍ଟ୍ରି ନାହିଁ। ସର୍ଭେଲାନ୍ସ ଆହୁରି ବଢ଼ାଯିବ। ଯାହାର ଲକ୍ଷଣ ଦେଖାଯାଉଛି, ସେମାନେ ପରୀକ୍ଷା କରନ୍ତୁ ଓ ଘରେ ରୁହନ୍ତୁ।

ଦେଶରେ ମଧ୍ୟ ବଢ଼ିଚାଲିଛି କରୋନା ପଜିଟିଭଙ୍କ ସଂଖ୍ୟା। ଗତ  ୨୪ ଘଣ୍ଟା ମଧ୍ୟରେ ଦେଶରେ ଆଉ ୫୨୯ ନୂଆ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। କର୍ଣ୍ଣାଟକରେ ୨ଜଣ ଓ ଗୁଜରାଟରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୂଚନା ଦେଇଛି। ସଂକ୍ରମିତମାନଙ୍କ ମଧ୍ୟରୁ ଏବେ ସୁଦ୍ଧା ଜେଏନ ଡଟ୍ ୱାନ ଭ୍ୟାରିଆଂଟର ୧୦୯ଟି ମାମଲା ଚିହ୍ନଟ ହୋଇଛି, ଯେଉଁମାନଙ୍କ ମଧ୍ୟରେ ଗୁଜରାଟରେ ୩୬, କର୍ଣ୍ଣାଟକରେ ୩୪, ଗୋଆରେ ୧୪, କେରଳ ଓ ମହାରାଷ୍ଟ୍ରରେ ୬ ଲେଖାଏ, ରାଜସ୍ଥାନ ଓ ତାମିଲନାଡୁରେ ୪ ଏବଂ ତେଲେଙ୍ଗାନାରୁ ଦୁଇ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।



[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button