ଓଡିଶା

କଟକ ବଡ଼ ମେଡ଼ିକାଲ୍‌ରେ ଅଗ୍ନିକାଣ୍ଡ, ବହୁ କ୍ଷୟକ୍ଷତି

Image result for cuttack scb medical with fireକଟକ: କଟକ ବଡ଼ ମେଡ଼ିକାଲ୍‌ ଶ୍ରୀରାମ ଚନ୍ଦ୍ର ଭଞ୍ଜ(ଏସ୍‌ସିବି)ରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟିଥିବା ସୂଚନା ରହିଛି। ଏହି ଅଗ୍ନିକାଣ୍ଡରେ କୌଣସି ଜୀବନ ହାନୀ ହୋଇ ନଥିଲେ ମଧ୍ୟ ଲକ୍ଷାଧିକ ଟଙ୍କାର ଜିନିଷପତ୍ର ପୋଡ଼ି ପାଉଁଶ ହୋଇ ଯାଇଥିବା ଜାଣିବାକୁ ମିଳିଛି।

ମେଡିକାଲ୍‌ରେ ଥିବା ପାଥୋଲୋଜି ବିଭାଗର ଦୁଇଟି ରୁମ୍‌ରେ ନିଆଁ ଲାଗିଥିବା ହେତୁ ଏପରି ଭୟାନକ ଅଗ୍ନିକାଣ୍ଡ ଘଟିଥିବା ସୂଚନା ରହିିଛି। ଏହି ଅଗ୍ନିକାଣ୍ଡ ସର୍ଟ ସର୍କିଟ ଯୋଗୁ ହୋଇଥିବା ସନ୍ଦେହ କରାଯାଉଛି। ଅଗ୍ନିକାଣ୍ଡରେ ମେଡିକାଲ୍‌ର ୧୦ରୁ ଊର୍ଧ୍ୱ ଏସି ପୋଡ଼ି ଜଳି ପାଉଁଶ ହୋଇ ଯାଇଥିବା ସୂଚନା ରହିଛି। ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ଯନ୍ତ୍ରପାତି ପୋଡ଼ି ପାଉଁଶ ହୋଇଥିବା ସହ ଲକ୍ଷ ଲକ୍ଷ ଟଙ୍କାର ଆସବାପତ୍ର ମଧ୍ୟ ଜଳି ପୋଡ଼ି ନଷ୍ଟ ହୋଇଯାଇଛି।

ନିଆଁ ଲାଗିବା ପରେ ଅଗ୍ନିଶମ ବିଭାଗକୁ ଖବର ଦିଆଯାଇଥିଲା। ଖବର ପାଇଁ ଘଟଣାସ୍ଥଳରେ ଅଗ୍ନିଶମ କର୍ମଚାରୀ ଉପସ୍ଥିିତ ହୋଇଛନ୍ତି। ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭା କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି। ଅଗ୍ନିଶମ ବାହିନୀ ଦ୍ୱାରା ନିଆଁକୁ ଆୟତ୍ତ କରାଯାଇଛି। ପୁଲିସ୍‌ ଏବେ ଏହି ଅଗ୍ନିକାଣ୍ଡ ଘଟିବା ପରେ ଏହାକୁ ନେଇ ତଦନ୍ତ ଆରମ୍ଭ କରିିଛି।

Related Articles

Leave a Reply

Your email address will not be published. Required fields are marked *

Back to top button