ସାହିତ୍ୟ, ଐତିହ୍ୟସମ୍ପନ୍ନ ଭାଷା ହିଁ ଶାସ୍ତ୍ରୀୟ – bajravana
[ad_1]
ପ୍ରାଚୀନ ତଥା ଐତିହ୍ୟସମ୍ପନ୍ନ ଓ ସାହିତ୍ୟିକ ପରମ୍ପରାରେ ସମୃଦ୍ଧ ହୋଇଥିବା ଭାଷା ହିଁ ଶାସ୍ତ୍ରୀୟ ଭାଷା। ଭାରତରେ ୧,୬୩୫ ମାତୃଭାଷା ରହିଛି। କିନ୍ତୁ କେବଳ ୨୨ ଟି ଭାଷା ସମ୍ବିଧାନ ସ୍ୱୀକୃତ। ୨୦୧୪ ମାର୍ଚ୍ଚ ୧୧ରେ ଓଡ଼ିଆ ଭାଷାକୁ ଶାସ୍ତ୍ରୀୟ ମାନ୍ୟତା ମିଳିଥିଲା। ଓଡ଼ିଆ ଇଣ୍ଡୋ-ଆର୍ଯ୍ୟ ଭାଷା ପରିବାରର ପ୍ରଥମ ପୂର୍ବ ଓ ଉତ୍ତର ଭାରତର ପ୍ରଥମ ଭାଷା ହେଉଛି ଓଡ଼ିଆ। ଆଜି ଜନତା ମଇଦାନରେ ଆୟୋଜିତ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀରେ ‘ଓଡ଼ିଆ ଭାଷାର ଶାସ୍ତ୍ରୀୟ ମାନ୍ୟତା ଓ ଆମ ଦାୟିତ୍ୱ’ ଶୀର୍ଷକ ଆଲୋଚନାରେ ବକ୍ତାମାନେ ଏଭଳି ମତ ଦେଇଛନ୍ତି। ଓଡ଼ିଆ ଶାସ୍ତ୍ରୀୟ ଭାଷା ଉତ୍କର୍ଷ ଅଧ୍ୟୟନ କେନ୍ଦ୍ରର ନିର୍ଦ୍ଦେଶକ ପ୍ରଫେସର ବସନ୍ତ କୁମାର ପଣ୍ଡା କହିଲେ, ରାଷ୍ଟ୍ର ଗଠନର ମୂଳରେ ଥାଏ ଭାଷା।
Sambad is now on WhatsApp
Join and get latest news updates delivered to you via WhatsApp
ଖ୍ରୀଷ୍ଟପୂର୍ବ ଷଷ୍ଠ ଶତାବ୍ଦୀରୁ ଲିଖିତ ପ୍ରାଚୀନ ଗ୍ରନ୍ଥରେ କଳିଙ୍ଗ, ଉଡ୍ର ଦେଶ ଓ ଉଡ୍ର ଭାଷାର ଉଲ୍ଲେଖ ରହିଛି। ପରବର୍ତ୍ତୀ କାଳରେ ଏହା ଓଡ଼ିଆ ଭାଷା ଭାବରେ ପରିଚିତି ଅର୍ଜନ କରିଛି। ସମାଲୋଚକ କୀର୍ତ୍ତନ ନାରାୟଣ ପାଢ଼ୀ କହିଲେ, ଓଡ଼ଆ ସାହିତ୍ୟିକ ଭାଷାର କ୍ରମବିକାଶ ଗଦ୍ୟ ଓ କବିତା ଦ୍ୱାରା ସମୃଦ୍ଧ ହୋଇଛି। ପ୍ରଫେସର ବିବୁଧେନ୍ଦ୍ର ନାରାୟଣ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସନ୍ତୋଷ କୁମାର ରଥ ଓଡ଼ିଆ ଚର୍ଯ୍ୟାଗୀତି ସମ୍ପର୍କରେ ଆଲୋଚନା କରିଥିଲେ। କୈଳାସ ଚନ୍ଦ୍ର ଟିକାୟତରାୟ, ରେଭେନ୍ସା କଲିଜିଏଟ୍ ସ୍କୁଲର ଛାତ୍ର ସିଦ୍ଧାର୍ଥ କୁମାର ସାହୁ ଓଡ଼ିଆ ଭାଷା ସମ୍ପର୍କରେ ବକ୍ତବ୍ୟ ରଖିଥିଲେ। ଗୋବିନ୍ଦ ଚନ୍ଦ୍ର ପେଣ୍ଠୋଇ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ।
[ad_2]