ଓଷ୍ଟା ପକ୍ଷରୁ ବିଶାଳ ସମାବେଶ: ‘ଶିକ୍ଷକଙ୍କୁ ଦେଉଥିବା ପ୍ରତିଶ୍ରୁତି ପୂରଣ କରନ୍ତୁ ସରକାର’ – bajravana
[ad_1]
ଭୁବନେଶ୍ୱର: ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ(ଓଷ୍ଟା) ପକ୍ଷରୁ ଏକ ବିଶାଳ ସମାବେଶ ଆଜି ଭୁବନେଶ୍ୱର ଗାନ୍ଧୀ ମାର୍ଗରେ ଅନୁଷ୍ଠିତ ହୋଇଛି। ବିଭିନ୍ନ ସମସ୍ୟା ନେଇ ଶତାଧିକ ଶିକ୍ଷକ, ଶିକ୍ଷୟିତ୍ରୀ, ଶିକ୍ଷାକର୍ମଚାରୀ, ଅଭିଭାବକ, ପୁରାତନ ଛାତ୍ର ଓ ପରିଚାଳନା କମିଟି ସଦସ୍ୟ ଏକାଠି ହୋଇ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଆଜି ପର୍ଯ୍ୟନ୍ତ ଅନୁଦାନ ପାଇନଥିବା ବିଦ୍ୟାଳୟକୁ ଅନୁଦାନ ପ୍ରଦାନ, ନୂତନ ଅନୁଦାନପ୍ରାପ୍ତ ବିଦ୍ୟାଳୟରୁ ଅବସର ନେଉଥିବା ଶିକ୍ଷକ ଓ ଶିକ୍ଷାକର୍ମଚାରୀମାନଙ୍କ ପାଇଁ ଉଚ୍ଚ ନ୍ୟାୟାଳୟର ନିର୍ଦ୍ଦେଶନାମାକୁ କାର୍ଯ୍ୟକାରୀ କରି ଚାକିରି ସର୍ତ୍ତାବଳୀ ସହ ଅବସରକାଳୀନ ସୁବିଧା ସୁଯୋଗ ପ୍ରଦାନ, ୨୨୬ ଓ ୩୯୯ ବିଦ୍ୟାଳୟକୁ ସପ୍ତମ ବେତନ ପ୍ରଦାନ ଇତ୍ୟାଦି ଦାବିକୁ ସରକାର ବାରମ୍ବାର ପ୍ରତିଶ୍ରୁତି ଦେଇ ପାଳନ ନ କରିବା ଆଦି ଅନେକ ବିଷୟକୁ ନେଇ ଏହି ବୃହତ୍ ଗଣ ଆନ୍ଦୋଳନ ସଂଗଠିତ ହୋଇଥିବା ସଂଗଠନ ପକ୍ଷରୁ କୁହାଯାଇଛି। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ରାଜରାସ୍ତାରୁ ହଟିବେ ନାହିଁ ବୋଲି ଓଷ୍ଟା ପକ୍ଷରୁ ଚେତାବନୀ ଦିଆଯାଇଛି।
Sambad is now on WhatsApp
Join and get latest news updates delivered to you via WhatsApp
ସଂଗଠନର ସାଧାରଣ ସଂପାଦକ ରଞ୍ଜନ କୁମାର ଦାଶ କହିଛନ୍ତି ସରକାର ମାଧ୍ୟମିକ ଶିକ୍ଷକମାନଙ୍କୁ ବାରମ୍ବାର ପ୍ରତିଶ୍ରୁତି ଦେଇ ରକ୍ଷା କରିନାହାନ୍ତି। ସବୁ ସ୍ତରୀୟ ଆଲୋଚନା ବିଫଳ ହେଉଛି। ୩୦ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଖୋଲିଥିବା ଯୋଗ୍ୟ ବିବେଚିତ ବିଦ୍ୟାଳୟଗୁଡ଼ିକରେ କାର୍ଯ୍ୟରତ ଶିକ୍ଷକ ଅଦ୍ୟାବଧି ଅନୁଦାନ ନପାଇ ଶୂନ୍ୟ ହସ୍ତରେ ଅବସର ନେଉଛନ୍ତି ଓ ମୃତ୍ୟୁବରଣ କରିଛନ୍ତି। ତେଣୁ ଅନୁଦାନରୁ ବାଦ ପଡ଼ିଥିବା ବିଦ୍ୟାଳୟଗୁଡ଼ିକୁ ଅନୁଦାନ ଦିଆଯାଉ। ସରକାର ସପ୍ତମ ବେତନ ପ୍ରଦାନ ନିମନ୍ତେ କ୍ୟାବିନେଟ୍ ନିଷ୍ପତ୍ତି ନୂତନ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡ଼ିକର ଶିକ୍ଷକ ଓ ଶିକ୍ଷା କର୍ମଚାରୀଙ୍କ ପାଇଁ ଲାଗୁ କଲେ। କିନ୍ତୁ ଶତପ୍ରତିଶତ ଅନୁଦାନ ପରିସରଭୁକ୍ତ ହୋଇଥିବା ୨୨୬ଟି ଓ ୩୯୯ଟି ବିଦ୍ୟାଳୟ ସପ୍ତମ ବେତନ କମିସନ ପାଇବାରୁ ବଞ୍ଚିତ ହୋଇଥିଲେ। ଅଦ୍ୟାବଧି ସେମାନଙ୍କୁ ସପ୍ତମ ବେତନ ମିଳିଲା ନାହିଁ। ତେଣୁ ଏହି ବିଦ୍ୟାଳୟଗୁଡ଼ିକରେ ସରକାର ତୁରନ୍ତ ନିଯୁକ୍ତିର ବ୍ୟବସ୍ଥା କରନ୍ତୁ ବୋଲି ଶ୍ରୀ ଦାଶ କହିଛନ୍ତି। ଏହାସହ ପୁରାତନ ପେନ୍ସନ୍ ବ୍ୟବସ୍ଥା ଲାଗୁ କରିବାକୁ ସଂଗଠନ ପକ୍ଷରୁ ଦାବି କରାଯାଇଛି। ଦାବିଗୁଡ଼ିକୁ ତୁରନ୍ତ କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିଜେ ହସ୍ତକ୍ଷେପ କରିବାକୁ ସଂଗଠନ ପକ୍ଷରୁ ଅନୁରୋଧ କରାଯାଇଛି। ଦାବି ପୂରଣ ନହେବା ପର୍ଯ୍ୟନ୍ତ ଏହି ଆନ୍ଦୋଳନ ଚାଲୁ ରହିବ ବୋଲି ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା) ପକ୍ଷରୁ ସଭାପତି ଅକ୍ଷୟ କୁମାର ମିଶ୍ର, କାର୍ଯ୍ୟକାରୀ ସଭାପତି ନୀଳମଣି ପୁରୋହିତ, ସାଧାରଣ ସଂପାଦକ ରଞ୍ଜନ କୁମାର ଦାଶ, ଯୁଗ୍ମ ସାଧାରଣ ସଂପାଦକ ବ୍ରଜକିଶୋର ବିଶ୍ୱାଳ, କୋଷାଧ୍ୟକ୍ଷ ଅଶୋକ କୁମାର ମହାପାତ୍ର, ଶଙ୍କର କୁମାର ସୁବୁଦ୍ଧି ପ୍ରମୁଖ ଦାବି କରିଛନ୍ତି।
[ad_2]