ବିଧାନସଭାର ଶେଷ ଅଧିବେଶନ: ଫଟୋ ଫ୍ରେମ୍ରେ ଶାସକ-ବିରୋଧୀ, ଭାବବିହ୍ୱଳ ହେଲେ ବିଧାୟକ – bajravana
[ad_1]
ଆଗାମୀ ରାଜନୈତିକ ଯାତ୍ରା ପାଇଁ ପରସ୍ପରକୁ ଜଣାଇଲେ ଶୁଭେଚ୍ଛା ଓ ଶୁଭକାମନା
ଭୁବନେଶ୍ବର: ଷୋଡଶ ବିଧାନସଭାର ଶେଷ ଅଧିବେଶନରେ ଶାସକ ଓ ବିରୋଧୀ ଦଳର ବିଧାୟକମାନଙ୍କୁ ଗୋଟିଏ ଫଟୋ ଫ୍ରେମ୍ରେ ଦେଖିବାକୁ ମିଳିଛି। ଗତ ୫ ତାରିଖ ଠାରୁ ଆରମ୍ଭ ହୋଇଥିବା ବଜେଟ୍ ଅଧିବେଶନ ଅବସରରେ ମୁଖ୍ୟମନ୍ତ୍ରୀ ଓ ବାଚସ୍ପତିଙ୍କ ସହିତ ବିଧାୟକମାନେ ଆଜି ଫଟୋ ହୋଇଛନ୍ତି। ଶାସକ-ବିରୋଧୀ ଏକାଠି ହୋଇ ଫଟୋସୁଟ୍ କରିଛନ୍ତି ଏବଂ ପରସ୍ପରକୁ ଆଗାମୀ ରାଜନୈତିକ ଯାତ୍ରା ପାଇଁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି।
Sambad is now on WhatsApp
Join and get latest news updates delivered to you via WhatsApp
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଏହି ଫଟୋସୁଟ୍ ସମୟରେ ଅନେକ ବିଧାୟକ ଭାବବିହ୍ୱଳ ହୋଇଥିବାର ଦେଖିବାକୁ ମିଳିଛି। ସୁର ରାଉତରାୟ, ନରସିଂହ ମିଶ୍ରଙ୍କ ଭଳି ନେତାଙ୍କର ଏହା ଶେଷ ବିଧାନସଭା ଅଧିବେଶନ ଥିଲା। କାରଣ ଉଭୟ ୨୦୨୪ ନିର୍ବାଚନରେ ଆଉ ପ୍ରତିଦ୍ୱନ୍ଦ୍ୱିତା କରିବେନି ବୋଲି ପୂର୍ବରୁ ଘୋଷଣା କରିଛନ୍ତି। ସେହିଭଳି ୨୦୨୪ ନିର୍ବାଚନରେ ଅନେକ ବିଧାୟକ ଟିକେଟରୁ ମଧ୍ୟ ବଞ୍ଚିତ ହୋଇପାରନ୍ତି। ତେଣୁ ସାଧାରଣ ନିର୍ବାଚନ ପୂର୍ବରୁ ଭାବବିହ୍ୱଳ ହୋଇଛନ୍ତି ବିଧାୟକମାନେ।
କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର କହିଛନ୍ତି, ମୋ ପାଇଁ ବିଧାନସଭା ସବୁବେଳେ ସ୍ମରଣୀୟ ହୋଇ ରହିବ। ଆସନ୍ତା ନିର୍ବାଚନରେ ମୁଁ ଲଢିବିନି। ବିଧାନସଭାରୁ ବହୁତ କିଛି ଶିଖିଛି। ତେଣୁ ଏହି ଶେଷ ଅଧିବେଶନ ସବୁବେଳେ ସ୍ମରଣୀୟ ହୋଇ ରହିବ। ସେହିଭଳି ବାଚସ୍ପତି ପ୍ରମିଳା ମଲ୍ଲିକ କହିଛନ୍ତି, ଫଟୋ ସେସନରେ ସବୁ ବିଧାୟକ ଏକତ୍ରୀତ ହୋଇଥିଲୁ। ସମସ୍ତେ ଉତ୍ସାହିତ ଥିଲେ। ଲୋକଙ୍କ ମତ ଅନୁଯାୟୀ କିଏ ଆସନ୍ତା ଅଧିବେଶନରେ ଗୃହକୁ ଆସିବ ତାହା ତ ସମୟ କହିବ। କିନ୍ତୁ ଏହି ଅଧିବେଶନ ସ୍ମରଣୀୟ ହୋଇ ରହିବ। ପ୍ରଥମ ମହିଳା ବାଚସ୍ପତି ଭାବେ ଭଲ ଅନୁଭୂତି ପାଇଛି ବୋଲି ସେ କହିଛନ୍ତି।
[ad_2]