ଓଡିଶା

ଭି. ସୁଜ୍ଞାନ କୁମାରୀ ଦେଓଙ୍କ ପରଲୋକ; ଶୋକ ପ୍ରକାଶ କଲେ ବିଶିଷ୍ଟ ବ୍ୟକ୍ତି – bajravana

[ad_1]

ଭୁବନେଶ୍ବର: ଖଲ୍ଲିକୋଟ ରାଣୀ ତଥା ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କ ପରଲୋକରେ ବିଶିଷ୍ଟ ବ୍ୟକ୍ତି ଶୋକ ଜଣାଇଛନ୍ତି। ସାମାଜିକ ଗଣମାଧ୍ୟମ‘ଏକ୍ସ’ରେ ରାଜ୍ୟପାଳ ରଘୁବର ଦାସ ଗଭୀର ଶୋକ ପ୍ରକାଶ କରି ଶୋକସନ୍ତପ୍ତ ପରିବାରବର୍ଗ ଓ ଅନୁଗାମୀଙ୍କୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦ୍‌ଗତି କାମନା କରିଛନ୍ତି।ଓଡ଼ିଶାର ଲୋକକ୍ଷେତ୍ରକୁ ତାଙ୍କର ଅତୁଳନୀୟ ଅବଦାନ ପାଇଁ ସେ ଚିରସ୍ମରଣୀୟ ହୋଇ ରହିବେ ବୋଲି କହିଛନ୍ତି।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ବିଶିଷ୍ଟ ରାଜନୀତିଜ୍ଞ, ପୂର୍ବତନ ବିଧାୟିକା ତଥା ଖଲ୍ଲିକୋଟର ରାଣୀ ଭି. ସୁଜ୍ଞାନ କୁମାରୀ ଦେଓଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ଦୀର୍ଘ ସମୟ ଧରି ବିଧାୟିକା ଭାବେ ଓଡ଼ିଶାର ଜନମାନସରେ ସେ ସୁପରିଚିତ ଥିଲେ। ତାଙ୍କ ବିୟୋଗରେ ଓଡ଼ିଶା ଜଣେ ସ୍ପଷ୍ଟବାଦୀ ରାଜନେତ୍ରୀଙ୍କୁ ହରାଇଲା। ରାଜ୍ୟ ରାଜନୀତି ଜଗତରେ ଜନପ୍ରତିନିଧି ଭାବେ ତାଙ୍କର ଲୋକସେବା କାର୍ଯ୍ୟ ଗୁଡ଼ିକ ଚିର ସ୍ମରଣୀୟ ହୋଇ ରହିବ। ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି।

ସୂଚନାଯୋଗ୍ୟ, କବିସୂର୍ଯ୍ୟନଗର ଓ ଖଲ୍ଲିକୋଟର ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କ ୮୭ ବର୍ଷ ବୟସରେ ପରଲୋକ ହୋଇଯାଇଛି। ତାମିଲନାଡୁର ଚେନ୍ନାଇସ୍ଥିତ ଆପୋଲୋ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଯାଇଛି।



[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button