ଓଡିଶା

ବିଶିଷ୍ଟ ସାହିତ୍ୟିକ ସାତକଡି ହୋତାଙ୍କ ସ୍ବର୍ଗଦ୍ବାରରେ ଅନ୍ତିମ ସଂସ୍କାର ସଂପନ୍ନ – bajravana

[ad_1]

ଭୁବନେଶ୍ବର: ବିଶିଷ୍ଟ ସାହିତ୍ୟିକ ସାତକଡି ହୋତାଙ୍କ ସ୍ବର୍ଗଦ୍ବାରରେ ଅନ୍ତିମ ସଂସ୍କାର ସଂପନ୍ନ ହୋଇଛି। ପଞ୍ଚଭୂତରେ ଲୀନ ହୋଇଛି ସାତକଡି ହୋତାଙ୍କ ପାର୍ଥିବ ଶରୀର।  ସେଠାରେ ପୁରୀ ଜିଲ୍ଲାପାଳ ଶେଷ ଦର୍ଶନ କରିଛନ୍ତି।

ସୂଚନାଯୋଗ୍ୟ, ଗତକାଲି ସାତକଡ଼ି ହୋତା ୯୫ ବର୍ଷ ବୟସରେ ଇହଲୀଳା ସମ୍ବରଣ କରିଥିଲେ। ସେ ଓଡ଼ିଶା ସାହିତ୍ୟ ଏକାଡେମିର ପୂର୍ବତନ ସଭାପତି ଥିଲେ। ଏହାଛଡ଼ା ଭାରତୀୟ ରେଳସେବାରୁ ସେ ଅବସର ନେବା ପରେ ଦୈନିକ ଖବରକାଗଜ ‘ସମୟ’ର ବି ସଂପାଦକ ଦାୟିତ୍ବ ବହନ ଥିଲେ।

୧୯୨୯ ମସିହାରେ ମୟୂରଭଞ୍ଜ ଜିଲ୍ଲାର ଜଗନ୍ନାଥଖୁଣ୍ଟାରେ ସେ ଜନ୍ମଗ୍ରହଣ କରିଥିଲେ। ସାତକଡ଼ି ହୋତାଙ୍କ ବହୁ ଗଳ୍ପ, ଉପନ୍ୟାସ, କବିତା ପ୍ରକାଶିତ ହୋଇଛି। ସାତକଡ଼ିଙ୍କର ୨୭ଟି ଗଳ୍ପ, ୨୧ଟି ଉପନ୍ୟାସ ଓ ଗୋଟିଏ କବିତା ବହି ପ୍ରକାଶ ପାଇଥିଲା। ୧୯୬୭ରେ ତାଙ୍କର ପ୍ରଥମ ଉପନ୍ୟାସ ‘ବ୍ୟାକୁଳ ହୃଦୟ’ ପ୍ରକାଶିତ ହୋଇଥିଲା।୧୯୮୭ରେ ଉପନ୍ୟାସ ଅଶାନ୍ତ ଅରଣ୍ୟ ପାଇଁ ସେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ। ମୁକ୍ତିମନ୍ତ୍ରୀ ଓ ଜନନୀ ଜନ୍ମଭୂମୀ ଗଳ୍ପ ସଙ୍କଳନ ପାଇଁ ୨୦୦୪ରେ ସେ ସମ୍ମାନଜନକ ଶାରଳା ପୁରସ୍କାର ଲାଭ କରିଥିଲେ। ଏହା ବ୍ୟତୀତ ସାହିତ୍ୟ ଭାରତୀ ସମ୍ମାନ ପ୍ରାପ୍ତ କରିଥିଲେ।



[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button