ଓଡିଶା

ସୁନ୍ଦରଗଡ଼, ମାଲକାନଗିରି ଓ କନ୍ଧମାଳରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଆୟୋଜିତ – bajravana

[ad_1]

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଆଦିବାସୀ ବହୁଳ ଜିଲ୍ଲା ଓ ଗ୍ରାମାଞ୍ଚଳରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଜାରି ରହିଛି। ଆଜି ସୁନ୍ଦରଗଡ଼ ଜିଲ୍ଲାର ବିଭିନ୍ନ ପଞ୍ଚାୟତରେ ବିକଶିତ ଭାରତର ସଂକଳ୍ପ ଯାତ୍ରା ରଥ ଅଟକିବା ସହିତ କେନ୍ଦ୍ର ସରକାରଙ୍କ ପ୍ରମୁଖ ଯୋଜନା ସମ୍ପର୍କରେ ସଚେତନତା ବାର୍ତ୍ତା ପ୍ରଚାର କରିଥିଲା। ସଚେତନତା ବାହାନରେ ଲାଗିଥିବା ଏଲ୍‌ଇଡି ସ୍କ୍ରିନରେ ମୋଦୀ ସରକାରଙ୍କ ପ୍ରମୁଖ ଜନକଲ୍ୟାଣକାରୀ ଯୋଜନାର ବାର୍ତ୍ତା ପ୍ରସାରଣ କରାଯାଇଥିଲା। ଯାତ୍ରା ରହଣୀସ୍ଥଳରେ ହିତାଧିକାରୀମାନେ ସେମାନଙ୍କର  ପଞ୍ଜୀକରଣ କରିବା ସହିତ ୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନ ପାଇଁ ସଂକଳ୍ପ ନେଇଥିଲେ।

ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଠାରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ସ୍ଥାନୀୟ ଜନପ୍ରତିନିଧି ଏବଂ ସରକାରୀ ହିତାଧିକାରୀଙ୍କ ଉପସ୍ଥିତିରେ ଅନୁଷ୍ଠିତ ହୋଇଯାଇଛି। ଯାତ୍ରାରେ ସ୍ଥାନୀୟ ଜନସମୁଦାୟ ବେଶ୍‌ ଉତ୍ସାହର ସହିତ ଅଂଶଗ୍ରହଣ କରିଥିଲେ। ଅନୁରୂପ ଭାବେ କନ୍ଧମାଳ ଜିଲ୍ଲାରେ ଆୟୋଜିତ ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ବହୁସଂଖ୍ୟାରେ ମହିଳା ହିତାଧିକାରୀ ସାମିଲ ହେବା ବେଶ୍‌ ଉତ୍ସାହପ୍ରଦ ଥିଲା।

ପ୍ରଗତି ଧାରାକୁ ଆଗେଇ ନେଇ ରାଉରକେଲା ସହରର ବିଭିନ୍ନ ସ୍ଥାନରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ମାଧ୍ୟମରେ କେନ୍ଦ୍ର ସରକାରଙ୍କ ପ୍ରମୁଖ ଜନକଲ୍ୟାଣକାରୀ ଯୋଜନାର ପ୍ରଚାରପ୍ରସାର କରାଯାଇଛି। ଏଥିରେ ବିଭିନ୍ନ ଯୋଜନାର ଯୋଗ୍ୟ ହିତାଧିକାରୀଙ୍କ ପଞ୍ଜୀକରଣ କରାଯାଇଥିବା ବେଳେ ପୁରୁଣା ହିତାଧିକାରୀମାନେ କେନ୍ଦ୍ରୀୟ ଯୋଜନାର ସୁଫଳକୁ ନେଇ ନିଜର ଅନୁଭୂତି ବଖାଣିଥିଲେ।



[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button