ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଘରେ ଇଡିର ଚଢ଼ାଉ – bajravana
[ad_1]
ଭଦ୍ରକ: ଜମି କାରବାରରେ ଦୁର୍ନୀତି ହୋଇଥିବା ଅଭିଯୋଗରେ ଆଜି ଭଦ୍ରକ ଭଣ୍ଡାରିପୋଖରୀ ବିଧାୟକ ତଥା ବିଜେଡିର ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କ ଘରେ ଇଡି ବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଚଢ଼ାଉ କରିଛି | ଭୁବନେଶ୍ୱରର ୪ଟି ସ୍ଥାନ ସାଙ୍ଗକୁ ଭଦ୍ରକର ୬ଟି ସ୍ଥାନରେ ଏକକାଳୀନ ଭାବେ ଇଡି ଚଢ଼ାଉ କରିଛି | ପ୍ରଫୁଲ୍ଲ ସାମଲଙ୍କ ସମେତ ବରପଦା ଇଂଜିନିୟରିଂ କଲେଜର ପୂର୍ବତନ ଅଧ୍ୟକ୍ଷଙ୍କ ଘରେ ମଧ୍ୟ ଇଡି ପକ୍ଷରୁ ଚଢ଼ାଉ କରାଯାଇଛି |
Sambad is now on WhatsApp
Join and get latest news updates delivered to you via WhatsApp
କୁହାଯାଉଛି ଯେ ୨୦ କୋଟି ଟଙ୍କାର ଜମି ଦୁର୍ନୀତି ନେଇ ଇଡି ପକ୍ଷରୁ ଏହି ଚଢ଼ାଉ କରାଯାଇଛି | ସୂଚନା ଅନୁସାରେ ପ୍ରଫୁଲ୍ଲ ସାମଲ ମନ୍ତ୍ରୀ ଥିବାବେଳେ ୨୦ କୋଟିରୁ ଅଧିକ ମୂଲ୍ୟର ଏକ ଜମି କେଳେଙ୍କାରୀ ହୋଇଥିଲା । ଏକ ଇଞ୍ଜିନିୟରିଙ୍ଗ କଲେଜକୁ ଜମି ଦେବା ଘଟଣାରେ ଜାଲିଆତି ହୋଇଥିଲା, ଯାହାକୁ ନେଇ ସେ ସମୟରେ ପୋଲିସରେ ଅଭିଯୋଗ ହୋଇଥିଲେ ବି ପୁଙ୍ଖାନୁପୁଙ୍ଖ ଭାବେ ତଦନ୍ତ ହୋଇନଥବା ଅଭିଯୋଗ ହୋଇଥିଲା । ଏହି ମାମଲା କ୍ରମେ ଇଡି ହାତକୁ ଆସିଥିଲା । ଏହି ମାମଲାକୁ ନେଇ ଆଜି ଇଡି ରେଡ୍ ଆରମ୍ଭ କରିଛି ।
[ad_2]