ଓଡିଶା

ବଢ଼ିଲା ମଧ୍ୟାହ୍ନଭୋଜନ ପାଚିକା-ସହାୟିକାଙ୍କ ପାରିଶ୍ରମିକ, କୃଷକସାଥୀଙ୍କ ସହାୟତା ରାଶି – bajravana

[ad_1]

ଭୁବନେଶ୍ୱର: ରାଜ୍ୟ ସରକାର ମଧ୍ୟାହ୍ନ ଭୋଜନ ଯୋଜନା ପାଇଁ ସ୍କୁଲରେ ନିୟୋଜିତ ପାଚିକା ଓ ସହାୟିକାମାନ ଓ କୃଷକସାଥୀମାନଙ୍କଙ୍କ ପାରିଶ୍ରମିକ ରାଶି ବୃଦ୍ଧି କରିଛନ୍ତି। ପାଚିକା ଓ ସହାୟିକାମାନଙ୍କ ପାରିଶ୍ରମିକ ପରିମାଣ ୧୪୦୦ଟଙ୍କାରୁ ୨ହଜାର ଟଙ୍କାକୁ ବୃଦ୍ଧି ହୋଇଛି। ଯଦି କୌଣସି ପାଚିକା ଓ ସହାୟିକାଙ୍କ କାର୍ଯ୍ୟକାଳ ମଧ୍ୟରେ ମୃତ୍ୟୁ ହୁଏ ସେମାନଙ୍କ ପରିବାର ସଦସ୍ୟଙ୍କୁ ୧ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ସରକାର ଯୋଗାଇ ଦେବେ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଏହି ନିଷ୍ପତ୍ତି ଦ୍ୱାରା ରାଜ୍ୟର ପ୍ରାୟ ମୋଟ ୫୫ହଜାର ସ୍କୁଲରେ କାର୍ଯ୍ୟରତ ୧.୧୦ଲକ୍ଷ ପାଚିକା ଓ ସହାୟିକାମାନେ ଉପକୃତ ହେବେ। ରାଜ୍ୟ ସରକାରଙ୍କୁ ଏଥିପାଇଁ ବର୍ଷକୁ ୭୪କୋଟି ଟଙ୍କା ଅତିରିକ୍ତ ଖର୍ଚ୍ଚ କରିବାକୁ ପଡ଼ିବ। ଏହି ବର୍ଦ୍ଧିତ ପାରିଶ୍ରମିକ ପିଛିଲା ଭାବେ ୨୦୨୩ ଅକ୍ଟୋବର ମାସରୁ ଲାଗୁ ହେବ।

ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର କୃଷକ ସାଥିମାନଙ୍କ ଆବଶ୍ୟକ ଖର୍ଚ୍ଚ ପାଇଁ ସହାୟତା ରାଶିର ପରିମାଣ ବୃଦ୍ଧି ଘୋଷଣା କରିଛନ୍ତି। ସେମାନଙ୍କ ଆବଶ୍ୟକ ଖର୍ଚ୍ଚ ପାଇଁ ସହାୟତା ପରିମାଣ ବର୍ଷକୁ ୧୨ ହଜାର ଟଙ୍କାରୁ ୧୮ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି। ଏହାଦ୍ବାରା ରାଜ୍ୟର ୧୩,୬୦୦ କୃଷକ ସାଥି ଉପକୃତ ହେବେ। ଏହି ବର୍ଦ୍ଧିତ ପରିମାଣ ପିଛିଲା ଭାବେ ଅକ୍ଟୋବର ୨୦୨୩ରୁ ଲାଗୁ ହେବ।

ସୂଚନାଯୋଗ୍ୟ ଯେ କୃଷି ପ୍ରସାରଣ କାର୍ଯ୍ୟରେ ସହାୟତା ପାଇଁ ରାଜ୍ୟ ସରକାର ୨୦୦୭-୨୦୦୮ ମସିହାରେ ରାଜ୍ୟର ଅଗ୍ରଣୀ ଚାଷୀ ମାନଙ୍କୁ କୃଷକ ସାଥି ଭାବେ ନିଯୁକ୍ତି ଦେଇଥିଲେ । ପ୍ରତ୍ୟେକ ଗ୍ରାମ ପଞ୍ଚାୟତରେ ଦୁଇ ଜଣ ଲେଖାଏ କୃଷକ ସାଥି କାମ କରୁଛନ୍ତି । କୃଷକ ସାଥିମାନେ କୃଷି କାର୍ଯ୍ୟ ସଂପର୍କିତ ବିଭିନ୍ନ ବିଷୟରେ ଚାଷୀ ମାନଙ୍କୁ ସଚେତନ କରିବା ସହିତ ଆବଶ୍ୟକ ପରାମର୍ଶ ମଧ୍ୟ ଦେଇଥାନ୍ତି।



[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button