୫୦ ବର୍ଷର ସିକିମ୍ ରୟତ ସମସ୍ୟାର ସମାଧାନ: ୨.୫ ଲକ୍ଷ ଚାଷୀଙ୍କୁ ମିଳିବ ପଟ୍ଟା – bajravana
[ad_1]
ଲୋକଙ୍କ ଖୁସି ହିଁ ମୋର ସବୁଠୁ ବଡ଼ ପୁରସ୍କାର: ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଦୀର୍ଘ ବର୍ଷର ଜମିଜମା ସମସ୍ୟାର ହେଲା ସମାଧାନ। ସିକିମ ସ୍ୱତ୍ୱ ରୟତ ଚାଷୀଙ୍କୁ ମିଳିଲା ଜମି ପଟ୍ଟା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକ ସ୍ୱତନ୍ତ୍ର ସମାରୋହରେ ପ୍ରଥମ ଦିନରେ ୨୬ଟି ଜିଲ୍ଲାର ୧୦ହଜାର ସିକିମ ରୟତ ଚାଷୀଙ୍କୁ ଜମି ପଟ୍ଟା ବଣ୍ଟନ କରିଛନ୍ତି। ଏହି ନିଷ୍ପତ୍ତି ଦ୍ବାରା ୨୬ଟି ଜିଲ୍ଲାର ୨ଲକ୍ଷ ୫୦ହଜାର ସିକିମ ରୟତ ଏବଂ ତାଙ୍କ ଉତ୍ତରାଧିକାରୀ ଉପକୃତ ହେବେ। ଆଗାମୀ ଦିନରେ ସମସ୍ତଙ୍କୁ ଜମି ପଟ୍ଟା ମିଳିବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଜନସାଧାରଣଙ୍କ ସମସ୍ୟାର ସମାଧାନ ଉପରେ ତାଙ୍କ ସରକାର ସର୍ବାଧିକ ପ୍ରାଥମିକତା ଦେଇ ଆସିଛି। ସିକିମ ରୟତମାନଙ୍କର ବହୁ ଦିନର ସମସ୍ୟା ଥିଲା। ଜମି ଉପରେ ସେମାନଙ୍କ ଅଧିକାର ନଥିବାରୁ ସେମାନଙ୍କର ଆର୍ଥିକ ଓ ସାମାଜିକ ଜୀବନ ପ୍ରଭାବିତ ହେଉଥିଲା। ସରକାରଙ୍କ ବିଭିନ୍ନ କୃଷି ବିକାଶ କାର୍ଯ୍ୟକ୍ରମରେ ମଧ୍ୟ ସେମାନେ ଲାଭ ପାଇପାରୁନଥିଲେ। ଏବେ ସେହି ସମସ୍ୟାର ସମାଧାନ ହୋଇଛି। ଲୋକଙ୍କର ଖୁସି ହିଁ ମୋର ସବୁଠାରୁ ବଡ଼ ପୁରସ୍କାର ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
Sambad is now on WhatsApp
Join and get latest news updates delivered to you via WhatsApp
ରାଜ୍ୟ ସରକାରଙ୍କ ଏହି ଆଇନଗତ ପଦକ୍ଷେପ ବଳରେ ସିକିମ ଜମି ଉପରେ ଜମି ସ୍ୱତ୍ୱ ଥିବା ରୟତମାନେ ବଂଶାନୁକ୍ରମିକ ଓ ହସ୍ତାନ୍ତରଯୋଗ୍ୟ ଅଧିକାରପ୍ରାପ୍ତ ହେଲେ। ଏଥିପାଇଁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ନିଜ ଆଡ଼ୁ ମକଦ୍ଦମା କରି ଏହି ସବୁ ସିକିମ ଜମି ସମସ୍ୟାର ସମାଧାନ କରିଥିବାରୁ ମୁଖ୍ୟମନ୍ତ୍ରୀ ଆନନ୍ଦ ପ୍ରକାଶ କରିଥିଲେ। ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରି କହିଥିଲେ, ଏହି ସିକିମ ରୟତ ସମସ୍ୟା ଦୀର୍ଘ ୫୦ ବର୍ଷରୁ ଅଧିକ ବର୍ଷର ସମସ୍ୟା ହୋଇ ରହିଥିଲା। ଜିଲ୍ଲାଗସ୍ତ ସମୟରେ କେନ୍ଦ୍ରାପଡ଼ା ଜିଲ୍ଲାରୁ ପ୍ରଥମେ ଏହି ଆବେଦନ ଆସିଥିଲା। ଖୁବଶୀଘ୍ର ଏହାର ସମାଧାନ କରାଗଲା। ବାକି ରହିଯାଇଥିବା ଜମି ପଟ୍ଟା ପ୍ରଦାନ କାର୍ଯ୍ୟକୁ ଶୀଘ୍ର ଶେଷ କରିବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ଗଞ୍ଜାମ ଜିଲ୍ଲାର ୧୦୦ ବର୍ଷରୁ ଊର୍ଦ୍ଧ୍ୱ ଗ୍ରାମକଣ୍ଠ ଓ ପରମ୍ବୋକ ସମସ୍ୟା ରହିଥିଲା। ୨୦୦୯ ବର୍ଷରେ ଆଇନ ବଦଳାଇ ମୁଖ୍ୟମନ୍ତ୍ରୀ ତା’ର ସଂଶୋଧନ କଲେ। ଆପଣମାନେ ସମସ୍ତେ ଏହାଦ୍ବାରା ଉପକୃତ ହେଲେ। ଜଗତସିଂହପୁର ଓ ପୁରୀ ଜିଲ୍ଲାରେ ଚକ ଜମି ବିକ୍ରି ଅସୁବିଧାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଦୂର କରିଛନ୍ତି।
ପ୍ରଥମ ଦିନରେ ୧୦ ହଜାର ହିତାଧିକାରୀଙ୍କୁ ମିଳିଲା ପଟ୍ଟା
ସମସ୍ତଙ୍କ ହିତରେ ଆଇନର ସଂଶୋଧନ ଜରୁରୀ: ପାଣ୍ଡିଆନ
ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟିରେ ଲୋକଙ୍କ ସେବା ପାଇଁ, ଲୋକଙ୍କୁ ସଶକ୍ତ କରିବା ପାଇଁ ଆଇନ ରହିଛି। ଲୋକଙ୍କ ହିତ ପାଇଁ ଆଇନକୁ ମଧ୍ୟ ସଂଶୋଧନ କରାଯିବ ବୋଲି ପାଣ୍ଡିଆନ କହିଥିଲେ। ଏହି ଅବସରରେ କେନ୍ଦ୍ରାପଡ଼ାରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ଜଗତସିଂହପୁରରେ ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ କୁମାର ମୁଦୁଲି, କଟକରେ ବିଧାୟକ ପ୍ରତାପ କୁମାର ଜେନା, ବାଲେଶ୍ୱରରେ ବିଧାୟକ ସ୍ୱରୂପ ଦାସ, ଖୋର୍ଦ୍ଧାରେ ବିଧାୟକ ରାଜେନ୍ଦ୍ର କୁମାର ସାହୁ, ଗଞ୍ଜାମରେ ବିଧାୟକ ସୁବାସ ଚନ୍ଦ୍ର ବେହେରା ଓ ପୁରୀରେ ରାଜ୍ୟ ଯୋଜନା ବୋର୍ଡର ପୂର୍ବତନ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସବର୍ମା ପ୍ରମୁଖ ଆୟୋଜିତ ଜିଲ୍ଲାସ୍ତରୀୟ ସମାରୋହରେ ଉପସ୍ଥିତ ରହି ସିକିମ ରୟତ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ସିକିମ ରୟତ ପଟ୍ଟା ବଣ୍ଟନ କରିଥିଲେ। କାର୍ଯ୍ୟକ୍ରମରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାର୍ଣ୍ଡି ଉପସ୍ଥିତ ଥିଲେ। ରାଜସ୍ବ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ସତ୍ୟବ୍ରତ ସାହୁ ସ୍ବାଗତ ଭାଷଣ ଦେଇଥିଲେ।
ସୂଚନାଯୋଗ୍ୟ ଯେ ସିକିମ ସ୍ୱତ୍ୱ ଭାବେ ରେକର୍ଡ ହୋଇଥିବା ଜମିକୁ ଦଖଲ କରୁଥିବା ବ୍ୟକ୍ତିଙ୍କୁ ଉପ-ରୟତ କିମ୍ବା ଅଧସ୍ତନ-ରୟତ କୁହାଯାଏ। ଓଡ଼ିଶା ଭୂ-ସଂସ୍କାର ଆଇନ, ୧୯୬୦ ଅନୁଯାୟୀ ସିକିମ ଜମିରେ ରୟତି ଘୋଷଣା ନିମନ୍ତେ ଆବେଦନ କରିବାର ଶେଷ ଅବଧି ୧୯୭୭ ମସିହା ପର୍ଯ୍ୟନ୍ତ ଥିଲା। ସମସ୍ତ ସିକିମ ଚାଷୀ ଏହି ସମୟ ଅବଧି ଭିତରେ ଆବେଦନ କରିପାରି ନ ଥିଲେ। ଏହି ସବୁ ନିବେଦନ ପତ୍ରକୁ ଅନୁଧ୍ୟାନ କରି ସିକିମ ସ୍ୱତ୍ୱ ସମସ୍ୟାର ସ୍ଥାୟୀ ସମାଧାନ ନିମନ୍ତେ ରାଜସ୍ୱ ଟାସ୍କଫୋର୍ସକୁ ଏହା ପ୍ରେରଣ କରାଯାଇଥିଲା। ରାଜସ୍ୱ ଟାସ୍କଫୋର୍ସ ରାଜସ୍ୱ ଆୟୁକ୍ତ, ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ ଓ ରାଜସ୍ୱ ବିଭାଗର କାର୍ଯ୍ୟରତ ବରିଷ୍ଠ ଅଧିକାରୀ ତଥା ବିଶେଷଜ୍ଞମାନେ ବ୍ୟାପକ ବିଚାର ବିମର୍ଶ କରି ଓଡ଼ିଶା ଭୂ-ସଂସ୍କାର ଆଇନକୁ ସଂଶୋଧନ କରିବା ପାଇଁ ପରାମର୍ଶ ଦେଇଥିଲେ। ଏହାପରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ତ୍ୱରିତ ସଂଶୋଧିତ ହୋଇଥିଲା।
[ad_2]