ଓଡିଶା

ନବୀନ ବାବୁଙ୍କୁ ହଟାଇ ବିଜେପିକୁ କ୍ଷମତା ଆଣିବାର ସମୟ ଆସିଛି: ଡକ୍ଟର ପ୍ରଦୀପ ପାଣିଗ୍ରାହୀ – bajravana

[ad_1]

ପଦ୍ମ ଧରିଲେ ପ୍ରଦୀପ

ଭୁବନେଶ୍ୱର: ଗୋପାଳପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଡକ୍ଟର ପ୍ରଦୀପ ପାଣିଗ୍ରାହୀ ବିଜେପିରେ ଯୋଗ ଦେଇଛନ୍ତି। ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତରେ ସେ ପଦ୍ମ ଧରିଛନ୍ତି।  ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ଡକ୍ଟର ପ୍ରଦୀପ ପାଣିଗ୍ରାହୀ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦେଶକୁ ସାରା ବିଶ୍ବରେ ସମ୍ମାନିତ କରିଛନ୍ତି। ତାଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ମୁଁ ବିଜେପିରେ ମିଶିଛି।
ସେ ଆହୁରି କହିଛନ୍ତି, ଓଡ଼ିଶାରେ ଅନ୍ଧ, ମୂକ ବଧିର ସରକାରକୁ ହଟାଇବାର ସମୟ ଆସିଛି। ନବୀନ ବାବୁ ଅଟଳ ବିହାରୀ ବାଜପେୟୀଙ୍କ ଆଶୀର୍ବାଦରେ ମୁଖ୍ୟମନ୍ତ୍ରୀ ହୋଇଥିଲେ। ହେଲେ ପରେ ନିଜର ସ୍ବାର୍ଥ ଲାଗି ବିଜେପିର ହାତ ଛାଡ଼ିଥିଲେ। ନବୀନ ବାବୁଙ୍କୁ ହଟାଇବା ଓ ବିଜେପିକୁ କ୍ଷମତା ଆଣିବାର ସମୟ ଆସିଛି। ପୂର୍ଣ୍ଣ ସମର୍ଥନ ଦେଇ ଥରେ ବିଜେପିକୁ ଓଡ଼ିଶାରେ କ୍ଷମତାସୀନ କରିବାକୁ ସେ ଓଡ଼ିଶାବାସୀଙ୍କୁ ନିବେଦନ କରିଛନ୍ତି। ଲୋକଙ୍କ ପାଇଁ ହେବ ବିଜେପି ସରକାର। ରାଜ୍ୟର ସଚିବାଳୟ ସମସ୍ତଙ୍କ ପାଇଁଖୋଲା ରହିବ।

ଆଜିର ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ବରିଷ୍ଠ ନେତା ସମୀର ମହାନ୍ତି, ଦିଲୀପ ମଲ୍ଲିକ ଓ ସଜ୍ଜନ ଶର୍ମା ପ୍ରମୁଖ ମଧ୍ୟ ଉପସ୍ଥିତ ଥିଲେ।



[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button