ଓଡିଶା

ମିସନ ଶକ୍ତି ମା’ମାନଙ୍କ ପାଇଁ ଘୋଷଣା: ବିନା ସୁଧରେ ୧୦ ଲକ୍ଷ ପର୍ଯ୍ୟନ୍ତ ଋଣ – bajravana

[ad_1]

ସହାୟିକାଙ୍କ ପାଇଁ ଖୁବ୍‌ଶୀଘ୍ର ଖୁସି ଖବର

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାର ୭୦ ଲକ୍ଷ ସ୍ବୟଂସହାୟକ ଗୋଷ୍ଠୀ ମା’ମାନଙ୍କ ପାଇଁ ବିନା ସୁଧରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମିସନ ଶକ୍ତି ଋଣ ବ୍ୟବସ୍ଥା ଆରମ୍ଭ କରିଛନ୍ତି। ଏହାସହିତ ମିସନ ଶକ୍ତି ମା’ମାନଙ୍କ ପାଇଁ ୟୁନିଫର୍ମ ଓ ବ୍ଲେଜର ସହାୟତା ଏବଂ ୧୪୫ କୋଟି ଟଙ୍କାର ସୁଧ ଫେରସ୍ତ ବ୍ୟବସ୍ଥାର ମଧ୍ୟ ଆରମ୍ଭ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରସ୍ଥିତ ଲୋକସେବା ଭବନ କନ୍‌ଭେନ୍‌ସନ୍‌ ସେଣ୍ଟରରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ମିସନ ଶକ୍ତି ମୋର ସବୁଠାରୁ ପ୍ରିୟ କାର୍ଯ୍ୟକ୍ରମ। ମା’ମାନଙ୍କ ସମ୍ମାନ ଓ ଉନ୍ନତି ପାଇଁ ମୋ ସରକାର ନିରନ୍ତର ଭାବେ କାମ କରିଚାଲିଛି। ଏକ ସ୍ୱତନ୍ତ୍ର ଜୀବିକା ଅର୍ଜନ ପଦକ୍ଷେପ ମାଧ୍ୟମରେ ମିସନ ଶକ୍ତି ମା’ମାନଙ୍କୁ ୮ ହଜାର କୋଟି ଟଙ୍କାର ସରକାରୀ ବିଜ୍‌ନେସ୍ ସହାୟତା ଯୋଗାଇ ଦିଆଯାଇଛି। ମା’ମାନେ ଏବେ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମରେ ଅଂଶୀଦାର ହୋଇଛନ୍ତି, ନୂଆ ଓଡ଼ିଶା ଗଠନରେ ସାମିଲ ହୋଇଛନ୍ତି। ଆଜି ମିସନ ଶକ୍ତି ମା’ମାନଙ୍କର ଭଲ କାମ ଦେଶବିଦେଶରେ ପହଞ୍ଚି ପାରିଛି। ସ୍ୱୟଂସହାୟକ ଗୋଷ୍ଠୀର ମା’ମାନେ ଦୁବାଇ ଓ ସିଙ୍ଗାପୁରକୁ ଏକ୍ସପୋଜର୍‌ ଭିଜିଟ୍‌ରେ ଯାଉଥିବାରୁ ଖୁସିବ୍ୟକ୍ତ କରି କହିଥିଲେ ଯେ ଆଗକୁ ଅଧିକରୁ ଅଧିକ ମା’ମାନେ ବିଦେଶ ଯିବେ। ମା’ମାନେ ଏସ୍‌ଏଚ୍‌ଜି ରୁ ଏସ୍‌ଏମ୍‌ଇ ଆଡ଼କୁ ଆଗଉଥିବାର ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଜି ସ୍ୱୟଂସହାୟକ ଗୋଷ୍ଠୀର ମା’ମାନେ କର୍ପୋରେଟ୍‌ ଜଗତ ସହ ଯୋଡ଼ି ହୋଇଛନ୍ତି। ବ୍ୟବସାୟ କରିବା ପାଇଁ ଆଗଉଛନ୍ତି। ସେଥିପାଇଁ ରାଜ୍ୟର ୭୦ ଲକ୍ଷ ସ୍ୱୟଂସହାୟକ ଗୋଷ୍ଠୀର ସଦସ୍ୟା ଓ ୧.୫ ଲକ୍ଷ ଏସ୍‌ଏଚ୍‌ଜି ଲିଡର୍‌ମାନଙ୍କ ପାଇଁ ୟୁନିଫର୍ମ ଓ ବ୍ଲେଜର ପାଇଁ ୭୩୦ କୋଟି ଟଙ୍କାର ବ୍ୟବସ୍ଥା କରାଯାଇଛି।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ମିସନ ଶକ୍ତି ମା’ମାନଙ୍କ ଦ୍ୱାରା ତିଆରି ଜିନିଷର ବିକ୍ରି ପାଇଁ ମିସନ ଶକ୍ତି ବଜାର କରାଯାଉଛି। ଭୁବନେଶ୍ୱରରେ ଏକ ଅତ୍ୟାଧୁନିକ ମିସନ ଶକ୍ତି ବଜାର ଆଜି ଖୋଲାଯିବ। ଆସନ୍ତା ୫ ବର୍ଷ ମଧ୍ୟରେ ସମଗ୍ର ରାଜ୍ୟରେ ୫ ହଜାର ମିସନ ଶକ୍ତି ବଜାର ଓ ରିଟେଲ୍‌ ଆଉଟ୍‌ଲେଟ୍‌ ଖୋଲାଯିବ। ଚଳିତ ବର୍ଷ ମିସନ ଶକ୍ତି ମା’ମାନେ ୧୫ ହଜାର କୋଟି ଟଙ୍କାର ବ୍ୟାଙ୍କ ଋଣ ପାଇଛନ୍ତି। ଆସନ୍ତା ୫ ବର୍ଷ ମଧ୍ୟରେ ୭୫ ହଜାର କୋଟି ଟଙ୍କାର ବ୍ୟାଙ୍କ ଋଣ ମା’ମାନଙ୍କୁ ଯୋଗାଇ ଦିଆଯିବ। ଏଣିକି ଓଡ଼ିଶାର ମା’ମାନେ ବିନା ସୁଧରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବ୍ୟାଙ୍କ ଋଣ ନେଇପାରିବେ ଏବଂ ସମସ୍ତ ସୁଧ ରାଜ୍ୟ ସରକାର ଫେରସ୍ତ କରିବେ। ଏହା ଦ୍ୱାରା ମା’ମାନଙ୍କର ଲକ୍ଷ ଲକ୍ଷ ଟଙ୍କା ସଞ୍ଚୟ ହେବ। ଆଜି ମିସନ ଶକ୍ତି ମା’ମାନେ ଓଡ଼ିଶାର ରୂପାନ୍ତରରେ ଯୋଗଦାନ ଦେଉଛନ୍ତି ବୋଲି ସେ କହିଥିଲେ। ମିସନ ଶକ୍ତି କମ୍ୟୁନିଟି ସପୋର୍ଟ ଷ୍ଟାଫ ଓ ଫେଡେରେସନ୍‌ ଲିଡର୍‌ମାନେ ବହୁତ ଭଲ କାମ କରୁଛନ୍ତି ବୋଲି ପ୍ରଶଂସା କରି ଖୁବ୍‌ ଶୀଘ୍ର ସେମାନେ ଖୁସି ଖବର ପାଇବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସୁଧ ଫେରସ୍ତ ବ୍ୟବସ୍ଥାର ଶୁଭାରମ୍ଭ କରି ବରଗଡ ଜିଲ୍ଲା ମା’ ଯମୁନା ଏସ୍ଏଚ୍‌ଜି ଓ ଗଞ୍ଜାମ ଜିଲ୍ଲା ମା’ ବିମଳା ଏସ୍‌ଏଚ୍‌ଜିକୁ ଚେକ୍‌ ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମରେ ଯୋଗଦେଇ ମହିଳା ଓ ଶିଶୁ ବିକାଶ ତଥା ମିସନ ଶକ୍ତି ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ୍‌ କହିଥିଲେ, ଏସ୍‌ଏଚ୍‌ଜି ସ୍ତରରେ ମହିଳା ନେତୃତ୍ୱାଧୀନ ଉଦ୍ୟୋଗଗୁଡ଼ିକୁ ପ୍ରୋତ୍ସାହିତ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଏହି ବିନା ସୁଧରେ ଋଣ ବ୍ୟବସ୍ଥା ମା’ମାନଙ୍କୁ ଅହୁରି ଅଧିକ ସଶକ୍ତ କରିବ। କାର୍ଯ୍ୟକ୍ରମରେ ମିସନ ଶକ୍ତି ଉପଦେଷ୍ଟା ଲୋପାମୁଦ୍ରା ବକ୍ସିପାତ୍ର, ଗିତାଞ୍ଜଳୀ ବସ୍ତିଆ ଓ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମରେ ସ୍ୱାଗତ ଭାଷଣ ଦେଇ ମିସନ ଶକ୍ତି ବିଭାଗର ଶାସନ ସଚିବ ସୁଜାତା ରାଉତ କାର୍ତ୍ତିକେୟନ କହିଥିଲେ ଯେ ବିନା ସୁଧରେ ଋଣ ବ୍ୟବସ୍ଥା ମା’ମାନଙ୍କ ହାତମୁଠାକୁ ଟାଣ କରିବା ସହିତ ଆର୍ଥିକ କ୍ଷେତ୍ରରେ ସେମାନଙ୍କୁ ଅଧିକ ସଶକ୍ତ କରିଛି। ମିସନ ଶକ୍ତି ମା’ମାନେ ଆଜି ଏକ୍ସପୋଜର୍‌ ଭିଜିଟ୍‌ରେ ଯାଉଛନ୍ତି। ଆଜି ଓଡ଼ିଶାର ରୂପାନ୍ତରରେ ମା’ମାନଙ୍କର ଏକ ପଦଚିହ୍ନ ଅଧିକ ସ୍ପଷ୍ଟ ହୋଇଯାଉଛି ବୋଲି ସେ କହିଥିଲେ। କାର୍ଯ୍ୟକ୍ରମରେ ସମ୍ବଲପୁର ଜିଲ୍ଲାର ଏସ୍‌ଏଚ୍‌ଜି ଲିଡର୍‌ କେତକୀ ବେହେରା ଧନ୍ୟବାଦ ଅର୍ପଣ କରି କହିଥିଲେ ଯେ ମୁଖ୍ୟମନ୍ତ୍ରୀ ଆମ ମା’ମାନଙ୍କୁ ବହୁତ ସମ୍ମାନ ଦେଉଛନ୍ତି। ଆମକୁ ହାଣ୍ଡିଶାଳରୁ ବାହାର କରି ଦୁବାଇ ଓ ସିଙ୍ଗାପୁର ବୁଲାଇଲେ। ରାଜ୍ୟର ୭୦ ଲକ୍ଷ ମା’ମାନଙ୍କ ସମ୍ମାନାର୍ଥେ ୟୁନିଫର୍ମ ଓ ବ୍ଲେଜର୍‌ ବ୍ୟବସ୍ଥା କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସେ କୃତଜ୍ଞତା ଜ୍ଞାପନ କରିଥିଲେ।



[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button