କୃଷି ଭବନରେ ମାଇକ୍ରୋସଫ୍ଟର ସହ-ପ୍ରତିଷ୍ଠାତା ବିଲ୍ ଗେଟ୍ସ – bajravana
[ad_1]
ଭୁବନେଶ୍ବର: ମାଇକ୍ରୋସଫ୍ଟର ସହ-ପ୍ରତିଷ୍ଠାତା ବିଲ୍ ଗେଟ୍ସ କୃଷି ଭବନରେ ପହଞ୍ଚିଛନ୍ତି। ସେ ଗେଟ୍ସ ଫାଉଣ୍ଡେସନ୍ ସହାୟତାରେ ବିଭିନ୍ନ ବିଭାଗରେ ଚାଲିଥିବା ଯୋଜନାର ସମୀକ୍ଷା କରିବେ। କୃଷି ସମୀକ୍ଷା କେନ୍ଦ୍ର ଗେଟ୍ସ ଫାଉଣ୍ଡେସନ୍ ସହାୟତାରେ ରାଜ୍ୟରେ କାର୍ଯ୍ୟ କରୁଛି। ସମନ୍ୱିତ ଚାଷ ପାଇଁ ଉନ୍ନତ ଜ୍ଞାନ କୌଶଳ ବାବଦରେ ସୂଚନା ଦେଉଛି ଏହି କେନ୍ଦ୍ର। ଚାଷ ସମ୍ବନ୍ଧୀୟ ସମସ୍ୟା ବାବଦରେ ଏହି କେନ୍ଦ୍ର ଚାଷୀଙ୍କୁ ସହାୟତା ଯୋଗାଉଛି। ରାଜ୍ୟରେ କୃଷିର ଉନ୍ନତି ପାଇଁ ବିଲ ଆଣ୍ଡ ମେଲିଣ୍ଡା ଗେଟ୍ସ ଫାଉଣ୍ଡେସନ୍ ସହ ୨୦୧୭ ମସିହାରେ ଚୁକ୍ତି ହୋଇଥିଲା।
Sambad is now on WhatsApp
Join and get latest news updates delivered to you via WhatsApp
ବୈଷୟିକ ପ୍ରଣାଳୀରେ କ୍ଷୁଦ୍ର ଚାଷୀ ଏବଂ ଚାଷୀଙ୍କ ଆୟବୃଦ୍ଧି କରିବା ନେଇ ଲକ୍ଷ୍ୟ ରଖାଯାଇଥିଲା। ଗେଟ୍ସ ଫାଉଣ୍ଡେସନ୍ ସହଯୋଗରେ ରାଜ୍ୟରେ ଚାଲିଥିବା ସମସ୍ତ ପ୍ରକଳ୍ପ କିପରି କାର୍ଯ୍ୟକାରୀ ହେଉଛି ତାହାର ସମୀକ୍ଷା କରିବା ପାଇଁ କୃଷି ଭବନରେ ପହଞ୍ଚିଛନ୍ତି ବିଲ ଗେଟ୍ସ।
ଏହା ପୂର୍ବରୁ ମାଇକ୍ରୋସଫ୍ଟ ସହପ୍ରତିଷ୍ଠାତା ବିଲ୍ ଗେଟସ୍ ବସ୍ତି ବୁଲି୍ଥିଲେ। ବସ୍ତିବାସିନ୍ଦାଙ୍କ ଜୀବନଶୈଳୀ ବୁଝିବା ସହ ସେ ଲୋକଙ୍କ ସହିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି।
[ad_2]