ଇଡିର ତଦନ୍ତକୁ ସଂପୂର୍ଣ୍ଣ ସହଯୋଗ କରୁଛି: ବିଧାୟକ ପ୍ରଫୁଲ୍ଲ ସାମଲ – bajravana
[ad_1]
ଭୁବନେଶ୍ବର: ଭଦ୍ରକ ଜିଲ୍ଲା ବରପଦା ଇଞ୍ଜିନିୟରିଂ କଲେଜ ଜମି ଦୁର୍ନୀତି ମାମଲାରେ ଭଣ୍ଡାରୀପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲ ଆଜି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ରେ ହାଜର ହୋଇଛନ୍ତି। ଇଡିର ଅଧିକାରୀମାନେ ଶ୍ରୀ ସାମଲଙ୍କୁ ଦୀର୍ଘ ୮ ଘଣ୍ଟା ଧରି ପଚରାଉଚରା କରିଛନ୍ତି। ଏହି ଜେରା ସମୟରେ ଇଡି ଅନେକ ତଥ୍ୟ ହାସଲ କରିଛି। ଇଡି କାର୍ଯ୍ୟାଳୟରୁ ବାହାରିବା ପରେ ବିଧାୟକ ଶ୍ରୀ ସାମଲ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ, ଇଡି ଯାହା ତଦନ୍ତ କରୁଛି, ସବୁ ତଥ୍ୟ ଇଡି ଆଗରେ ରଖିଛି। ଇଡିର ତଦନ୍ତକୁ ସଂପୂର୍ଣ୍ଣ ସହଯୋଗ କରୁଛି।
Sambad is now on WhatsApp
Join and get latest news updates delivered to you via WhatsApp
ବରପଦା ଇଞ୍ଜିନିୟରିଂ କଲେଜ ଜମି ମାମଲାରେ ଜେରା ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବିଧାୟକ ପ୍ରଫୁଲ ସାମଲ ଓ ତାଙ୍କ ପୁଅ ପ୍ରୟାସକାନ୍ତିଙ୍କୁ ଇଡିରେ ହାଜର ହେବାକୁ ନୋଟିସ୍ ହୋଇଥିଲା। ଏହାକୁ ନେଇ ସେ ଆଜି ଇଡିରେ ହାଜର ହୋଇଥିଲେ। ପୂର୍ବରୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଟିମ୍ ବରପଦା ଇଂଜିନିୟରିଂ କଲେଜ ଜମି ଦୁର୍ନୀତି ମାମଲାରେ ଚଢ଼ଉ କରିଥିଲା। ଭୁବନେଶ୍ୱର ଓ ଭଦ୍ରକର ଏକାଧିକ ସ୍ଥାନରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଟିମ୍ ଚଢ଼ଉ କରିଥିଲେ। ଏହି ସମୟରେ ଇଡି ଗୋଟିଏ କାର ସହ ୯ଲକ୍ଷ ଟଙ୍କା ଜବତ କରିଥିଲା।
[ad_2]