ଓଡିଶା

ବାବା ସାହେବଙ୍କୁ ଶ୍ରଦ୍ଧାଞ୍ଜଳି: ବରମୁଣ୍ଡା ବସ୍‌ ଟର୍ମିନାଲ ଉଦ୍‌ଘାଟିତ – bajravana

[ad_1]

ବାବା ସାହେବଙ୍କ ଜୀବନ ଓ ଆଦର୍ଶ ଉପରେ ସ୍ବତନ୍ତ୍ର ଗ୍ୟାଲେରି

ଭୁବନେଶ୍ବର: ବରମୁଣ୍ଡା ଠାରେ ୫-ଟି ଉପକ୍ରମରେ ନବନିର୍ମିତ ବାବା ସାହେବ ଭୀମରାଓ ଆମ୍ବେଦକର ବସ୍‌ ଟର୍ମିନାଲର ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ, ଆମ ସମ୍ବିଧାନ ପ୍ରସ୍ତୁତ କରିବାରେ ବାବା ସାହେବ ଭୀମ୍‌ରାଓ ଆମ୍ବେଦକରଙ୍କ ମୁଖ୍ୟ ଭୂମିକା ରହିଥିଲା। ଦେଶ ପାଇଁ ତାଙ୍କ ଅବଦାନକୁ ସମ୍ମାନ ଜଣାଇ ତାଙ୍କ ନାମରେ ଏହି ବସ୍‌ ଟର୍ମିନାଲ ନାମିତ କରାଯାଇଛି। ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ବାବା ସାହେବଙ୍କ ପ୍ରତି ଓଡ଼ିଶାବାସୀଙ୍କ ଏହା ହେଉଛି ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି। ବାବା ସାହେବଙ୍କ ଅବଦାନ ସମ୍ପର୍କରେ ସମସ୍ତଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ବସ୍ ଟର୍ମିନାଲ ଭିତରେ ବାବା ସାହେବଙ୍କ ଜୀବନ ଓ ଆଦର୍ଶ ଉପରେ ଆଧାରିତ ଏକ ଗ୍ୟାଲେରି ମଧ୍ୟ କରାଯାଇଛି।

ବାବା ସାହେବଙ୍କ ଜୀବନ ଓ ଆଦର୍ଶ ଉପରେ ସ୍ବତନ୍ତ୍ର ଗ୍ୟାଲେରି
ବିମାନବନ୍ଦର ଭଳି ସୁବିଧା ସୁଯୋଗ
୫-ଟି ଅଧ୍ୟକ୍ଷଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ବିକଶିତ

ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ, ଏହି ବସ୍‌ ଟର୍ମିନାଲ ବସ୍‌ ମାଲିକ, ବ୍ୟବସାୟୀ, ଯାତ୍ରୀ ତଥା ସମସ୍ତ ଜନସାଧାରଣଙ୍କ ସହଯୋଗରେ ନିର୍ମିତ ହୋଇଛି। ସମସ୍ତେ ଏଥିପାଇଁ ଧନ୍ୟବାଦର ପାତ୍ର। ଏହି ବସ୍‌ ଟର୍ମିନାଲ୍‌ରେ ଯାତ୍ରୀମାନଙ୍କୁ ଉତ୍ତମ ସେବା ଯୋଗାଇଦେବା ପାଇଁ ସବୁ ପ୍ରକାର ସୁବିଧା କରାଯାଇଛି। ଜରୁରିକାଳୀନ ଚିକିତ୍ସା ଠାରୁ ଆରମ୍ଭ କରି ବ୍ୟାବସାୟିକ କମ୍ପ୍ଲେକ୍ସ, ଏସ୍କାଲେଟର, ଲିଫ୍ଟ, ପ୍ରତୀକ୍ଷାଳୟ, ପୁଲିସ୍‌ ଫାଣ୍ଡି, ଡ୍ରାଇଭରଙ୍କ ବିଶ୍ରାମ କକ୍ଷ, ଆହାର କେନ୍ଦ୍ର, ଫୁଡ୍ କୋର୍ଟ ଓ ସ୍ତନ୍ୟପାନ ଗୃହ ଆଦି ରହିଛି। ବିମାନବନ୍ଦର ଭଳି ଯାତ୍ରୀମାନେ ଏଠାରେ ସବୁ ସୁବିଧା ପାଇପାରିବେ। ଏହି ବସ୍‌ ଟର୍ମିନାଲର ଉପଯୁକ୍ତ ରକ୍ଷଣାବେକ୍ଷଣରେ ସମସ୍ତଙ୍କର ସହଯୋଗ ଲୋଡ଼ା ବୋଲି ସେ କହିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ପତାକା ଦେଖାଇ ଗୋଟିଏ ଇ-ମୋ ବସ୍‌ ଓ ଭୁବନେଶ୍ବର-ବାରିପଦା ବସ୍‌ ଚଳାଚଳର ଶୁଭାରମ୍ଭ କରିଥିଲେ। ତା’ ସହିତ ଆହାର କେନ୍ଦ୍ରରେ ଯାତ୍ରୀମାନଙ୍କୁ ଖାଦ୍ୟ ପରଷିଥିଲେ।

ବରମୁଣ୍ଡା ବସ୍‌ଷ୍ଟାଣ୍ଡରୁ ଦୈନିକ ୩ ହଜାର ବସ୍‌ରେ ୩୦ ହଜାରରୁ ଊର୍ଦ୍ଧ୍ବ ଯାତ୍ରୀ ରାଜ୍ୟ ଓ ରାଜ୍ୟ ବାହାରକୁ ବିଭିନ୍ନ ସ୍ଥାନକୁ ଯାତାୟତ କରିଥାନ୍ତି। ଯାତ୍ରୀମାନଙ୍କ ଅସୁବିଧାକୁ ଦୃଷ୍ଟିରେ ରଖି ଏହାର ରୂପାନ୍ତରଣ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଏହା ଅତ୍ୟାଧୁନିକ ବସ୍‌ ଟର୍ମିନାଲର ବିକାଶ କରାଯାଇଥିଲା। କାର୍ଯ୍ୟକ୍ରମରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀ, ବିଜ୍ଞାନ ଓ ବୈଷୟିକ ତଥା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ ଅନନ୍ତ ନାରାୟଣ ଜେନା ଓ ସୁଶାନ୍ତ ରାଉତ, ବିଏମ୍‌ସି ମେୟର ସୁଲୋଚନା ଦାସ ପ୍ରମୁଖ ଉପସ୍ଥିତ ଥିଲେ। ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଜି.ମାଥିଭାଥନନ୍ ସ୍ୱାଗତ ଭାଷଣ ଓ ବିଡିଏ ଉପାଧ୍ୟକ୍ଷ ବଲୱନ୍ତ ସିଂହ ଧନ୍ୟବାଦ ଦେଇଥିଲେ। ସୂଚନାଯୋଗ୍ୟ, ୧୫.୫ ଏକର ଜାଗାରେ ନିର୍ମିତ ଏହି ବସ୍‌ଷ୍ଟାଣ୍ଡରେ ୨୦୦ କୋଟି ଟଙ୍କାରୁ ଊର୍ଦ୍ଧ୍ବ ଖର୍ଚ୍ଚ ହୋଇଛି। ଏଠାରେ ୪୪ଟି ବସ୍‌ ବେ’ ରହିଛି, ସେଥିରୁ ୫ଟି ବେ’ ‘ମୋ ବସ୍‌’ ପାଇଁ ସଂରକ୍ଷିତ ରହିଛି। ଏହା ବାଦ୍ ଏକ ସମୟରେ ୧୧୧ଟି ବସ୍‌ ପାର୍କିଂ ପାଇଁ ବ୍ୟବସ୍ଥା ରହିଛି। ଏଠାରେ ଯାତ୍ରୀମାନଙ୍କର ସାମୟିକ ରହଣୀ ପାଇଁ ରୁମ୍‌ ଓ ଡର୍ମିଟୋରିର ବ୍ୟବସ୍ଥା ରହିଛି।



[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button