ଓଡିଶା

ଛାତ୍ରଛାତ୍ରୀଙ୍କ ସାଥୀ: ନବୀନ ମ୍ୟାଜିକ୍‌ କାର୍ଡ – bajravana

[ad_1]

ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ଼ର ସ୍ଥାନୀୟ ଶିକ୍ଷକ ପ୍ରଶିକ୍ଷଣ ଅନୁଷ୍ଠାନର ଖେଳପଡ଼ିଆଠାରେ ଜିଲ୍ଲାସ୍ତରୀୟ ନୂଆ-ଓ ଛାତ୍ରବୃତ୍ତି ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। କାର୍ଯ୍ୟକ୍ରମରେ ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ଯୋଗଦେଇ ନୂଆ ଓଡ଼ିଶା ଗଠନରେ ଯୁବଶକ୍ତିର ଯୋଗଦାନ ପାଇଁ ଆହ୍ବାନ ଦେଇଥିଲେ। ଏଥିସହିତ, ନୂଆ-ଓ ଛାତ୍ରବୃତ୍ତି କାର୍ଯ୍ୟକ୍ରମ ରାଜ୍ୟର ଯୁବକ ଯୁବତୀମାନଙ୍କ ପାଇଁ ବିପୁଳ ସୁଯୋଗ ସୃଷ୍ଟି କରିଥିବା ଉଲ୍ଲେଖ କରିଥିଲେ। ଉଚ୍ଚମାଧ୍ୟମିକ ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକରେ ସ୍ମାର୍ଟକ୍ଲାସ, ଇ-ଲାଇବ୍ରେରି, ସାଇନ୍ସ ଲାବ୍‌ ପାଇଁ ଆବଶ୍ୟକୀୟ ପଦକ୍ଷେପ ନେବା ସହିତ ଛାତ୍ରଛାତ୍ରୀଙ୍କ ଅନ୍ତର୍ନିହିତ ପ୍ରତିଭା ପ୍ରଦର୍ଶନ ପାଇଁ ସୁଯୋଗ ପ୍ରଦାନ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ନୂଆ-ଓ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଏଠାରେ ଆୟୋଜିତ କାର୍ଯ୍ୟକ୍ରମରେ ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ ମହାବିଦ୍ୟାଳୟର କିଛି ଛାତ୍ରଛାତ୍ରୀଙ୍କୁ ଛାତ୍ରବୃତ୍ତି ପ୍ରଦାନ କରିଥିଲେ।  ମହିଳା ମହାବିଦ୍ୟାଳୟ, ଟିଟିଲାଗଡ଼ର ଛାତ୍ରୀ ଅପର୍ଣ୍ଣା ବେହେରା, କଣ୍ଟାବାଞ୍ଜି ଧନ୍ଦାମୂଳକ (ସ୍ନାତକ) ମହାବିଦ୍ୟାଳୟର ଛାତ୍ର ଚିରାଗ ଅଗ୍ରୱାଲ, କଣ୍ଟାବାଞ୍ଜି ମହିଳା ମହାବିଦ୍ୟାଳୟର ଛାତ୍ରୀ ଗୀତାଞ୍ଜଳି ସାହୁ, ବଙ୍ଗୋମୁଣ୍ଡା ପଞ୍ଚାୟତ ସମିତି ଡିଗ୍ରି ମହାବିଦ୍ୟାଳୟର ଛାତ୍ର ଭିକୁ ସାହୁ, ମୁରିବାହାଲ ପଞ୍ଚାୟତ ସମିତି ଡିଗ୍ରି ମହାବିଦ୍ୟାଳୟର ଛାତ୍ରୀ ନିକିତା କମ୍ପ, ଟିଟିଲାଗଡ଼ ଡିଏଭି ମହାବିଦ୍ୟାଳୟର ଛାତ୍ର ଶିଳ୍ପ ରଞ୍ଜନ ପାନିକା, ସଇନ୍ତଳା ପଞ୍ଚାୟତ ସମିତି ଡିଗ୍ରି ମହାବିଦ୍ୟାଳୟର ଛାତ୍ର ରୋହନ ପଟେଲ, ତୁଷରା ସ୍ନାତକ ମହାବିଦ୍ୟାଳୟର ଛାତ୍ର ଅଙ୍କିତ ହରପାଲଙ୍କୁ ଛାତ୍ରବୃତ୍ତି ରାଶି ପ୍ରଦାନ କରାଯାଇଥିଲା। ଛାତ୍ରଛାତ୍ରୀଙ୍କ ପ୍ରତିଭାରେ ସାରା ଓଡ଼ିଶା ଓ ଦେଶ ଗର୍ବ କରୁ ଏବଂ ସେମାନଙ୍କର ଦକ୍ଷତା ଅଧିକ ବିକାଶ ତଥା ସୁନ୍ଦର ଭବିଷ୍ୟତ ପାଇଁ ଓଡ଼ିଶା ସରକାର ନୂଆ-ଓ ଛାତ୍ରବୃତ୍ତି ଆରମ୍ଭ କରିଛନ୍ତି ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ।

ଟିଟିଲାଗଡ଼ରେ ଜିଲ୍ଲାସ୍ତରୀୟ ନୂଆ-ଓ ଛାତ୍ରବୃତ୍ତି ବଣ୍ଟନ କାର୍ଯ୍ୟକ୍ରମ

ସେ ଆହୁରି ମଧ୍ୟ କହିଥିଲେ, ଅର୍ଥ ଅଭାବରୁ କୌଣସି ଛାତ୍ରଛାତ୍ରୀ ଉଚ୍ଚଶିକ୍ଷା ଲାଭରୁ ବଞ୍ଚିତ ହେବେନାହିଁ। ଏହି ଯୋଜନା ଅନ୍ତର୍ଗତ ସାଧାରଣ ଓ ଓବିସି ବର୍ଗର ପ୍ରତ୍ୟେକ ଯୋଗ୍ୟ ଛାତ୍ରୀ ୧୦ ହଜାର ଓ ପ୍ରତ୍ୟେକ ଯୋଗ୍ୟ ଛାତ୍ର ୯ ହଜାର ଟଙ୍କା ବୃତ୍ତି ପାଇବେ। ସେହିଭଳି ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ବର୍ଗର ଛାତ୍ର ଓ ଛାତ୍ରୀ ତଥା ନିର୍ମାଣ ଶ୍ରମିକ ଅଧୀନସ୍ଥ ଛାତ୍ର ଓ ଛାତ୍ରୀଙ୍କ ପାଇଁ ଏହି ଅର୍ଥ ରାଶି ଯଥାକ୍ରମେ ୧୦ ହଜାର ଏବଂ ୧୧ ହଜାର ଧାର୍ଯ୍ୟ କରାଯାଇଛି। ସେହିପରି ଛାତ୍ରଛାତ୍ରୀଙ୍କ ସ୍ୱପ୍ନକୁ ସାକାର କରିବା ପାଇଁ ସେମାନଙ୍କୁ ଖୁବ୍‌ଶୀଘ୍ର ନୂଆ-ଓ ସ୍ମାର୍ଟକାର୍ଡ ଯୋଗାଇ ଦିଆଯିବ,  ଯାହାଦ୍ୱାରା ସେମାନେ ବିଭିନ୍ନ ପ୍ରକାର ସୁବିଧା ସୁଯୋଗ ପାଇପାରିବେ। ଏହି କାର୍ଯ୍ୟକ୍ରମ ବଲାଙ୍ଗୀର ଜିଲ୍ଲାପାଳ ଗୌରବ ଶିବାଜୀ ଇସଲୱାର, ଆରକ୍ଷୀ ଅଧୀକ୍ଷକ ଖିଲାରି ରିଷିକେଶ ଦ୍ୟାନଦେଓ, ପୁଲିସ ମହାନିର୍ଦେଶକଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଥିବା ବେଳେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ସୁଶାନ୍ତ ସିଂହ, ଟିଟିଲାଗଡ଼ ଉପଜିଲ୍ଲାପାଳ ରେହାନ ଖେତ୍ରୀ ପ୍ରତ୍ୟକ୍ଷ ଭାବରେ ଏହାର ତଦାରଖ କରିଥିଲେ। ସ୍ଥାନୀୟ ବିଧାୟିକା ତଥା ଜଳ ସମ୍ପଦ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନୀ ସାହୁ, ଜିଲ୍ଲା ପରିଷଦ ସଭ୍ୟା ଗୀତା ବିଶି, ଟିଟିଲାଗଡ଼ ପଞ୍ଚାୟତ ସମିତି ଅଧ୍ୟକ୍ଷା ସଞ୍ଜୁକ୍ତା ନାଏକ ପ୍ରମୁଖ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମରେ ଟିଟିଲାଗଡ଼ ଓ କଣ୍ଟାବାଞ୍ଜି ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଯୋଗ ଦେଇଥିଲେ। ଜିଲ୍ଲା ପ୍ରଶାସନର ସମସ୍ତ ଅଧିକାରୀ ଓ କର୍ମଚାରୀ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।

ମାର୍ଚ୍ଚ ୫ରେ ନବୀନ ଓଡ଼ିଶା ସ୍ମାର୍ଟକାର୍ଡ: ପାଣ୍ଡିଆନ

ଧର୍ମଗଡ଼ରେ ନୂଆ-ଓ ଛାତ୍ରବୃତ୍ତି ବିତରଣ କାର୍ଯ୍ୟକ୍ରମ

କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ପଞ୍ଚାୟତ ମହାବିଦ୍ୟାଳୟ ସମ୍ମୁଖ ପଡ଼ିଆରେ ରବିବାର ନୂଆ-ଓ ଛାତ୍ରବୃତ୍ତି ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ୫-ଟି ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ଉପସ୍ଥିତ ରହି ଛାତ୍ରଛାତ୍ରୀଙ୍କୁ ସମ୍ବୋଧିତ କରିବା ସହ ନୂଆ-ଓ ଛାତ୍ରବୃତ୍ତିର ଆରମ୍ଭ କରି ଅନୁମୋଦନ ଆଦେଶପତ୍ର ବଣ୍ଟନ କରିଥିଲେ। ଏହି ଛାତ୍ରବୃତ୍ତି ସ୍ନାତକ ଓ ସ୍ନାତକୋତ୍ତର ଛାତ୍ରଛାତ୍ରୀଙ୍କ ପାଇଁ, ଯେଉଁମାନଙ୍କର ପିତାମାତା ସ୍ଥାୟୀ ସରକାରୀ କର୍ମଚାରୀ ନୁହନ୍ତି କିମ୍ବା ଯେଉଁ ଅଭିଭାବକମାନେ ଆୟକର ଦିଅନ୍ତି ନାହିଁ ସେମାନଙ୍କ ପାଇଁ ପ୍ରଯୁଜ୍ୟ ଅଟେ।
ଏହି ଅବସରରେ ୫ଟି ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ କହିଥିଲେ, ଯୁବକମାନଙ୍କୁ ସଶକ୍ତୀକରଣ, ନିଜର ଦକ୍ଷତା ବିକାଶ ତଥା ରାଜ୍ୟ ସମୃଦ୍ଧିରେ ନିଜର ସହଭାଗିତା ଏବଂ ରୂପାନ୍ତରିତ କାର୍ଯ୍ୟ ପରିପ୍ରେକ୍ଷୀରେ ନୂଆ-ଓ ଛାତ୍ରବୃତ୍ତି କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ଛାତ୍ରବୃତ୍ତି ବଣ୍ଟନ ବ୍ୟତୀତ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଆସନ୍ତା ମାର୍ଚ୍ଚ ୫ ତାରିଖରେ ନବୀନ ଓଡ଼ିଶା ମ୍ୟାଜିକ୍ କାର୍ଡର ଆରମ୍ଭ କରାଯିବ। ଏହି ମ୍ୟାଜିକ୍ କାର୍ଡ ଉଭୟ ସ୍ନାତକ ଓ ସ୍ନାତକୋତ୍ତର ପ୍ରତ୍ୟେକ ଛାତ୍ରଙ୍କ ପାଇଁ ଉଦ୍ଦିଷ୍ଟ। ଏହି କାର୍ଡରେ ୱାଇଫାଇ ଆକସେସ୍, ବହି କିଣିବାରେ ରିହାତି, ଯାତ୍ରାରେ ରିହାତି ଉଭୟ ବସ୍‌ ଓ ଟ୍ରେନ୍‌, ଅନ୍‌ଲାଇନ୍ କ୍ଲାସ୍‌ରୁମ୍‌ର ସୁବିଧା, ଅନ୍‌ଲାଇନ୍ କ୍ୟାରିୟର କାଉନସେଲିଂ, ଫୋନ୍ ପାଇଁ ରିଚାର୍ଜ କରିବା ସୁବିଧା ଉପଲବ୍ଧ ହେବ। ମ୍ୟାଜିକ୍ କାର୍ଡ ହେଉଛି ଆଧାର କାର୍ଡ, ଯଦି ଛାତ୍ର ଭଲ ପ୍ରଦର୍ଶନ କରେ ତେବେ ସେମାନଙ୍କୁ ସିଲଭର କାର୍ଡ ଅପଗ୍ରେଡ୍ କରାଯାଇ ପାରିବ, ପରେ ଗୋଲ୍ଡେନ୍ ଏବଂ ତା’ ପରେ ପ୍ଲାଟିନମ୍ କାର୍ଡ ଯାହାଦ୍ୱାରା ସେମାନେ ସେମାନଙ୍କ ଅଧ୍ୟୟନ ଖର୍ଚ୍ଚ ପରିଚାଳନା କରିପାରିବେ।  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଛାତ୍ରଛାତ୍ରୀଙ୍କ ସମୃଦ୍ଧି କାମନା କରିଛନ୍ତି। ଆର୍ଥିକ ଅନଟନ କାରଣରୁ ଉଚ୍ଚଶିକ୍ଷାରେ କୌଣସି ଛାତ୍ରଛାତ୍ରୀ ପଛରେ ରହିବା ଉଚିତ ନୁହେଁ ବୋଲି ତାଙ୍କର ଲକ୍ଷ୍ୟ ଥିଲା। ଏହି ନୂଆ-ଓ ଛାତ୍ରବୃତ୍ତି ମାଧ୍ୟମରେ ଏହି ସ୍ୱପ୍ନ ପୂରଣ ହେବ ବୋଲି ୫-ଟି ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ଉଦ୍‌ବୋଧନ ଦେଇ ଛାତ୍ରଛାତ୍ରୀଙ୍କୁ କହିଥିଲେ।
ଏହି ଛାତ୍ରବୃତ୍ତି କାର୍ଯ୍ୟକ୍ରମ ଜରିଆରେ କଳାହାଣ୍ଡି ଜିଲ୍ଲାରେ ୩୩ଟି କଲେଜରୁ ୧୩,୦୭୪ ଜଣ ଛାତ୍ରଛାତ୍ରୀଙ୍କୁ ୧୨,୯୩,୫୯,୦୦୦  ଟଙ୍କା ଛାତ୍ରବୃତ୍ତି ପ୍ରଦାନ କରାଯାଉଛି। ଏମାନଙ୍କ ମଧ୍ୟରୁ ୬୯୯୩ ଜଣ ଛାତ୍ର ଏବଂ ୬୦୮୧ ଜଣ ଛାତ୍ରୀ ଅଟନ୍ତି। ମଞ୍ଚରେ ୫-ଟି ଅଧ୍ୟକ୍ଷ ୧୩ ଜଣ ଛାତ୍ରଛାତ୍ରୀଙ୍କୁ ଛାତ୍ରବୃତ୍ତି ପ୍ରଦାନ କରିଥିଲେ। ଆଜିର କାର୍ଯ୍ୟକ୍ରମରେ ସମୁଦାୟ ୫୭୩୩ ଜଣ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ।



[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button