ଓଡିଶା

ପଞ୍ଚାୟତିରାଜ ପ୍ରତିନିଧିଙ୍କ ପାରିତୋଷିକ ବଢ଼ିଲା: ଖର୍ଚ୍ଚ ହେବ ଅଧିକ ୧୬୨.୬୮ କୋଟି ଟଙ୍କା – bajravana

[ad_1]

ଭୁବ‌ନେଶ୍ବର: ସାଧାରଣ ନିର୍ବାଚନ ପୂର୍ବରୁ ରାଜ୍ୟ ସରକାର ଆଜି ଏକ ବଡ଼ ଘୋଷଣା କରିଛନ୍ତି। ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପାରିତୋଷିକ ଓ ଭତ୍ତା ବଢ଼ିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ଘୋଷଣା କରିଛନ୍ତି। ଏହା ଦ୍ବାରା ତ୍ରିସ୍ତରୀୟ ପଞ୍ଚାୟତିରାଜର ସମସ୍ତ ଲୋକପ୍ରତିନିଧି ଉପକୃତ ହେବେ। ଜିଲ୍ଲା ପରିଷଦ ସଭାପତିମାନେ ୯,୩୮୦ ଟଙ୍କା ପରିବର୍ତ୍ତେ ୩୦,୦୦୦ ଟଙ୍କା ମାସିକ ପାରିତୋଷିକ ପାଇବେ। ଜିଲ୍ଲା ପରିଷଦ ଉପସଭାପତିମାନଙ୍କ ପାରିତୋଷିକ ୭,୦୪୦ ଟଙ୍କାରୁ ୨୦,୦୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ଜିଲ୍ଲା ପରିଷଦ ସଦସ୍ୟମାନେ ପୂର୍ବରୁ ୩,୫୩୦ ଟଙ୍କା ପାଉଥିଲା ବେଳେ ଏବେ ୧୦,୦୦୦ ଟଙ୍କା ମାସିକ ପାରିତୋଷିକ ପାଇବେ। ସମସ୍ତଙ୍କର ଦୈନିକ ଭତ୍ତା ୩୦୦ ଟଙ୍କାରୁ ୬୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ସେହିଭଳି ପଞ୍ଚାୟତ ସମିତି ଅଧ୍ୟକ୍ଷମାନେ ୩,୫୩୦ ଟଙ୍କା ପାଉଥିଲେ। ଏବେ ୧୫,୦୦୦ ଟଙ୍କା ପାଇବେ। ପଞ୍ଚାୟତ ସମିତି ଉପାଧ୍ୟକ୍ଷମାନେ ପୂର୍ବରୁ ପାରିତୋଷିକ ୨,୩୫୦ ଟଙ୍କା ପାଉଥିଲା ବେଳେ ଏବେ ୭,୫୦୦ ଟଙ୍କା ପାଇବେ। ପଞ୍ଚାୟତ ସମିତି ସଦସ୍ୟମାନେ ପୂର୍ବରୁ ୨,୩୫୦ ଟଙ୍କା ପାଉଥିଲା ବେଳେ ଏବେ ୭,୫୦୦ ଟଙ୍କା ପାଇବେ। ସେହିଭଳି ସରପଞ୍ଚମାନଙ୍କର ପାରିତୋଷିକ ୨,୩୫୦ ଟଙ୍କାରୁ ୧୦ ହଜାର ଟଙ୍କା ଏବଂ ନାଏବ ସରପଞ୍ଚମାନଙ୍କର ପାରିତୋଷିକ ୯୪୦ ଟଙ୍କାରୁ ୪,୦୦୦ ଟଙ୍କାକୁ ବଢ଼ାଯାଇଛି। ପଞ୍ଚାୟତ ସମିତି ଅଧ୍ୟକ୍ଷ, ଉପାଧକ୍ଷ, ପଞ୍ଚାୟତ ସମିତି ସଦସ୍ୟ, ସରପଞ୍ଚ, ନାଏବ ସରପଞ୍ଚ ଓ ୱାର୍ଡମେମ୍ବରମାନଙ୍କର ଦୈନିକ ଭତ୍ତା ୨୪୦ ଟଙ୍କାରୁ ୪୮୦ ଟଙ୍କାକୁ ବୃଦ୍ଧି କରାଯାଇଛି।

ସୂଚନାଯୋଗ୍ୟ ଯେ ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ବିଭିନ୍ନ ଜିଲ୍ଲା ଗସ୍ତ ସମୟରେ ପଞ୍ଚାୟତିରାଜ ପ୍ରତିନିଧିମାନେ ତାଙ୍କୁ ଭେଟି ଏହି ପାରିତୋଷିକ ବୃଦ୍ଧି ସମ୍ପର୍କରେ ଅନୁରୋଧ ଓ ପ୍ରସ୍ତାବ ଦେଇଥିଲେ। ପୂର୍ବରୁ ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପାରିତୋଷିକ ଓ ଭତ୍ତା ବାବଦରେ ୭୯.୮୮ କୋଟି ଟଙ୍କା ଖର୍ଚ୍ଚ ହୋଉଥିଲା। ବର୍ଦ୍ଧିତ ରାଶି ଅନୁଯାୟୀ ଏବେ ୨୪୨.୫୬ କୋଟି ଟଙ୍କା ଖର୍ଚ୍ଚ ହେବ। ରାଜ୍ୟ ସରକାର ୧୬୨.୬୮ କୋଟି ଟଙ୍କାର ଅତିରିକ୍ତ ଖର୍ଚ୍ଚ ବହନ କରିବେ। ଏହା ବ୍ୟତୀତ ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପଦବିରେ ଥିବା ସମୟରେ ବିୟୋଗ ଘଟିଲେ ଅନୁକମ୍ପାମୂଳକ ସହାୟତା ରାଶି ବାବଦରେ ୨ ଲକ୍ଷ ଟଙ୍କା ମିଳିବ। ଏହା ସହିତ ଦୁର୍ଘଟଣାଜନିତ ପୂର୍ଣ୍ଣ ଅକ୍ଷମତା କ୍ଷେତ୍ରରେ ୨ ଲକ୍ଷ ଟଙ୍କା ସହାୟତା ଦିଆଯିବ। ସେହିପରି ଆଂଶିକ ଅକ୍ଷମତା କ୍ଷେତ୍ରରେ ୧ ଲକ୍ଷ ଟଙ୍କା ସହାୟତା ଦିଆଯିବ।



[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button