ଓଡିଶା

ତୃତୀୟ-ଚତୁର୍ଥ ପର୍ଯ୍ୟାୟରେ ଓଡ଼ିଶାର ଏହି ଅଞ୍ଚଳରେ ହେବ ମତଦାନ – bajravana

[ad_1]

ନୂଆଦିଲ୍ଲୀ/ ଭୁବନେଶ୍ୱର: ୨୦୨୪ ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ଭାରତର ନିର୍ବାଚନ କମିସନ। ଶନିବାର ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟ ନିର୍ବାଚନ କମିସନର ରାଜୀବ କୁମାର ନିର୍ବାଚନ ତାରିଖ ଘୋଷଣା କରିଛନ୍ତି । ସାରା ଦେଶରେ ମୋଟ ୭ଟି ପର୍ଯ୍ୟାୟରେ ଭୋଟ ଗ୍ରହଣ ହେବ । ଏପ୍ରିଲ ୧୯ରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ ଓ ଜୁନ ୧ରେ ୭ମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ । ଜୁନ ୪ରେ ଭୋଟ ଗଣତି ହେବ । ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ଭୋଟ ଗ୍ରହଣ ହେବ । ରାଜ୍ୟରେ ମେ ୧୩ ଓ ମେ ୨୦, ମେ ୨୫ ଓ ଜୁନ ୧ରେ ଉଭୟ ବିଧାନସଭା ଓ ଲୋକସଭା ପାଇଁ ଭୋଟ ଗ୍ରହଣ ହେବ । ତେବେ ଆପଣଙ୍କ ଅଞ୍ଚଳରେ କେଉଁ ପର୍ଯ୍ୟାୟରେ ଭୋଟଗ୍ରହଣ ହେବ ସେନେଇ ଜାଣନ୍ତୁ |

ତୃତୀୟ ପର୍ଯ୍ୟାୟ ପାଇଁ ମତଦାନ ୨୫ ତାରିଖରେ ହେବ | ଏହି ଦିନ କୁଚିଣ୍ଡା, ରେଙ୍ଗାଲି, ସମ୍ବଲପୁର, ରେଢ଼ାଖୋଲ, ଦେବଗଡ଼, ତେଲକୋଇ, ଘସିପୁରା, ଆନନ୍ଦପୁର, ପାଟଣା, କେଉଁଝର, ଚମ୍ପୁଆ, କରଞ୍ଜିଆ, ଢେଙ୍କାନାଳ, ହିନ୍ଦୋଳ, କାମାକ୍ଷାନଗର, ପରଜଙ୍ଗ, ପାଲଲହଡା, ତାଳଚେର, ଅନୁଗୁଳ, ଛେଣ୍ଡିପଦା, ଆଠମଲ୍ଲିକ, ବଡମ୍ବା, ବାଙ୍କୀ, ଆଠଗଡ, ବାରବାଟୀ-କଟକ, ଚୌଦ୍ୱାର-କଟକ, କଟକ ସଦର, ପୁରୀ, ବ୍ରହ୍ମଗିରି, ସତ୍ୟବାଦୀ, ପିପିଲି, ଜୟଦେବ, ଭୁବନେଶ୍ୱର ଉତ୍ତର, ଭୁବନେଶ୍ୱର ମଧ୍ୟ, ଏକାମ୍ର ଭୁବନେଶ୍ୱର, ଜଟଣୀ, ବେଗୁନିଆ, ଖୋର୍ଦ୍ଧା, ଚିଲିକା, ରଣପୁର, ଖଣ୍ଡପଡ଼ା, ନୟାଗଡରେ ୨୫ ତାରିଖରେ ମତଦାନ ହେବ |

ଚତୁର୍ଥ ପର୍ଯ୍ୟାୟ ପାଇଁ ମତଦାନ ଜୁନ ୧ରେ ହେବ | ଏହିଦିନ ଯଶିପୁର, ସାରସକଣା, ରାଇରଙ୍ଗପୁର, ବାଙ୍ଗିରିପୋଷି, ଉଦଳା, ବଡ଼ସାହି, ବାରିପଦା,ମୋରଡା, ଜଳେଶ୍ୱର, ଭୋଗରାଇ, ବସ୍ତା, ବାଲେଶ୍ୱର, ରେମୁଣା, ନୀଳଗିରି, ସୋର, ସିମୁଳିଆ, ଭଣ୍ଡାରିପୋଖରୀ, ଭଦ୍ରକ, ବାସୁଦେବପୁର, ଧାମନଗର, ଚାନ୍ଦବାଲି, ବିଂଝାରପୁର, ବରୀ, ବଡ଼ଚଣା, ଧର୍ମଶାଳା, ଯାଜପୁର, କୋରେଇ, ସୁକିନ୍ଦା, ନିଆଳି, ସାଲେପୁର, ମାହାଙ୍ଗା, ପାଟକୁରା, କେନ୍ଦ୍ରାପଡା, ଆଳି, ରାଜନଗର, ମହାକାଳପଡ଼ା, ପାରାଦୀପ, ତିର୍ତ୍ତୋଲ, ବାଲିକୁଦା-ଏରସମା, ଜଗତସିଂହପୁର, କାକଟପୁର, ନିମାପଡାରେ ମତଦାନ ହେବ |



[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button