ଓଡିଶା

ଲାଓସରେ ଫସିଛନ୍ତି ୧୭ ଓଡ଼ିଆ ଶ୍ରମିକ; ଉଦ୍ଧାର ପାଇଁ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମ – bajravana

[ad_1]

ଭୁବନେଶ୍ବର: ବରିଷ୍ଠ ବିଜେପି ନେତା ତଥା ରାଷ୍ଟ୍ରୀୟ ଉପସଭାପତି ଶ୍ରୀଯୁକ୍ତ ବୈଜୟନ୍ତ ପଣ୍ଡା ଲାଓସରେ ଫସିଥିବା ୧୭ ଜଣ ଓଡ଼ିଆ ଶ୍ରମିକଙ୍କୁ ଉଦ୍ଧାର କରି ସୁରକ୍ଷିତ ଭାରତ ଫେରାଇ ଆଣିବା ପାଇଁ ଭାରତୀୟ ରାଷ୍ଟ୍ରଦୂତଙ୍କୁ ହସ୍ତକ୍ଷେପ କରିବାକୁ ଏକ ଚିଠି ଲେଖି ନିବେଦନ କରିଛନ୍ତି।

ଏଠାରେ ସୂଚନାଯୋଗ୍ୟ ଯେ ଓଡ଼ିଶାର କେନ୍ଦ୍ରାପଡା ଜିଲ୍ଲା ଅର୍ନ୍ତଗତ ଆଳି, ରାଜକନିକା, ରାଜନଗର ନିର୍ବାଚନ ମଣ୍ଡଳୀର ୧୧ ଜଣ, ଢେଙ୍କାନାଳ- ୧, କେନ୍ଦୁଝର-୧, ଓ ଯାଜପୁର- ୪ ଜଣ ଶ୍ରମିକ ଅଧିକ ରୋଜଗାର ଆଶାରେ ଏକ ଏଜେଣ୍ଟଙ୍କ ଜରିଆରେ ଲାଓସ ଯାଇଥିଲେ। କିନ୍ତୁ ସେଠାରେ ପହଞ୍ଚିବା ପରେ କମ୍ପାନୀ କତ୍ତୃପକ୍ଷ ସେମାନଙ୍କୁ ଚୁକ୍ତି ମୁତାବକ ଦରମା ନଦେଇ ଶାରୀରିକ ଓ ମାନସିକ ନିର୍ଯ୍ୟାତନା ଦେବା ସହ ଦୈନିକ ୧୨ ଘଣ୍ଟାରୁ ଅଧିକ ସମୟ କାମ କରିବାକୁ ବାଧ୍ୟ କରୁଥିବା ପରିବାର ଲୋକଙ୍କୁ ଜଣାଇଥିଲେ।

ଉପାୟଶୂନ୍ୟ ହୋଇ ପରିବାର ଲୋକ ସେମାନଙ୍କୁ ସ୍ବଦେଶ ଫେରାଇ ଆଣିବା ପାଇଁ କେନ୍ଦ୍ରାପଡା ଜିଲ୍ଲା ଉପସଭାପତି କୃଷ୍ଣଚନ୍ଦ୍ର ପଣ୍ଡାଙ୍କ ଜରିଆରେ ବୈଜୟନ୍ତ ପଣ୍ଡାଙ୍କୁ ହସ୍ତକ୍ଷେପ କରିବାକୁ ଅନୁରୋଧ କରିଥିଲେ। ଅନୁରୋଧକ୍ରମେ ଶ୍ରୀଯୁକ୍ତ ପଣ୍ଡା ଭାରତୀୟ ରାଷ୍ଟ୍ରଦୂତଙ୍କ ସହ ଯୋଗାଯୋଗ କରି ଏ ବିଷୟରେ ଅବଗତ କରିବା ସହ ତୁରନ୍ତ ଏ ଦିଗରେ ପଦକ୍ଷେପ ନେଇ ସମସ୍ତଙ୍କୁ ସୁରକ୍ଷିତ ଭାରତ ଫେରାଇ ଆଣିବା ସଙ୍ଗେ ସଙ୍ଗେ ସହାୟତା ଯୋଗାଇଦେବାକୁ ନିବେଦନ କରିଛନ୍ତି।



[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button