ଓଡିଶା

ବିଜେଡି ଏଥର ୧୪୭ ବିଧାନସଭା ଆସନ ମଧ୍ୟରୁ ତିନି ଚତୁର୍ଥାଂଶ ଆସନରେ ବାଜିମାତ କରିବ: ପାଣ୍ଡିଆନ୍‌ – bajravana

[ad_1]

ନବୀନ ଓଡ଼ିଶା ଗଠନରେ ଶ୍ରମିକଙ୍କ ରହିଛି ଗୁରୁତ୍ବପୂର୍ଣ୍ଣ ଅବଦାନ

ଭୁବନେଶ୍ବର: ସାଧାରଣ ନିର୍ବାଚନ-୨୦୨୪ରେ ବିଜେଡି ବାଜିମାତ କରିବ। ବିଜେଡି ନେତା ଭି କାର୍ତ୍ତିକ ପାଣ୍ଡିଆନ୍‌ ଏଭଳି ଆକଳନ କରିଛନ୍ତି। ଶ୍ରୀ ପାଣ୍ଡିଆନଙ୍କ ଆକଳନ ଅନୁସାରେ ବିଜେଡି ଏଥର ୧୪୭ ବିଧାନସଭା ଆସନ ମଧ୍ୟରୁ ତିନି ଚତୁର୍ଥାଂଶ ଆସନରେ ରେକର୍ଡ ମାର୍ଜିନରେ ବାଜିମାତ କରିବ। ଭୁବନେଶ୍ବରଠାରେ ଆୟୋଜିତ ବିଜୁ ଶ୍ରମିକ ସାମ୍ମୁଖ୍ୟର ରାଜ୍ୟସ୍ତରୀୟ କନଭେନସନରେ ଯୋଗଦେଇ ଶ୍ରୀ ପାଣ୍ଡିଆନ ଏହା କହିଛନ୍ତି। ସେ କହିଛନ୍ତି ଯେ, ଏଥର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରେକର୍ଡ ମାର୍ଜିନରେ ବିଜୟୀ ହୋଇ ପୁଣି ଥରେ ସରକାରକୁ ଆସୁଛନ୍ତି। ବିଜେଡି ତିନି ଚତୁର୍ଥାଂଶ ଆସନରେ ବିଜୟୀ ହେବା ସୁନିଶ୍ଚିତ। ସେହିଭଳି ଲୋକସଭାରେ ମଧ୍ୟ ଗତଥର ଠାରୁ ଭଲ ପ୍ରଦର୍ଶନ କରିବ ଦଳ। ସେଥିପାଇଁ ଲୋକଙ୍କଠାରୁ ଦୁଇଟି ଆଶୀର୍ବାଦ ଦରକାର। ଗୋଟିଏ ବିଧାନସଭା ପାଇଁ ଓ ଅନ୍ୟଟି ଲୋକସଭା ପାଇଁ। ପ୍ରାର୍ଥୀକୁ ଦେଖିବେ ନାହିଁ। ବରଂ ନବୀନ ପଟ୍ଟନାୟକ ଏବଂ ଶଂଖ ଚିହ୍ନକୁ ଦେଖିବେ। କାରଣ ୧୪୭ ବିଧାନସଭା ଓ ୨୧ ଲୋକସଭା ଆସନରେ ନବୀନ ପଟ୍ଟନାୟକ ଏବଂ ଶଂଖ ଚିହ୍ନ ହି ଛିଡ଼ା ହୋଇଛି ବୋଲି ସେ କହିଛନ୍ତି। ବିକାଶ ଧାରାକୁ ଆହୁରି ଆଗକୁ ନେବା ପାଇଁ ନବୀନ ପଟ୍ଟନାୟକ ‌ଷଷ୍ଠଥର ମୁଖ୍ୟମନ୍ତ୍ରୀ ହେବେ ବୋଲି ସେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ବିଚାରରେ ସଶକ୍ତ ଓ ନବୀନ ଓଡ଼ିଶା ଗଠନରେ ଶ୍ରମିକମାନଙ୍କର ସବୁଠୁ ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି। ସବୁ ବିକାଶ କାମ ପଛରେ ଶ୍ରମିକଙ୍କ ହାତ ରହିଛି। ସେଥି ପାଇଁ ମୁଖ୍ୟମନ୍ତ୍ରୀ ସବୁବେଳେ ଶ୍ରମିକମାନଙ୍କୁ ପ୍ରାଥମିକତା ଓ ସମ୍ମାନ ଦେଇ ଆସିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପିତା ବିଜୁ ପଟ୍ଟନାୟକ ଗୋଟେ ସମୟରେ ୧୧ଟଙ୍କାରୁ ୨୫ ଟଙ୍କାକୁ‌ ଦୈନିକ ମଜୁରୀ ବୃଦ୍ଧି ପାଇଁ ଐତିହାସିକ ନିଷ୍ପତ୍ତି ନେଇଥିଲେ। ‌ଏବେ ମଧ୍ୟ ନବୀନ ପଟ୍ଟନାୟକ ସର୍ବାଧିକ ୧୦୦ ଟଙ୍କା ମଜୁରୀ ବୃଦ୍ଧି କରି ରେକର୍ଡ କରିଛନ୍ତି। ସରକାରଙ୍କ ବିଭିନ୍ନ ବିଭାଗ ୧୦୦ ଟଙ୍କା ମଜୁରୀ ବୃଦ୍ଧି ସପ୪ରେ ନଥିଲେ। କାରଣ ୧୦୦ ଟଙ୍କା ମଜୁରୀ ବୃଦ୍ଧି କଲେ ରାଜ୍ୟ ସରକାରଙ୍କ ଉପରେ ବାର୍ଷିକ ୫ରୁ ୬ ହଜାର କୋଟି ଟଙ୍କାର ଅଧିକ ବୋଝ ପଡ଼ିବ ବୋଲି ଆକଳନ କରାଯାଇଥିଲା। କିନ୍ତୁ ମୁଖ୍ୟମନ୍ତ୍ରୀଙ୍କ ଯୁକ୍ତିଥିଲା ଯେଉଁ ଶ୍ରମିକମାନେ ରାଜ୍ୟ ବିକାଶର ମୁଖ୍ୟ ବିନ୍ଧାଣୀ ସେମାନଙ୍କ ପାଇଁ ୫/୬ ହଜାର କୋଟିର ବୋଝ ନେବାକୁ ସରକାର ପ୍ରସ୍ତୁତ। ମୁଖ୍ୟମନ୍ତ୍ରୀ ବ୍ୟକ୍ତିଗତ ଭାବେ ହସ୍ତକ୍ଷେପ କରି ୩୫୦ ଟଙ୍କାରୁ ୪୫୦ ଟଙ୍କାକୁ ବୃଦ୍ଧି କରିଛନ୍ତି। ଆହୁରି ବହୁତ କିଛି କରିବାକୁ ବାକି ଅଛି। ଏଥର ସରକାରକୁ ଆସିଲେ ସେ ସବୁ ପୂରଣ କରାଯିବ।



[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button