ଓଡିଶା

ବିଜେଡିରେ ମିଶିଲେ ବନ୍ଧୁଗାଁ ବ୍ଲକ ଉପାଧ୍ୟକ୍ଷା – bajravana

[ad_1]

ଭୁବନେଶ୍ବର: କୋରାପୁଟ ଜିଲ୍ଲା ଅନ୍ତର୍ଗତ ଲକ୍ଷ୍ମୀପୁର ନିର୍ବାଚନମଣ୍ଡଳୀର ବନ୍ଧୁଗାଁ ବ୍ଲକ ଉପାଧ୍ୟକ୍ଷା ଗୀତାଞ୍ଜଳି ପିଡ଼ିକାଙ୍କ ସହ ଶତାଧିକ କଂଗ୍ରେସ କର୍ମକର୍ତ୍ତା ଓ ନିର୍ବାଚିତ ପ୍ରତିନିଧି ଆଜି ବିଜେଡିରେ ଯୋଗ ଦେଇଛନ୍ତି। ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ଲକ୍ଷ୍ମୀପୁର ବିଜେଡି ବିଧାୟକ ପ୍ରାର୍ଥୀ ପ୍ରଭୁ ଜାନି, ନବରଙ୍ଗପୁର ଜିଲ୍ଲା ପର୍ଯ୍ୟବେକ୍ଷକ ଈଶ୍ବର ପାଣିଗ୍ରାହୀ, ପୂର୍ବତନ ସାଂସଦ ଝିନ ହିକ୍କା ଓ ସାଂସଦ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ସେ ବିଜେଡିରେ ସାମିଲ ହୋଇଥିଲେ।

ଏହି ଯୋଗଦାନ ଫଳରେ ଲକ୍ଷ୍ମୀପୁରରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ନେତାମାନେ ଆଶାପ୍ରକଟ କରିଥିଲେ। ଏହି ଅବସରରେ ଗୀତାଞ୍ଜଳି କହିଥିଲେ, ମୁଖ୍ୟମନ୍ତ୍ରୀଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ବଚ୍ଛ ଶାସନ ଓ ଭାବମୂର୍ତ୍ତିରେ ଅନୁପ୍ରାଣିତ ହୋଇ ବିଜେଡିରେ ଯୋଗ ଦେଲି। ବିଜେଡିରେ ମହିଳାଙ୍କୁ ଉପଯୁକ୍ତ ସମ୍ମାନ ଦିଆଯାଏ। ମୁଖ୍ୟମନ୍ତ୍ରୀ ଯାହା ଦାୟିତ୍ବ ଦେବେ, ତାହାକୁ ସୁଚାରୁରୂପେ ତୁଲାଇବି। ଏହି ମିଶ୍ରଣ ପର୍ବରେ ସମିତି ସଭ୍ୟ ନିଦ୍ରାବତୀ ପିଡ଼ିକା, ପ୍ରଦୀପ ବେନ୍ତ, ବଳରାମ ମାଣ୍ଡିଗୀଙ୍କ ସମେତ ବହୁ କର୍ମୀ ବିଜେଡିରେ ଯୋଗ ଦେଇଥିଲେ। ମୁଖପାତ୍ର ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ।



[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button