ଓଡିଶା

‘ବାତ୍ୟା ନେଇ ଆକଳନ କରାଯାଇନି’ – bajravana

[ad_1]

ବାତ୍ୟା ନେଇ କୌଣସି ଆକଳନ କରାଯାଇ ନଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ମନୋରମା ମହାନ୍ତି କହିଛନ୍ତି।

ତାଙ୍କ ସୂଚନା ଅନୁଯାୟୀ, ଆସନ୍ତା ୨୨ ତାରିଖ ବେଳକୁ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି l ଏହା ପ୍ରାଥମିକ ସ୍ତରରେ ଉତ୍ତରପୂର୍ବ ଦିଗରେ ଗତିକରିବାର ସମ୍ଭାବନା ଥିବା ବେଳେ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ ୨୪ ତାରିଖ ବେଳକୁ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ପ୍ରାକ୍ ମୌସୁମୀ ଋତୁରେ ବାତ୍ୟାର ସମ୍ଭାବନା ରହିଥାଏ। ତେବେ ୨୨ ତାରିଖ ପରେ ଚିତ୍ର ସ୍ପଷ୍ଟ ହେବ।

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ମନୋରମା ମହାନ୍ତି କହିଛନ୍ତି, ଏବେ ଭୟ କରିବାର କିଛି ନାହିଁ। ଏ ପର୍ଯ୍ୟନ୍ତ ଆମେ (ଆଇଏମ୍‌ଡି) ବାତ୍ୟା ନେଇ କୌଣସି ଆକଳନ କରିନି। ଏବେ ଲଘୁଚାପ ମଧ୍ୟ ସୃଷ୍ଟି ହୋଇନାହିଁ। ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିପାଇଁ ପାଗ ଅନୁକୂଳ ରହିଛି।

ଅନ୍ୟପକ୍ଷରେ ଆସନ୍ତା ୨୧ ତାରିଖ ଯାଏଁ ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ସ୍ୱାଭାବିକ ଠାରୁ ୨ରୁ ୪ ଡିଗ୍ରୀ ଅଧିକ ରହିପାରେ। ଉପକୂଳ ଓଡ଼ିଶାରେ ଦିନ ସମୟରେ ଆଦ୍ରତା ଅଧିକ ରହୁଥିବା ହେତୁ ଗୁଳୁଗୁଳି ଅନୁଭୁତ ହେବ। ଦକ୍ଷିଣ ଓ ଦକ୍ଷିଣ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ଆଗାମୀ ଦୁଇରୁ ତିନି ଦିନ ଯାଏଁ କାଳବୈଶାଖୀ ହେବାର ସମ୍ଭାବନା ରହିଛି। କିଛି କିଛି ସ୍ଥାନରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button