ଓଡିଶା

ଖୋଲିଲା ଶ୍ରୀମନ୍ଦିର ଭିତର ରତ୍ନ ଭଣ୍ଡାର

ବହୁ ଅପେକ୍ଷାର ଅନେତ ଘଟିଲା। ଖୋଲିଲା ଶ୍ରୀମନ୍ଦିର ଭିତର ରତ୍ନ ଭଣ୍ଡାର । ରାଜରାଜୁଡ଼ା ଅମଳର ପ୍ରଚୀନ ସିନ୍ଦୁକ ଓ ଆଲମିରା ଖୋଲିବା ପରେ ବହୁ ଅକୁହା କଥା ପଦାକୁ ଆସିବ। ପୂର୍ବ ନିର୍ଦ୍ଧାରିତ ସମୟ ଅନୁଯାୟୀ, ଆଜି ପୂର୍ବାହ୍ନ ୯ଟା ୫୧ମିନିଟରେ ଖୋଲିଛି ଶ୍ରୀମନ୍ଦିରର ଭିତର ରତ୍ନ ଭଣ୍ଡାର। ଗତ ରବିବାର ବାହାର ରତ୍ନଭଣ୍ଡାର ଖୋଲି ସ୍ବର୍ଣ୍ଣ ଓ ରୌପ୍ୟ ଅଳଙ୍କାର ଗୁଡ଼ିକୁ ଅସ୍ଥାୟୀ ଷ୍ଟ୍ରଙ୍ଗରୁମକୁ ସ୍ଥାନାନ୍ତର ହୋଇଥିବା ବେଳେ, ଆଜି ଭିତର ଭଣ୍ଡାରର ଖୋଲିଛି । SOP ମୁତାବକ ୧୧ ଜଣିଆ ଅଧିକୃତ ଟିମ୍ ଜିଲ୍ଲା ଟ୍ରେଜେରିରୁ ଚାବି ଆଣି ଭିତର ରତ୍ନଭଣ୍ଡାରରେ ପଡ଼ିଥିବା ୨ଟି ନୂଆ ତାଲା ଖୋଲିଛନ୍ତି । କେହି କୌଣସି ଧାତବ ପଦାର୍ଥ କିମ୍ବା ସୁନା ଅଳଙ୍କାର ପିନ୍ଧି ଭିତରକୁ ଯାଇ ନାହିଁନ୍ତି । ଭିତର ଭଣ୍ଡାର ତାଲା ଖୋଲାଯାଇ ସିନ୍ଦୁକ ଓ ଆଲମାରୀରେ ଥିବା ଅଳଙ୍କାର ଗୁଡ଼ିକୁ ସୁରକ୍ଷିତ ଭାବେ ଖଟଶେଯ ଘରେ ଅସ୍ଥାୟୀ ଷ୍ଟ୍ରଙ୍ଗରୁମକୁ ସ୍ଥାନାନ୍ତର କରାଯିବ। ସମସ୍ତ ସ୍ଥାନାନ୍ତରଣ ପ୍ରକ୍ରିୟାର ଭିଡିଓଗ୍ରାଫି କରାଯିବ। ସ୍ଥାନାନ୍ତରଣ ପରେ ଅସ୍ଥାୟୀ ରତ୍ନଭଣ୍ଡାର ତାଲାକୁ ଜଉମୁଦ ସିଲ୍ କରାଯିବ ଏବଂ ଚାବିକୁ ପୁଣି ଟ୍ରେଜେରୀରେ ରଖାଯିବ।

Related Articles

Leave a Reply

Your email address will not be published. Required fields are marked *

Back to top button