ଓଡିଶା

ମହିଳା କର୍ମଚାରୀମାନଙ୍କ ଅତିରିକ୍ତ ସାମୟିକ ଛୁଟି ଆଉ ୨ଦିନ ବଢ଼ିଲା

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା। ଋତୁସ୍ରାବ ପାଇଁ ଏବେ ଦିନେ ନୁହେଁଁ ମିଳିବ ୧୨ଦିନ ଛୁଟି। ମହିଳା କର୍ମଚାରୀଙ୍କ ପାଇଁ ଅତିରିକ୍ତ ସାମୟିକ ଛୁଟି ୧୨ ଦିନକୁ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି । ମହିଳା କର୍ମଚାରୀମାନେ ଏହି ଅତିରିକ୍ତ ଛୁଟି ପ୍ରଚଳିତ ୧୦ ଦିନ ସାମୟିକ ଛୁଟି (CL) ଓ ୫ ଦିନ ସ୍ଵତନ୍ତ୍ର ସାମୟିକ ଛୁଟି ( Special CL) ସହିତ ପାଇ ପାରିବେ ।

ଏହି ୧୨ ଦିନ ଅତିରିକ୍ତ ସାମୟିକ ଛୁଟି ସେମାନେ ମାସକୁ ଗୋଟିଏ ଦିନ ଲାଭ କରି ପାରିବେ । ମହିଳା ମାନଙ୍କ ମାସିକ ଧର୍ମ ଜନିତ କାରଣରୁ ଏହି ଅତିରିକ୍ତ ଛୁଟି ପ୍ରଦାନ କରାଯାଇଛି ।

Pratap Prusty

Related Articles

Leave a Reply

Your email address will not be published. Required fields are marked *

Back to top button