ଓଡିଶା

ଏହି ସବୁ ପାଠ୍ୟକ୍ରମର ବଳକା ସିଟରେ ହେବ ସ୍ପଟ୍‌ ଆଡମିଶନ, ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର: ୟୁଜି, ପିଜି, ବି.ଏଡ୍‌/ଏମ୍‌.ଏଡ୍‌ ପାଠ୍ୟକ୍ରମର ବଳକା ସିଟ୍‌ ରେ ହେବ ସ୍ପଟ୍‌ ଆଡମିଶନ । ଉଚ୍ଚଶିକ୍ଷା ବିଭାଗ ଅଧୀନ ଶିକ୍ଷାନୁଷ୍ଠାନଗୁଡିକରେ ଖାଲିଥିବା ୭୮,୦୬୦ ସିଟ୍‌ ରେ ହେବ ସ୍ପଟ୍‌ ଆଡମିଶନ । ଆସନ୍ତା ୧୧ରୁ ୧୫ ତାରିଖ ମଧ୍ୟରେ ନାମଲେଖା ପାଇଁ ଆବେଦନ କରାଯିବ । ୧୯ ତାରିଖରେ ମେଧା ତାଲିକା ପ୍ରକାଶ ପାଇବ ଓ ୨୧ ତାରିଖରେ ନାମଲେଖା ଅନୁଷ୍ଠିତ ହେବ ।

 

ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି । ଏହା ସହ ବିଭାଗୀୟ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ପୋଷ୍ଟ କରି ଏହି ସୂଚନା ଦେଇଛନ୍ତି । ତେବେ ପିଜି, ବି.ଏଡ୍‌/ ଏମ୍‌.ଏଡ୍‌ ପାଠ୍ୟକ୍ରମ ନିମନ୍ତେ ପ୍ରବେଶିକା ପରୀକ୍ଷା ଦେଇ ରାଙ୍କ ପାଇଥିବା ଛାତ୍ରୀଛାତ୍ର ଆବେଦନ କରିପାରିବେ ।

Related Articles

Leave a Reply

Your email address will not be published. Required fields are marked *

Back to top button