ଖେଳ ଖବର

୪ର୍ଥ ଟି୨୦: ଭାରତ ଆଗରେ ୧୭୯ ରନର ଲକ୍ଷ୍ୟ ରଖିଲା ଓ୍ବେଷ୍ଟଇଣ୍ଡିଜ୍ – bajravana

[ad_1]

ଫ୍ଲୋରିଡା : ଆମେରିକାର ଫ୍ଲୋରିଡାସ୍ଥିତ ସେଣ୍ଟ୍ରାଲ ବ୍ରୋଫିଲ୍ଡ ସେଣ୍ଟ୍ରାଲ ପାର୍କ ଷ୍ଟାଡିୟମଠାରେ ଖେଳାଯାଉଥିବା ଭାରତ-ଓ୍ବେଷ୍ଟଇଣ୍ଡିଜ୍ ୪ର୍ଥ ଟି-୨୦ରେ ଓ୍ବେଷ୍ଟଇଣ୍ଡିଜ୍ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୧୭୮ରନ କରିଛି । ଫଳରେ ଭାରତ ଆଗରେ ବିଜୟ ପାଇଁ  ୧୭୯ ରନର ଲକ୍ଷ୍ୟ ଧାର୍ଯ୍ୟ ହୋଇଛି ।

ଏହି ମ୍ୟାଚରେ ଓ୍ବେଷ୍ଟଇଣ୍ଡିଜ୍ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିଥିଲା । ଦଳର ଦୁଇ ଓପନର କାଇଲ୍ ମେୟର୍ସ ଓ ବ୍ରାଣ୍ଡନ କିଙ୍ଗ୍ ଭଲ ଆରମ୍ଭ କରିଥିଲେ ବି ବଡ଼ ସ୍କୋର କରିପାରିନଥିଲେ । ମେୟର୍ସ ୧୭ ରନ କରିଥିବାବେଳେ କିଙ୍ଗ ୧୯ ରନ କରିଥିଲେ । ୩ୟ ସ୍ଥାନରେ ଆସିଥିବା ସାଇ ହୋପ୍ ୪୫ରନ କରିଥିଲେ । କିନ୍ତୁ ଦଳରୁ ୨ ମଧ୍ୟକ୍ରମ ବ୍ୟାଟର ନିକୋଲାସ ପୁରନ୍ ଓ ରୋଭମାନ ପାଓ୍ବେଲ ବିଫଳ ହୋଇଥିଲେ । ତେବେ ସିମରନ ହେଟମେୟର ଆଜି ନିଜର ବ୍ୟାଟିଂର ନମୁନା ଦେଖାଇଥିଲେ । ସେ ମାତ୍ର ୩୯ଟି ବଲରେ ୩ ଚୌକା ଓ ୪ ଛକା ସହ ୬୧ରନ କରିଥିଲେ । ଫଳରେ ଦଳ ଭାରତ ବିପକ୍ଷରେ ୧୭୮ ରନର ଏକ ଚ୍ୟାଲେଞ୍ଜିଂ ସ୍କୋର ଛିଡ଼ା କରିଥିଲା । ଭାରତ ପକ୍ଷରୁ ଅର୍ସଦୀପ ସିଂ ୩ଟି ଓ କୂଳଦୀପ ଯାଦବ ୨ଟି ଓ୍ବିକେଟ ନେଇଥିଲେ ।

ଭାରତ ଏବେ ଏହି ସିରିଜରେ ୧-୨ରେ ପଛୁଆ ଅଛି । ସିରିଜ୍ ଆଶା ବଜାୟ ରଖିବାକୁ ହେଲେ ଭାରତକୁ ଆଜିର ମ୍ୟାଚ ଜିତିବାକୁ ହେବ ।

 

 



[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button