୧୫ ଦିନ ଭିତରେ ସରିବ ‘ସୁଭଦ୍ରା’ ରିଜେକ୍ସନ ଯାଞ୍ଚ, ଏହି ମାସରେ ୨୧ ବର୍ଷ ହୋଇଥିଲେ ପାଇବେ ଟଙ୍କା: ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ୧୫ ଦିନ ଭିତରେ ସରିବ ‘ସୁଭଦ୍ରା’ ରିଜେକ୍ସନ ଯାଞ୍ଚ । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି । ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଅଧିକ ରିଜେକ୍ସନ ସ୍ଥାନକୁ ଗୁରୁତ୍ୱ ଦିଆଯାଉଛି । ମାଲକାନଗିରି, ଗଜପତି, କୋରାପୁଟରେ ଅଧିକ ରିଜେକ୍ସନ ହୋଇଛି । ଶୁକ୍ରବାର ଠାରୁ ମାଲକାନଗିରିରେ ଯାଞ୍ଚ ଆରମ୍ଭ ହେବ। ଏହା ମଧ୍ଯ କହିଛନ୍ତି ଯେ ଏହି ମାସରେ ଯାହାକୁ ୨୧ ବର୍ଷ ହୋଇଥିବ ସେମାନଙ୍କୁ ବି ମିଳିବ ସୁଭଦ୍ରା ଟଙ୍କା ।
ଉପମୁଖ୍ୟମନ୍ତ୍ରୀଙ୍କ କହିବା ଅନୁସାରେ, ୧ କୋଟିଏ ୬ ଲକ୍ଷ ଆବେଦନ କରିଛନ୍ତି । ସେଥିରୁ ୨ ଲକ୍ଷ ୬୭ ଆବେଦନ ମଧ୍ୟରୁ ୨୨ ପ୍ରତିଶତ ଆବେଦନର ରିଭ୍ୟୁ ହୋଇଯାଇଛି । ବାକି ଆହୁରି ରିଭ୍ୟୁ ହେଉଛି । ବାକି ଯେଉଁମାନେ ନୂଆ ହିତାଧିକାରୀ ଅର୍ଥ ଯାହାକୁ ଏହି ମାସରେ ୨୧ ବର୍ଷ ହେଲା ସେମାନେ ମଧ୍ୟ ପାଇବେ ଏହି ଟଙ୍କା ।
ସୂଚନାନୁଯାୟୀ, ୨୦୨୫ ମାର୍ଚ୍ଚ ୭ ‘ସୁଭଦ୍ରା’ ପ୍ରଥମ କିସ୍ତି ଆବେଦନର ଶେଷ ତାରିଖ ବୋଲି ନଭେମ୍ବର ୨୬ରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଥିଲେ । ମାର୍ଚ୍ଚ ୮ ମହିଳା ଦିବସରେ ୨ୟ କିସ୍ତି ‘ସୁଭଦ୍ରା’ ଟଙ୍କା ମିଳିବ । ତେଣୁ ମାର୍ଚ୍ଚ ୭ ପ୍ରଥମ କିସ୍ତି ଆବେଦନର ଶେଷ ତାରିଖ । କେହି ଆବେଦନ ପାଇଁ ଭିଡ ଜମାଇବା ଦରକାର ନାହିଁ । ଏଯାଏଁ ୮୦ ଲକ୍ଷ ୪୬ ହଜାର ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳି ସାରିଲାଣି । ୧ କୋଟି ୪୬ ଲକ୍ଷ ଏଯାବତ ପଞ୍ଜିକରଣ କରି ସାରିଛନ୍ତି । ବଣ୍ଡା ଘାଟିରେ ‘ସୁଭଦ୍ରା’ ଅପହଞ୍ଚ ନେଇ ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇ କହିଛନ୍ତି, ୧୭୧୧ ମହିଳାଙ୍କ ମଧ୍ୟରୁ ୫ ଶହରୁ ଅଧିକ ଟଙ୍କା ପାଇ ସାରିଛନ୍ତି । ଆବେଦନ ସମସ୍ୟା ନେଇ ଅନ୍ୟମାନେ ପାଇବା ବିଳମ୍ବ ହୋଇଛି । ସରକାରୀ ଅଧିକାରୀ ବଣ୍ଡାଘାଟି ଯାଇ ଲୋକଙ୍କ ପାଖରେ ପହଞ୍ଚିବେ । ଯାହା ସମସ୍ୟା ରହିଛି, ତାହାକୁ ସରକାରୀ ଅଧିକାରୀ ଦୂର କରିବେ ।